ଗଣେଶ ପୂଜା ଭସାଣୀରେ ୨ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ଆକ୍ରମଣରେ ଓ୍ବାର୍ଡ ସଭ୍ୟ ଗୁରୁତର

ହିଞ୍ଜିଳିକାଟୁ, ୨୬।୯( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ତହଁର ଗ୍ରାମରେ ରାଜନୈତିକ ତଥା ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସୋମବାର ରାତିରେ ଗଣେଶ ପୂଜା ଭସାଣୀରେ ୨ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ଗୋଟିଏ ଗୋଷ୍ଠୀର ତଥା ଉକ୍ତ ପଞ୍ଚାୟତର ଓ୍ବାର୍ଡ ସଭ୍ୟ ପିଣ୍ଟୁ ଗୌଡ ଗୁରୁତର ଆହତ ହୋଇଛନ୍ତି। ପରିବାର ଲୋକେ ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ପ୍ରଥମେ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ହେବାରୁ ସେଠାରୁ ତାଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି।

ସୂଚନାଯୋଗ୍ୟ, ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପରଠାରୁ ହିଞ୍ଜିଳି ଥାନା ତଥା ଶେରଗଡ ବ୍ଳକ ତହଁର ଗ୍ରାମର ୨ ଗୋଷ୍ଠୀଙ୍କ ମଧ୍ୟରେ ଶତ୍ରୁତା ଲାଗି ରହିଥିଲା। ତେବେ ଗାଁର ଗଣେଶ ପୂଜା ଭସାଣୀରେ ଗଣ୍ଡଗୋଳ ଆଶଙ୍କା କରି ସମ୍ପୃକ୍ତ ଗ୍ରାମର ୨ ଗୋଷ୍ଠୀ ହିଞ୍ଜିଳି ଥାନାର ଦ୍ବାରସ୍ଥ ହୋଇଥିଲେ । ଉଭୟ ଗୋଷ୍ଠୀଙ୍କୁ ପୃଥକ ପୃଥକ ଦିବସରେ ଭସାଣୀ ପାଇଁ ଥାନା ପକ୍ଷରୁ କୁହାଯାଇଥିଲା। ସୋମବାର ସାରେ ଗ୍ରାମର ଗୋଟିଏ ଗୋଷ୍ଠୀ ଭସାଣୀ ଉତ୍ସବରେ ଶୋଭାଯାତ୍ରା କରି ଯାଉଥିବା ବେଳେ ଅପର ଗୋଷ୍ଠୀ ରାସ୍ତା ଉପରେ ଭସାଣିର ପ୍ରସାଦ ସେବନ କରୁଥିଲେ । ରାସ୍ତା ଉପରୁ ଅବରୋଧ ହଟାଇବା ପାଇଁ ୨ ଗୋଷ୍ଠୀ ମଧ୍ୟରେ ବିବାଦ ଲାଗିଥିଲା।
ପରେ ପାଟିତୁଣ୍ଡ ଓ ବାଡିଆପିଟା ସ୍ଥିତି ଉପୁଜିଥିଲା। କିଛି ବ୍ୟକ୍ତି ମାରଣାସ୍ତ୍ର ଧରି ଆକ୍ରମଣ କରିବାରୁ ଏଥିରେ ଓ୍ବାର୍ଡ ସଭ୍ୟ ପିଣ୍ଟୁ ଗୁରୁତର ଆହତ ହୋଇଥିଲେ । ଘଟଣା ନେଇ ଉଭୟ ଗୋଷ୍ଠୀଙ୍କ ପକ୍ଷରୁ ହିଞ୍ଜିଳି ଥାନାରେ ଅଭିଯୋଗ ହୋଇଛି । ହିଞ୍ଜିଳି ଥାନାରେ କେସ ନମ୍ବର ୭୦୩/୨୩ ଓ ୭୦୪/୨୩ ରେ ୨ଟି ପୃଥକ ମାମଲା ରୁଜୁ କରି ପୁଲିସ ଘଟଣାର ତଦନ୍ତ ଚଳାଇଛି। କିଛି ବ୍ୟକ୍ତି ପୋଲିସ ଗିରଫ ଭୟରେ ଫେରାର ହୋଇଯାଇଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri