ମନ୍ଦିର କମିଟି ଗଠନକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ମାରପିଟ୍‌

ବ୍ରହ୍ମପୁର ଅଫିସ,୨୮ା୭: ଶିବମନ୍ଦିର କମିଟି ଗଠନକୁ କେନ୍ଦ୍ରକରି ବ୍ରହ୍ମପୁର ଜଗଦଳପୁର ଗ୍ରାମରେ ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ ହୋଇଛି। ଏହି ଘଟଣାରେ ସଦର ଥାନା ପୋଲିସ ଦୁଇଟି ମାମଲାରେ ୧୦ ଜଣଙ୍କୁ ଗିରଫ କରିଛି। ଜଗଦଳପୁର ଗ୍ରାମର କେ.ବିନୋଦ କୁମାରଙ୍କ ଅଭିଯୋଗ ମୁତାବକ, ପୋଲିସ ଏକ ମାମଲା(ନଂ.୩୨୭/୨୨) ରୁଜୁ କରି ୪ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ବି. ବିଚିତ୍ର ପାତ୍ର, କେ. ନାରାୟଣ ପାତ୍ର, ଜି. ବିଶ୍ୱନାଥ ପାତ୍ର ଓ ବି. ବିକ୍ରମ ପାତ୍ର। ସେହିପରି ଜଣେ ମହିଳାଙ୍କ ଘରେ ପଶି ତାଙ୍କୁ ଅସଦାଚାରଣ ଓ ମାରପିଟ କରିଥିବା ଅଭିଯୋଗରେ ପୋଲିସ ଏକ ମାମଲା (ନଂ.୩୨୮/୨୨) ରୁଜୁ କର ୬ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଏଲ. ବିପ୍ଳବ କୁମାର ପାତ୍ର, ସଂଗ୍ରାମ କେଶରୀ ପାତ୍ର, ଏଲ. ତିରୁପତି ପାତ୍ର, ଏନ୍‌. ଧୀରେନ ଦାଶ, ଏ . ବାଉରୀବନ୍ଧୁ ପାତ୍ର ଓ କେ. ବିନୋଦ କୁମାର।

ସୂଚନା ଅନୁଯାୟୀ, ଜଗଦଳ ଗ୍ରାମରେ ଥିବା ଏକ ଶିବ ମନ୍ଦିର କମିଟି ଗଠନକୁ କେନ୍ଦ୍ରକରି ଉକ୍ତ ଗ୍ରାମର ଦୁଇ ଗୋଷ୍ଠୀ ମଧ୍ୟରେ ଛକାପଞ୍ଝା ଲାଗି ରହିଥିଲା। ବୁଧବାର ଅନୁଷ୍ଠିତ ବୈଠକରେ କୌଣସି ଏକ କାରଣକୁ ନେଇ ଦୁଇଗୋଷ୍ଠୀ ମଧ୍ୟରେ ମାରପିଟ ହୋଇଥିଲା। ଯାହାକୁ ନେଇ ଉଭୟ ଗୋଷ୍ଠୀ ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ଉଭୟ ଗୋଷ୍ଠୀର ୧୦ ଅଭିଯୁକ୍ତଙ୍କୁ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri