ପାକିସ୍ତାନ-ତାଲିବାନ ସେନାଙ୍କ ମଧ୍ୟରେ ମୁହାଁମୁହିଁ

କାବୁଲ,୨୧ ।୨: ପାକିସ୍ତାନ ଓ ଆଫଗାନିସ୍ତାନ ମଧ୍ୟରେ ଡୁରାଣ୍ଡ ଲାଇନକୁ ନେଇ ପୁଣିଥରେ ତୁତୁମେମେ ଆରମ୍ଭ ହୋଇଯାଇଛି । ତାଲିବାନ ଦ୍ୱାରା ମୁଖ୍ୟ ବ୍ୟବସାୟିକ ଓ କ୍ରସିଂ ପଏଣ୍ଟ ତୋରଖମ ଗେଟକୁ ବନ୍ଦ କରିବା ପରେ ଇସଲାମିକ ଏମିରେଟ ବଳ ଓ ପାକିସ୍ତାନର ସୀମା ରକ୍ଷକଙ୍କ ମଧ୍ୟରେ ମୁହାଁମୁହିଁ ହୋଇଛି । ଟୋଲୋ ନ୍ୟୁଜ ପକ୍ଷରୁ ଏହି ସୂଚନା ଦିଆଯାଇଛି । ସୀମାରେ ଉଭୟ ପକ୍ଷର ଉପର ଅଞ୍ଚଳରେ ଥିବା ଲୋକେ ମାରପିଟ ଆରମ୍ଭ କରିଦେଇଛନ୍ତି ।
ତୋରଖମ ଗେଟରେ ଥିବା ଜଣେ ଗୁଇନ୍ଦା ଅଧିକାରୀ କରିମୁଲ୍ଲା ଆଗା କହିଛନ୍ତି, ସେଥିରୁ ଗୋଟିଏ, ପାକିସ୍ତାନର ଓ ଅନ୍ୟଟି ଆମ ପ୍ରତିରକ୍ଷା ମନ୍ତ୍ରଣାଳୟର । ଫାଟକ ବନ୍ଦ ହେଲେ ଚିକିତ୍ସା ପାଇଁ ବିଦେଶ ଯାଉଥିବା ଲୋକେ ଓ ତାଙ୍କ ସହ ଥିବା ତାଙ୍କ ପରିଜନଙ୍କୁ ଅସୁବିଧା ହେବ । ପୁଣିଥରେ ଗେଟକୁ ଖୋଲିବାକୁ ଉଭୟ ପକ୍ଷର ସହମତି ପାଇଁ ସେ ପୁଣିଥରେ ଡାକିଛନ୍ତି । ଜଣେ ରୋଗୀ ନଜିବୁଲ୍ଲାହ କହିଛନ୍ତି ରୋଗୀଙ୍କୁ ଅନୁମତି ଦେବାକୁ ପାକିସ୍ତାନ ଉପରେ ଚାପ ପକାଇବା ଜରୁରୀ । ରୋଗୀଙ୍କ ସହ ୨-୩ ଜଣ ରହିଛନ୍ତି । ସେ କହିଛନ୍ତି ପାକିସ୍ତାନ ଆମ ସହ ଭଲ ବ୍ୟବହାର ଦେଖାଉନାହିଁ ।
ଟୋଲୋ ନ୍ୟୁଜର ସୂଚନା ଅନୁଯାୟୀ, ପାକିସ୍ତାନ ଦ୍ୱରା ଆଫଗାନିସ୍ତାନର ରୋଗୀଙ୍କୁ ଗେଟ ପାର ହେବାକୁ ମନା କରିଦେବା ପରେ ତାଲିବାନ ତୋରଖମ ଗେଟ ବନ୍ଦ କରି ଦେଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri