ଜଙ୍ଗଲ ଓ ପରିବେଶ ମନ୍ତ୍ରୀ, ବିଭାଗୀୟ ସଚିବଙ୍କୁ ଦାବିପତ୍ର: କେନ୍ଦୁପତ୍ର ଲାଭ ତୋଳାଳି, ଶ୍ରମିକଙ୍କୁ ଦିଅ

ଭୁବନେଶ୍ୱର,(ବ୍ୟୁରୋ)/  ପାଟଣା (ସ୍ବ.ପ୍ର.), ୧୪ ।୧୧:  କେନ୍ଦୁଝର ଜିଲା ପାଟଣା ଥାନା ଭିତରେ ଅଭିଯୁକ୍ତ ଯୁବକଙ୍କୁ ଲାଠିରେ ନିସ୍ତୁକ ପିଟିବା ସହ ଗୋଇଠା ମାଡ଼ ମାମଲାରେ ରାଜ୍ୟ ମାନବିକ ଅଧିକାର କମିଶନ (ଓଏଚ୍‌ଆର୍‌ସି) କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ୨ବର୍ଷ ଯାଏ ଥାନାର ତତ୍‌କାଳୀନ ଥାନାଧିକାରୀ ସାରାଣୀ ଜେନାଙ୍କୁ ରାଜ୍ୟର କୌଣସି ଥାନାରେ ପୋଷ୍ଟିଂ ନ ଦେବାକୁ ଗୃହ ବିଭାଗ ଓ ରାଜ୍ୟ ପୋଲିସ ଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ କୌଣସି ଫିଲ୍ଡ ଡ୍ୟୁଟି ଦିଆଯିବ ନାହିଁ। ଅଭିଯୁକ୍ତଙ୍କ ପ୍ରତି କିଭଳି ବ୍ୟବହାର କରାଯିବ, ସେ ନେଇ ତାଙ୍କୁ ପୁଣି ଥରେ ପ୍ରଶିକ୍ଷଣ ଦିଆଯାଉ। ତାଙ୍କ ଦରମାରୁ ଆକ୍ରମଣର ଶିକାର ଯୁବକଙ୍କୁ ୧୦ ହଜାର ଟଙ୍କା କ୍ଷତିପୂରଣ ଦେବାକୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି।
ଗତ ମାର୍ଚ୍ଚ ୨୫ରେ ଏହି ସ୍ପର୍ଶକାତର ଘଟଣା ଘଟିଥିଲା। ଏକ ଜମିଜମା ମାମଲାରେ ପାଟଣା ଥାନା ସାହାରପଡା ବ୍ଲକ ତଳସରୁଆ ଗ୍ରାମର ୨୨ ବର୍ଷୀୟ ଯୁବକ ରାଜୁ ମହାନ୍ତ ଓରଫ ଚିତ୍ତରଞ୍ଜନଙ୍କୁ ତତ୍‌କାଳୀନ ଥାନାଧିକାରୀ ସନ୍ଧ୍ୟାରାଣୀ ଜେନା ଥାନାରେ ଅଟକ ରଖି ଏଭଳି ଅତ୍ୟାଚାର କରିଥିଲେ। ଏହାର ଭିଡିଓ ମେ ୧୮ରେ ଭାଇରାଲ ହେବାପରେ ରାଜ୍ୟରେ ହଇଚଇ ସୃଷ୍ଟି ହୋଇଥିଲା। ମେ ୨୩ରେ ଡିଜିପି ସନ୍ଧ୍ୟାରାଣୀଙ୍କୁ ନିଲମ୍ବନ କରିଥିଲେ। ଏ ନେଇ ଓଏଚ୍‌ଆର୍‌ସିରେ ମାମଲା ହୋଇଥିଲା। ଜୁନ୍‌ ୨ରେ କମିଶନ ଏହାର ଶୁଣାଣି କରି ସମ୍ପୃକ୍ତ ଥାନାଧିକାରୀଙ୍କ ଦରମାରୁ ପୀଡିତଙ୍କୁ ୧୦ ହଜାର ଟଙ୍କା କ୍ଷତିପୂରଣ ଦେବାକୁ ଡିଜିପିଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଓଏଚ୍‌ଆର୍‌ସିର ଏହି ନିର୍ଦ୍ଦେଶକୁ ସନ୍ଧ୍ୟାରାଣୀ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ମାତ୍ର ହାଇକୋର୍ଟ ଓଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶକୁ କାଏମ୍‌ ରଖିଥିଲେ। ସେହିପରି ନିର୍ଦ୍ଦେଶ ଅନୁଯାୟୀ କେନ୍ଦୁଝର ଏସ୍‌ପି ସମସ୍ତ ଘଟଣାର ତଦନ୍ତ ରିପୋର୍ଟ ଓଏଚ୍‌ଆର୍‌ସିରେ ଦାଖଲ କରିଥିଲେ। ଉକ୍ତ ରିପୋର୍ଟରେ ଦର୍ଶାଯାଇଥିଲା ଯେ, ଅଭିଯୁକ୍ତ ଚିତ୍ତରଞ୍ଜନ ଅନ୍ୟ ଜଣଙ୍କ ଜମିକୁ ଜବରଦଖଲ କରି ଚାଷ କରିବାରୁ ବିବାଦ ଉପୁଜିଥିଲା। ଚିତ୍ତରଞ୍ଜନ ସମ୍ପୃକ୍ତ ବ୍ୟକ୍ତିଙ୍କୁ ମାଡ଼ ମାରି ଧମକଚମକ ଦେବାରୁ ସେ ଥାନାରେ ଅଭିଯୋଗ କରିଥିଲେ। ଆକ୍ରମଣର ଶିକାର ଯୁବକଙ୍କ ଅଭିଯୋଗକ୍ରମେ ଅଭିଯୁକ୍ତ ଚିତ୍ତରଞ୍ଜନଙ୍କୁ ଥାନାକୁ ଅଣାଯାଇଥିଲା। ଯାଞ୍ଚ ପରେ ତାଙ୍କୁ ଥାନା ହାଜତକୁ ଯିବାକୁ କୁହାଯାଇଥିଲେ ମଧ୍ୟ ସେ ନ ଯାଇ ତଳେ ବସି ରହିଥିଲେ। ଏଥିରେ ଥାନାଧିକାରୀ ସନ୍ଧ୍ୟାରାଣୀ ଉତ୍‌କ୍ଷିପ୍ତ ହୋଇ ଚିତ୍ତରଞ୍ଜନଙ୍କୁ ଲାଠିରେ ମାଡ଼ ମାରିବା ସହ ଗୋଇଠା ମାରି ତଳେ ପକାଇଦେଇଥିଲେ। କରୋନା ସମୟ ଯୋଗୁ ସାମାଜିକ ଦୂରତା ରକ୍ଷା ପାଇଁ ଆଇଆଇସି ଲାଠି ବ୍ୟବହାର କରୁଥିବା କଥା ଏସ୍‌ପିଙ୍କ ତଦନ୍ତ ରିପୋର୍ଟରେ ଦର୍ଶାଇଥିଲେ। କିନ୍ତୁ ଓଏଚ୍‌ଆର୍‌ସି ଶୁଣାଣିବେଳେ କହିଥିଲେ, ରାଜ୍ୟ ପୋଲିସ ଫୋର୍ସ ଏକ ଶୃଙ୍ଖଳିତ ନିୟମକୁ ଆଧାରକରି ଗଠନ କରାଯାଇଛି। ମାତ୍ର ସନ୍ଧ୍ୟାରାଣୀଙ୍କ ହିଂସାପୂର୍ଣ୍ଣ ଆଚରଣ ପୋଲିସ ମାନୁଆଲ ନିୟମକୁ ଖୁଲମ୍‌ଖୁଲା ଉଲ୍ଲଂଘନ କରୁଛି। ତେଣୁ ବ୍ୟବହାର ସଂସ୍କାର ଶିଖିବା ପାଇଁ ସନ୍ଧ୍ୟାରାଣୀଙ୍କୁ କୌଣସି ଥାନାରେ ପୋଷ୍ଟିଂ ନ ଦେଇ ଟ୍ରେନିଂରେ ଯିବାକୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri