ପାକିସ୍ତାନ ବାହାରେ ପହଞ୍ଚିଲା ରାଜନୈତିକ କନ୍ଦଳ, ଲଣ୍ଡନ ସ୍ଥିତ ନୱାଜ ଶରିଫଙ୍କ ଘର ବାହାରେ ଇମ୍ରାନ-ନୱାଜଙ୍କ ସମର୍ଥକ ମୁହାଁମୁହିଁ

ଇସଲାମାବାଦ,୧୧ ।୪: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ଇସ୍ତଫା ପରେ ପାକିସ୍ତାନ ନ୍ୟାଶନାଲ ଆସେମ୍ଲିରେ ରାଜନୈତିକ କନ୍ଦଳ ଏକ ପ୍ରକାର ଶେଷ ହୋଇଯାଇଛି । ହେଲେ ଇମ୍ରାନ ଖାଁଙ୍କ ଦଳର ସମର୍ଥକ ଓ ନୱାଜ ଶରିଫଙ୍କ ପାର୍ଟିର ସମର୍ଥକଙ୍କ ମଧ୍ୟରେ ସଂସଦ ବାହାରେ ତୁତୁମେମେ ଜାରି ରହିଛି । ରବିବାର ଇମ୍ରାନ ଖାଁଙ୍କ ଦଳର ସମର୍ଥକ ଯେତେବେଳେ ଇସଲାମାବାଦରୁ କରାଚି ପର୍ଯ୍ୟନ୍ତ ବିରୋଧ ପ୍ରଦର୍ଶନ କରୁଥିଲେ ସେତେବେଳେ ଲଣ୍ଡନରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ଶରିଫଙ୍କ ଘର ବାହାରେ ଦୁଇ ଦଳର ସମର୍ଥକ ପରସ୍ପର ମଧ୍ୟରେ ହାତାହାତି ହୋଇଯାଇଥିଲେ ।
ସୂଚନାଯୋଗ୍ୟ, ଅବିଶ୍ୱାସ ପ୍ରସ୍ତାବ ମାଧ୍ୟମରେ ଇମ୍ରାନ ଖାଁଙ୍କୁ ଗାଦିଚ୍ୟୁତ କରାଯିବା ପରେ ପାକିସ୍ତାନରେ ମୁସଲିମ ଲିଗ-ଏନର କର୍ମୀମାନେ ବହୁ ସ୍ଥାନରେ ଖୁସି ମନାଉତିବାର ଫଟୋ ସାମ୍ନାକୁ ଆସିଥିଲା । କେବଳ ସେତିକି ନୁହେଁ ପିଏମଏଲ-ଏନର ସମର୍ଥକ ଲଣ୍ଡନ ସ୍ଥିତ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ଶରିଫଙ୍କ ଘର ବାହାରେ ବି ଏକଜୁଟ ହୋଇ ଖୁସି ମନାଉଥିଲେ । ଏହି ସମୟରେ ଇମ୍ରାନଙ୍କ ପ୍ରଶଂସକ ତଥା ଦଳୀୟ କର୍ମୀ ହାତରେ ପୋଷ୍ଟର, ବ୍ୟାନର ଓ ଦଳୀୟ ପତାକା ଧରି ସେଠାରେ ପହଞ୍ଚି ଯାଇଥିଲେ । ଏମାନେ ସମସ୍ତେ ନୱାଜ ଶରିଫଙ୍କ ବିରୋଧରେ ସ୍ଲୋଗାନ ଦେଉଥିଲେ । ଏହାରି ଭିତରେ ଦୁଇ ଦଳର ସମର୍ଥକଙ୍କ ମଧ୍ୟରେ ହାତାହାତି ଆରମ୍ଭ ହୋଇଯାଇଥିଲା । ଏହାକୁ ଆୟତ୍ତ କରିବାକୁ ପୋଲିସ ଚେଷ୍ଟା କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

ସଇତାନ ସାଜିଲା ସ୍ବାମୀ: ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟା କରି ନିଜ ଚାଷ ଜମିରେ ପୋତିଦେଲେ, ଆଜି ମିଳିଲା…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ସନ୍ୟାସୀ କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଟଙ୍କା ପାଇଁ…

ସରିଲା ମାଓବାଦୀଙ୍କ ଆତ୍ମସମର୍ପଣ ସମୟସୀମା: ଆଉ ମିଳିବ ନାହିଁ ସୁଯୋଗ

ଭୁବନେଶ୍ୱର,୩୧।୩: ଓଡ଼ିଶାରେ ମାଓବାଦୀ ଦମନ ଟାର୍ଗେଟ୍‌ ସଫଳ ହୋଇଛି ବୋଲି ADG ସଞ୍ଜୀବ ପଣ୍ଡା ମଙ୍ଗଳବାର ଗଣମାଧ୍ୟମକୁ କହିଛନ୍ତି। ଓଡ଼ିଶାକୁ ଆଉ ମାଓବାଦୀ ବିପଦ ନାହିଁ ବୋଲି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri