୨ ବାଇକ୍‌ ମୁହାଁମୁହିଁ: ବାପା ମୃତ, ପୁଅ ଗୁରୁତର

ଦିଗପହଣ୍ଡି,୬।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନମ୍ବର ରାଜ୍ୟ ରାଜପଥ ଅନଙ୍ଗପୁର ଗ୍ରାମ ନିକଟରେ ଗୁରୁବାର ଅପରାହ୍ନରେ ୨ଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ଅଭିମନ୍ୟୁ ବିଷୋୟୀ। ଆହତ ହେଲେ ତାଙ୍କର ପୁଅ ହେରମ୍ବ କୁମାର ବିଷୋୟୀ ଏବଂ ଅନ୍ୟଜଣେ ବାସୁଦେବପୁର ଗ୍ରାମର ପି. କ୍ଷୀରୋଦ।

ମିଳିଥିବା ସୂଚନା ମୁତାବକ, ଦିଗପହଣ୍ଡିରୁ କାମ ସାରି ବାପା ଅଭିମନ୍ୟୁ ଏବଂ ପୁଅ ହେରମ୍ବ ଏକ ବାଇକ୍‌ (ନଂ.ଓଡି୦୭-୮୯୬୨) ଯୋଗେ ଘରକୁ ଫେରୁଥିଳେ। ହେଲେ ବିପରୀତ ଦିଗରୁ ପି.କ୍ଷୀରୋଦ ଏକ ବାଇକ୍‌ରେ(ନଂ.ଓଡ଼ି ୦୭ ଏପି – ୪୧୮୦) ଆସୁଥିବା ବେଳେ ସେମାନଙ୍କ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ସେମାନେ କଚାଡି ହୋଇ ପଡ଼ିଥିଲେ। ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ଅଭିମନ୍ୟୁଙ୍କୁ ମୃତ ଘୋଷଣା କରିଥିଲେ। ଆହତ ଦ୍ୱୟଙ୍କୁ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ଦିଗପହଣ୍ଡି ପୋଲିସ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ପଠାଇଛି। ଏନେଇ ପୋଲିସ ଏକ ମାମଲା(ନଂ.୧୩୧/୨୩) ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ଏପରି କି ପୋଲିସ ଦୁର୍ଘଟଣା ଗ୍ରସ୍ତ ବାଇକ୍‌ ଦ୍ୱୟକୁ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri