ଦୁଇ ଜନଜାତି ମଧ୍ୟରେ ସଂଘର୍ଷ: ୬୪ ଜଣଙ୍କ ନରସଂହାର…

ପୋର୍ଟ ମୋର୍ସବେ,୧୯।୨ : ପାପୁଆ ନ୍ୟୁ ଗିନିରେ ଦୁଇ ଜନଜାତି ହିଂସାରେ ନରସଂହାରର ରୂପ ନେଇଛି। ଏଥିରେ ୬୪ ଜଣଙ୍କର ମୃତ୍ୟୁ ଘଟିଛି। ସମସ୍ତଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା।

ଏଥିସହ ଏପର୍ଯ୍ୟନ୍ତ ପୋଲିସ ପକ୍ଷରୁ କୌଣସି ପ୍ରକାରର ବିବୃତ୍ତି ଆସିନାହିଁ। ସ୍ଥାନୀୟ ଖବରକାଗଜ ପୋଷ୍ଟ-କ୍ୟୁରିୟର ଏକ ରିପୋର୍ଟରେ କୁହାଯାଇଛି ରବିବାର ଦିନ ଏହି ହିଂସା ଘଟିଥିଲା ଏବଂ ଏହା ଦୁଇ ଜନଜାତିଙ୍କ ମଧ୍ୟରେ ସଂଘର୍ଷ ଯୋଗୁ ହୋଇଥିଲା।

ପାପୁଆ ନ୍ୟୁ ଗିନିରେ ସୁରକ୍ଷା ଏକ ବଡ ପ୍ରସଙ୍ଗ। ଗତ ମାସରେ ଦେଶରେ ହୋଇଥିବା ଦଙ୍ଗାରେ ଅତି କମରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିଲା।

ସପ୍ତାହକ ମଧ୍ୟରେ ଏଙ୍ଗା ପ୍ରଦେଶରେ ଏକ ଆଦିବାସୀ ବିବାଦ ସମୟରେ ଏହି ନରସଂହାର ଘଟିଛି। ଦେଶରେ ବେଆଇନ ଅସ୍ତ୍ରଶସ୍ତ୍ରର କାରବାର ସଂଘର୍ଷକୁ ଅଧିକ ମାରାତ୍ମକ କରିଦେଇଛି। ରାଜଧାନୀ ପୋର୍ଟ ମୋର୍ସବେଠାରୁ ପ୍ରାୟ ୬୦୦ କିଲୋମିଟର ଉତ୍ତର-ପଶ୍ଚିମ ୱାବଗ ସହର ନିକଟରେ ଘଟଣାସ୍ଥଳରେ ପହଞ୍ଚି ପୋଲିସ ମୃତଦେହ ଉଦ୍ଧାର କରିବା ଆରମ୍ଭ କରିଛି।

ଗଣମାଧ୍ୟମ ସଂସ୍ଥା କହିଛି ଯେ ଘଟଣାସ୍ଥଳରୁ ପୋଲିସ ଗ୍ରାଫିକ ଭିଡିଓ ଏବଂ ଫଟୋ ସଂଗ୍ରହ କରିଛି। ଜନଜାତି ବିବାଦ ଜମି ଏବଂ ସମ୍ପତ୍ତି ବଣ୍ଟନକୁ ନେଇ ଘଟିଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri