ଗଣେଶ ବିସର୍ଜନ ବେଳେ ସଂଘର୍ଷ

ଗୋପାଳପୁର,୧୨।୯(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳରେ ଗଣେଷ ମୂର୍ତ୍ତି ବିସର୍ଜନ ବେଳେ ସଂଘର୍ଷ ଘଟି ୭ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଏହି ଘଟଣାରେ ଗୁରୁବାର ଗୋଳନ୍ଥରା ପୋଲିସ ୫ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି l

ମିଳିଥିବା ସୂଚନା ମୁତାବକ, ଗୋଳନ୍ଥରା ଥାନା ଅଧୀନ କେଉଟ କୋଇଠା ଗ୍ରାମରେ ବୁଧବାର ରାତିରେ ଗଣେଷ ବିସର୍ଜନ ପାଇଁ ଯାଉଥିବା ବେଳେ ସୋରଳ ବସ୍‌ ଷ୍ଟାଣ୍ଡ ନିକଟରେ ଅନ୍ୟ ଏକ ଗୋଷ୍ଠୀର ଯୁବକଙ୍କ ସହ ପ୍ରଥମେ କଥା କଟାକଟି ହୋଇଥିଲା। ଏହା କ୍ରମେ ଉଗ୍ର ରୂପ ନେଇଥିଲା l କିଛି ଯୁବକ ଧାରୁଆ ବ୍ଲେଡରେ ଆକ୍ରମଣ କରିଥିଲେ। ଫଳରେ ସୋରଳ ଗ୍ରାମର କେତେଜଣ ଯୁବକ ଗୁରୁତର ଆହତ ହୋଇଥିଲେ।

ଉକ୍ତ ଘଟଣାକୁ କେନ୍ଦ୍ର କରି ଗୁରୁବାର କେଉଟ କୋଇଠାର ଧର୍ମରାଜ ବେହେରା ନାମକ ଜଣେ ଶିକ୍ଷକ ସ୍କୁଟି (ନଂ.ଓଡି୦୭ଏଏସ୍‌-୦୯୩୭) ଯୋଗେ ସ୍କୁଲକୁ ଯାଉଥିବା ବେଳେ ବସ୍‌ଷ୍ଟାଣ୍ଡ ନିକଟରେ ୧୦ରୁ ୧୫ଜଣ ଯୁବକ ତାଙ୍କୁ ମରଣାନ୍ତକ ଆକ୍ରମଣ କରିବା ସହ ସ୍କୁଟି ଭାଙ୍ଗି ଦେଇଥିଲେ। ଏନେଇ ସୋରଳ ଗାଁରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା l ପୋଲିସ ଫୋର୍ସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିବା ପରେ ସ୍ଥିତି ନିୟନ୍ତ୍ରଣ ହୋଇଥିଲା l ଏ ନେଇ ଶିକ୍ଷକ ଧର୍ମରାଜଙ୍କ ଅଭିଯୋଗ ପରେ ଗୋଳନ୍ଥରା ଥାନା ପୋଲିସ ଏକ ମାମଲା(ନଂ.୩୬୬/୨୪) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ପୋଲିସ ତଦନ୍ତ ପରେ ସୋରଳ ଗ୍ରାମର ଭାବନୀ ଶଙ୍କର ବେହେରା, ରାମ ବେହେରା ଓ କାହ୍ନା ବେହେରାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

ସେହିପରି ଗୋବିନ୍ଦନଗର ପଞ୍ଚାୟତର ଝିଙ୍କି ପଦର ଗାଁରେ ବୁଧବାର ରାତିରେ ମୂର୍ତ୍ତି ବିସର୍ଜନ ସମୟରେ କୌଣସି ଏକ କାରଣକୁ କେନ୍ଦ୍ର କରି ଶଙ୍କର ଦାସ, ବିଜୁ ଦାସ ଏବଂ ଅନ୍ୟ ଗାଁର ଦୁଇଜଣ ଯୁବକ ରେଳ ଫାଟକ ନିକଟରେ ବିୟର ବୋତଲ ସାହାଯ୍ୟରେ ଲୋକଙ୍କୁ ମାରଣାନ୍ତକ ଆକ୍ରମଣ କରିଥିଲେ l ଏଥିରେ ଝିଙ୍କି ପଦର ଗାଁର ରୋହିତ ଦାସ, ଅର୍ଜୁନ ଦାସ, ଗୌରାଙ୍ଗ ଦାସ, ନୟନା ଦାସ, କାହ୍ନୁ ଦାସ ଏବଂ ସୁଭଦ୍ରା ଦାସ ପ୍ରମୁଖ ଆହତ ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ l

ଏନେଇ ରୋହିତ ଗୋଳନ୍ଥରା ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ(ନଂ.୩୬୪/୨୪)ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ପୋଲିସ ତଦନ୍ତ ପରେ ଶଙ୍କର ଦାସ ଓ ବିଜୁ ଦାସକୁ ଗିରଫ କରି କୋର୍ଟ ଚାଲାଣ କରଛି।

ଗଣ୍ଡଗୋଳ ଘଟଣାରେ ଅନ୍ୟ ଯେଉଁମାନେ ସମ୍ପୃକ୍ତ ଅଛନ୍ତି ତାଙ୍କୁ ମଧ୍ୟ ଖୁବ ଶୀଘ୍ର ଗିରଫ କରାଯିବ । ଏପରିକି ପରିସ୍ଥିତି ନିୟନ୍ତ୍ରଣରେ ରହିଛି, ସୋରଳ ଗାଁର ପୋଲିସ ଫୋର୍ସ ମୃତୟନ କରାଯାଇ ସ୍ଥିତି ଉପରେ ନଜର ରଖା ଯାଇଥିବା ଥାନା ଅଧିକାରୀ ବିବେକାନନ୍ଦ ସ୍ବାଇଁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri