୨ ବାଇକ୍‌ ମୁହାଁମୁହିଁ: ବାପା ମୃତ, ପୁଅ ଗୁରୁତର

ଦିଗପହଣ୍ଡି,୬।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନମ୍ବର ରାଜ୍ୟ ରାଜପଥ ଅନଙ୍ଗପୁର ଗ୍ରାମ ନିକଟରେ ଗୁରୁବାର ଅପରାହ୍ନରେ ୨ଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ଅଭିମନ୍ୟୁ ବିଷୋୟୀ। ଆହତ ହେଲେ ତାଙ୍କର ପୁଅ ହେରମ୍ବ କୁମାର ବିଷୋୟୀ ଏବଂ ଅନ୍ୟଜଣେ ବାସୁଦେବପୁର ଗ୍ରାମର ପି. କ୍ଷୀରୋଦ।

ମିଳିଥିବା ସୂଚନା ମୁତାବକ, ଦିଗପହଣ୍ଡିରୁ କାମ ସାରି ବାପା ଅଭିମନ୍ୟୁ ଏବଂ ପୁଅ ହେରମ୍ବ ଏକ ବାଇକ୍‌ (ନଂ.ଓଡି୦୭-୮୯୬୨) ଯୋଗେ ଘରକୁ ଫେରୁଥିଳେ। ହେଲେ ବିପରୀତ ଦିଗରୁ ପି.କ୍ଷୀରୋଦ ଏକ ବାଇକ୍‌ରେ(ନଂ.ଓଡ଼ି ୦୭ ଏପି – ୪୧୮୦) ଆସୁଥିବା ବେଳେ ସେମାନଙ୍କ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ସେମାନେ କଚାଡି ହୋଇ ପଡ଼ିଥିଲେ। ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ଅଭିମନ୍ୟୁଙ୍କୁ ମୃତ ଘୋଷଣା କରିଥିଲେ। ଆହତ ଦ୍ୱୟଙ୍କୁ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ଦିଗପହଣ୍ଡି ପୋଲିସ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ପଠାଇଛି। ଏନେଇ ପୋଲିସ ଏକ ମାମଲା(ନଂ.୧୩୧/୨୩) ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ଏପରି କି ପୋଲିସ ଦୁର୍ଘଟଣା ଗ୍ରସ୍ତ ବାଇକ୍‌ ଦ୍ୱୟକୁ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?