ମନ୍ଦିର କମିଟି ଗଠନକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ମାରପିଟ୍‌

ବ୍ରହ୍ମପୁର ଅଫିସ,୨୮ା୭: ଶିବମନ୍ଦିର କମିଟି ଗଠନକୁ କେନ୍ଦ୍ରକରି ବ୍ରହ୍ମପୁର ଜଗଦଳପୁର ଗ୍ରାମରେ ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ ହୋଇଛି। ଏହି ଘଟଣାରେ ସଦର ଥାନା ପୋଲିସ ଦୁଇଟି ମାମଲାରେ ୧୦ ଜଣଙ୍କୁ ଗିରଫ କରିଛି। ଜଗଦଳପୁର ଗ୍ରାମର କେ.ବିନୋଦ କୁମାରଙ୍କ ଅଭିଯୋଗ ମୁତାବକ, ପୋଲିସ ଏକ ମାମଲା(ନଂ.୩୨୭/୨୨) ରୁଜୁ କରି ୪ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ବି. ବିଚିତ୍ର ପାତ୍ର, କେ. ନାରାୟଣ ପାତ୍ର, ଜି. ବିଶ୍ୱନାଥ ପାତ୍ର ଓ ବି. ବିକ୍ରମ ପାତ୍ର। ସେହିପରି ଜଣେ ମହିଳାଙ୍କ ଘରେ ପଶି ତାଙ୍କୁ ଅସଦାଚାରଣ ଓ ମାରପିଟ କରିଥିବା ଅଭିଯୋଗରେ ପୋଲିସ ଏକ ମାମଲା (ନଂ.୩୨୮/୨୨) ରୁଜୁ କର ୬ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଏଲ. ବିପ୍ଳବ କୁମାର ପାତ୍ର, ସଂଗ୍ରାମ କେଶରୀ ପାତ୍ର, ଏଲ. ତିରୁପତି ପାତ୍ର, ଏନ୍‌. ଧୀରେନ ଦାଶ, ଏ . ବାଉରୀବନ୍ଧୁ ପାତ୍ର ଓ କେ. ବିନୋଦ କୁମାର।

ସୂଚନା ଅନୁଯାୟୀ, ଜଗଦଳ ଗ୍ରାମରେ ଥିବା ଏକ ଶିବ ମନ୍ଦିର କମିଟି ଗଠନକୁ କେନ୍ଦ୍ରକରି ଉକ୍ତ ଗ୍ରାମର ଦୁଇ ଗୋଷ୍ଠୀ ମଧ୍ୟରେ ଛକାପଞ୍ଝା ଲାଗି ରହିଥିଲା। ବୁଧବାର ଅନୁଷ୍ଠିତ ବୈଠକରେ କୌଣସି ଏକ କାରଣକୁ ନେଇ ଦୁଇଗୋଷ୍ଠୀ ମଧ୍ୟରେ ମାରପିଟ ହୋଇଥିଲା। ଯାହାକୁ ନେଇ ଉଭୟ ଗୋଷ୍ଠୀ ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ଉଭୟ ଗୋଷ୍ଠୀର ୧୦ ଅଭିଯୁକ୍ତଙ୍କୁ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଶମନ୍ତପୁରରେ ରେକର୍ଡ ଭାଙ୍ଗିଲା ବର୍ଷା

କୋରାପୁଟ/ନନ୍ଦପୁର,୪ା୭(ଅମିତାଭ ବେହେରା/ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ସହରର ମିଶନ କମ୍ପାଉଣ୍ଡ ଛକରେ ଗଛ ପଡ଼ି ୨୬ ନଂ. ଜାତୀୟ ରାଜପଥ…

ଚିକିତ୍ସାରେ ଅବହେଳା, ପ୍ରସୂତିଙ୍କ ମୃତ୍ୟୁର ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରସ୍ଥିତ ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସାରେ ଅବହେଳା କରାଯାଇଥିବା ଯୋଗୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ ଘଟଣାକୁ ଜିଲାପାଳ ଆଦିତ୍ୟ ଗୋୟଲ ଗୁରୁତ୍ୱର…

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୫ ଅସୁସ୍ଥ, ମେଡିକାଲରେ ଭର୍ତ୍ତୀ

କଲ୍ୟାଣସିଂହପୁର,୪।୭(ଦୀପକ କୁମାର ପରିଡା): କଲ୍ୟାଣସିଂହପୁର ବ୍ଲକ ସୀମାନ୍ତ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର ପଞ୍ଚାୟତ ଫୁକେର ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଛାତ୍ରୀ ଗୁରୁତର, ବିଧାୟକ ମେଡିକାଲରେ ପହଞ୍ଚି…

ଗଞ୍ଜାମ,୪ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅନ୍ତର୍ଗତ ଓ୍ବାର୍ଡ ନଂ ୧୧ ଦାମୋଦରପୁର ଗ୍ରାମର ଭାସ୍କର ବେହେରାଙ୍କ ଝିଅ ବିଜ୍ଞାନ ଛାତ୍ରୀ ସ୍ମୃତିମୟୀ ବେହେରା ଶନିବାର ଅପରାହ୍ନରେ ବିଦ୍ୟୁତ୍‌…

ତାମିଲନାଡୁରୁ କେନ୍ଦୁଝର ଫେରିଲେ ୧୦ ଶ୍ରମିକ

କେନ୍ଦୁଝର,୨୭ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ରାଜ୍ୟ ତିରୁଭାଲ୍ଲୁର ଜିଲା ଅନ୍ତର୍ଗତ ପେରୀୟାପାଲ୍ୟମ ଅଞ୍ଚଳରେ ଥିବା ସାମୁଦ୍ରିକ ଖାଦ୍ୟ (ଚିଙ୍ଗୁଡି) ପ୍ରକ୍ରିୟାକରଣ କାରଖାନାରେ ଆମୋନିଆ ଗ୍ୟାସ୍‌ ଲିକ୍‌ ହୋଇ…

ଜିଲାପାଳଙ୍କୁ ଦାବିପତ୍ର ପରେ ପ୍ରଶାସନ ତତ୍ପର: ଅବକାରୀ ବିଭାଗର ବଡ଼ଧରଣର ଚଢ଼ାଉ, ୪ ଅଭିଯୁକ୍ତଙ୍କ ନାଁରେ ମାମଲା

ଥୁଆମୂଳ ରାମପୁର,୪ା୭(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଲନାଗୀ ପଞ୍ଚାୟତରେ ବେଆଇନ ମଦ କାରବାର ଯୋଗୁ ସ୍ଥାନୀୟ ଅଞ୍ଚଳରେ ଆର୍ଥିକ ଓ ସାମାଜିକ ସ୍ଥିତି ବିଗିଡ଼ିବା…

ଚାଉଳିଆଗଞ୍ଜ ଆଇଆଇସିଙ୍କ ଆତ୍ମହତ୍ୟା ନେଇ ଆସିଲା ସ୍ବାମୀଙ୍କ ବୟାନ, କହିଲେ କଥାବାର୍ତ୍ତାରେ ସେମିତି କିଛି…

କଟକ,୪ା୭: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ଘଟଣାକୁ ନେଇ ସ୍ବାମୀଙ୍କ ବୟାନ ସାମ୍ନାକୁ ଆସିଛି। ସେ କହିଛନ୍ତି, ଶୁକ୍ରବାର ରାତି ୧୦ଟା ୨୫ରେ ସ୍ତ୍ରୀଙ୍କ…

କୋଚିଳା ନଦୀ ବନ୍ଧ ଧସିଲା, ଭୟରେ ଅଞ୍ଚଳବାସୀ

ଧାମନଗର,୪।୭(ସନ୍ତୋଷ କୁମାର ମହାପାତ୍ର): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ସକ୍ରିୟ ହେବାରେ ଲାଗିଛି। ଏନେଇ ରାଜ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri