Posted inଖେଳ

୨୩୩ ବର୍ଷ ଇତିହାସରେ କନ୍ନର ଏମ୍‌ସିସିର ପ୍ରଥମ ମହିଳା ସଭାପତି

ଲଣ୍ଡନ, ୨୫ା୬ (ପି.ଟି.): ଇଂଲଣ୍ଡର ମେରିଲବୋନ କ୍ରିକେଟ କ୍ଲବ(ଏମସିସି)ର ଦୀର୍ଘ ୨୩୩ ବର୍ଷର ଇତିହାସରେ ପୂର୍ବତନ ଅଧିନାୟିକା କ୍ଲେୟାର କନ୍ନର ଏହାର ପ୍ରଥମ ମହିଳା ସଭାପତି ଭାବେ ନିଯୁକ୍ତି ପାଇବେ। ବର୍ତ୍ତମାନ ଶ୍ରୀଲଙ୍କାର କୁମାର ସଙ୍ଗକାରା ଏମ୍‌ସିସିର ମୁଖ୍ୟ ଅଛନ୍ତି। ଆସନ୍ତା ବର୍ଷ ତାଙ୍କ କାର୍ଯ୍ୟକାଳ ଶେଷ ହେବ। ବୁଧବାର କ୍ଲବର ବାର୍ଷିକ ସାଧାରଣ ବୈଠକରେ ବର୍ତ୍ତମାନ ଇସିବି ମହିଳା କ୍ରିକେଟର ପରିଚାଳନା ନିର୍ଦ୍ଦେଶିକା ଥିବା କନ୍ନରଙ୍କୁ ତାଙ୍କ ଉତ୍ତରଧିକାରୀ ଭାବେ ମନୋନୀତ କରାଯାଇଛି। ତାଙ୍କ ନାମକୁ ସଙ୍ଗକାରା ନିଜେ ସୁପାରିସ କରିଥିଲେ। କନ୍ନର ଆସନ୍ତାବର୍ଷ ଅକ୍ଟୋବର ୧ରୁ ଦାୟିତ୍ୱ ଗ୍ରହଣ କରିବେ। ସଙ୍ଗକାରାଙ୍କ କାର୍ଯ୍ୟକାଳ ଚଳିତବର୍ଷ ଶେଷ ହେବା କଥା ମାତ୍ର କୋଭିଡ୍‌-୧୯ ଯୋଗୁ ତାଙ୍କ କାର୍ଯ୍ୟକାଳ ମିଆଦକୁ ଆହୁରି ଏକ ବର୍ଷ ବୃଦ୍ଧି କରାଯାଇଥିଲା। କନ୍ନରଙ୍କୁ ୨୦୦୯ରେ ଏମ୍‌ସିସିର ଅବୈତନିକ ଆଜୀବନ ସଦସ୍ୟା କରାଯାଇଛି। ଏମ୍‌ସିସିର ପରବର୍ତ୍ତୀ ସଭାପତି ଭାବେ ମନୋନୟନ କରାଯାଇଥିବାରୁ ମୁଁ ନିଜକୁ ଗୌରବାନ୍ବିତ ମନେ କରୁଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨୯ରୁ ବଦଳିଯିବ ଏହି ୫ ରାଶିଙ୍କ ଭାଗ୍ୟ: ହେବ ଧନ ବର୍ଷା, ବ୍ୟାପାର-କ୍ୟାରିୟରରେ…

ଜୁଲାଇ ୨୯ରେ ଧନ, ସୁଖ ଏବଂ ବୈଭବର କାରକ ଗ୍ରହ ଶୁକ୍ର ଏବଂ ସାହସ, ଶକ୍ତି ତଥା କର୍ମର କାରକ ଗ୍ରହ ମଙ୍ଗଳ ପରସ୍ପରଠାରୁ ୯୦ ଡିଗ୍ରୀ…

ଇରାନର ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ମାଡ଼ ପରେ ଟ୍ରମ୍ପଙ୍କ କଡ଼ା ଚେତାବନୀ, ସବୁ ଶେଷ…

ଓ୍ବାଶିଂଟନ,୨୯।୭: ଆମେରିକା ଏବଂ ସାଉଦି ଆରବ ଦ୍ୱାରା ଇରାକ ଉପରେ ହୋଇଥିବା ଆକ୍ରମଣରେ ଛଅ ଜଣ ଇରାନୀ ପରାମର୍ଶଦାତାଙ୍କ ମୃତ୍ୟୁ ହୋଇଥିଲା । ଏହା ପୂର୍ବରୁ, ଇରାନ…

E20 ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ବୟାନ! ପୁରୁଣା BS-3 ଗାଡ଼ିରେ ବଦଳାଇବାକୁ ପଡ଼ିପାରେ ଏସବୁ ପାର୍ଟସ୍

ନୂଆଦିଲ୍ଲୀ,୨୯।୭: ଯଦି ଆପଣଙ୍କ ପାଖରେ ୨୦୧୬ ମସିହା ପୂର୍ବରୁ ନିର୍ମିତ କୌଣସି BS-3 ମଡେଲର କାର୍ କିମ୍ବା ବାଇକ୍ ରହିଛି, ତେବେ ଏହି ଖବର ଆପଣଙ୍କ ପାଇଁ…

୨ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଦାରିଙ୍ଗବାଡିରୁ ଉଠାଇଲା ମୁମ୍ବାଇ ପୋଲିସ

ଦାରିଙ୍ଗବାଡି,୨୯।୭(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଗଞ୍ଜେଇ ଚୋରାଚାଲାଣ ଏବେ ଆଉ କେଵଳ ରାଜ୍ୟ ମଧ୍ୟରେ ସିମିତ ହୋଇ ରହିନାହିଁ । କନ୍ଧମାଳରୁ ବିଭିନ୍ନ ରାଜ୍ୟକୁ ଗଞ୍ଜେଇ ଚାଲାଣ…

କେଉଁ ବୋଲରଙ୍କୁ ଡରନ୍ତି ବୈଭବ ସୂର୍ଯ୍ୟବଂଶୀ? ଜାଡେଜା କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୯।୭: ଟିମ୍ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ସମ୍ପୂର୍ଣ୍ଣ ଫିଟ୍ ହୋଇ ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ ଦିନକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏହି…

ଯୁବତୀଙ୍କୁ ବିବାହ କରିବା ପରେ ତଳକୁ ଓହ୍ଲାଇବି….ପ୍ରେମ ପାଇଁ ହାଇଡ୍ରାମା, ମନ୍ଦିର ଉପରକୁ ଚଢ଼ି ଦେଲେ ଧମକ

କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲା ହରିଚନ୍ଦନପୁରରେ ଏକ ଅଭାବନୀୟ ଦେଖିବାକୁ ମିଳିଛି । ଜଣେ ୨୧ ବର୍ଷୀୟ ଯୁବକଙ୍କ ହାଇଡ୍ରାମା ବର୍ତ୍ତମାନ ଚର୍ଚ୍ଚାର ବିଷୟ…

କାଲିଠୁ ଶ୍ରାବଣ ଆରମ୍ଭ: ପ୍ରଥମ ଦିନରେ କରନ୍ତୁ ଏହି ୩ ସହଜ କାମ, ମହାଦେବଙ୍କ କୃପାରୁ ଚମକିବ ଭାଗ୍ୟ!

ହିନ୍ଦୁ ଧର୍ମରେ ଶ୍ରାବଣ ମାସକୁ ଦେବଦେବ ମହାଦେବଙ୍କ ଆରାଧନା ପାଇଁ ସବୁଠାରୁ ପବିତ୍ର ଓ ଗୁରୁତ୍ୱପୂର୍ଣ୍ଣ ମାସ ଭାବେ ବିବେଚନା କରାଯାଏ। ଚଳିତ ବର୍ଷ ଜୁଲାଇ ୩୦…

ଆଶ୍ଚର୍ଯ୍ୟ ହେଲେବି ସତ, ଏହି ରାଜ୍ୟରେ ୭ ହଜାର ଛାତ୍ରୀଛାତ୍ର HIV ପଜିଟିଭ୍

ବେଙ୍ଗାଲୁରୁ,୨୯।୭: କର୍ନାଟକରୁ ଏପରି ଏକ ରିପୋର୍ଟ ସାମ୍ନାକୁ ଆସିଛି, ଯାହାକି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି । ୧୮ ରୁ ୨୫ ବର୍ଷ ବୟସର ପ୍ରାୟ ୭ ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri