ଗଣେଶ ମେଢ଼ ଭସାଣି ବେଳେ ଗୋଷ୍ଠୀ ସଂଘର୍ଷ

ଡେରାବିଶ,୨୪।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅଧୀନ ଡେରାବିଶ ବ୍ଲକ ଯଅଁରାବାରିମୂଳ ପଞ୍ଚାୟତ ଯଅଁରାବାରିମୂଳ ଗ୍ରାମରେ ଶୁକ୍ରବାର ରାତିରେ ଗଣେଶମୂର୍ତ୍ତି ଭସାଣି ଶୋଭାଯାତ୍ରା ବେଳେ ଗୋଷ୍ଠୀ ସଂଘର୍ଷ ଘଟିଛି। ଏହାକୁ ନେଇ ଥାନାରେ ପୃଥକ୍‌ ପୃଥକ୍‌ ମାମଲା ରୁଜୁ ହୋଇଛି। ଏହି ଘଟଣାରେ ଗ୍ରାମର ଦୁଇଜଣ ଗୁରୁତର ହୋଇଛନ୍ତି। ଉଭୟଙ୍କୁ କଟକ ବଡ଼ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଛି। ଆହତ ଦ୍ୱୟ ହେଲେ ସୁବ୍ରତ ବଳ ଓ ସିଦ୍ଧାର୍ଥ ବଳ। ଗ୍ରାମର ଅନ୍ୟ କେତେଜଣ ଆହତ ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଖବର ପାଇ ଚାନ୍ଦୋଳ ଫାଣ୍ଡି ଅଧିକାରୀ ସୌମ୍ୟରଞ୍ଜନ ପାଣିଗ୍ରାହୀଙ୍କ ନେତୃତ୍ୱରେ ପୋଲିସ୍‌ ଟିମ୍‌ ପହଞ୍ଚତ୍ ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲେ। ଏହି ସମୟରେ ଗାଁର ଏକ ଘରେ ନିଆଁ ଲାଗିଯାଇଥିଲା। ଖବର ପାଇ ନିଶ୍ଚିନ୍ତକୋଇଲି ଅଗ୍ନିଶମ ବିଭାଗର କର୍ମଚାରୀମାନେ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲେ।
ଗ୍ରାମର ଅନନ୍ତ ଚରଣ ବଳଙ୍କ ସ୍ତ୍ରୀ କୁସୁମ ଥାନାରେ କରିଥିବା ଅଭିଯୋଗ ଅନୁଯାୟୀ, ଶୁକ୍ରବାର ରାତି ୮ଟା ୩୦ରେ ଗାଁରେ ଚାଲିଥିବା ଗଣେଶ ଭସାଣି ଶୋଭାଯାତ୍ରା ବେଳେ ତାଙ୍କ ପୁଅ ଅନିରୁଦ୍ଧ ଘରକୁ ଫେରୁଥିଲେ। ହେଲେ ଗ୍ରାମର କେତେଜଣ ଯୁବକ ତାଙ୍କ ପୁଅଙ୍କୁ ଆକ୍ରମଣ କରିଥିଲେ। ନିଜ ଜୀବନ ବଞ୍ଚାଇବାକୁ ଅନିରୁଦ୍ଧ ଘରକୁ ପଳାଇ ଆସିଥିଲେ। ହେଲେ ଗାଁର କେତେଜଣ ଯୁବକ ବିଭିନ୍ନ ମାରଣାସ୍ତ୍ର ଧରି ତାଙ୍କ ଘରର ଗେଟ୍‌କୁ ବାଡ଼େଇ ଭାଙ୍ଗିଦେବା ସହ ୨ ବୋହୂ, ଝିଅ ଓ ନାତୁଣୀଙ୍କୁ ଆକ୍ରମଣ କରିବାକୁ ପଛେଇ ନ ଥିଲେ। ଏପରିକି ତାଙ୍କ ଘରକୁ ମଧ୍ୟ ଏହି ଅସାମାଜିକ ଯୁବକମାନେ ନିଆଁ ଲଗାଇ ଦେବା ସହ ପରିବାର ଲୋକଙ୍କୁ ଜୀବନରୁ ମାରିଦେବାକୁ ଧମକ ଦେଇଥିବା ଅଭିଯୋଗରେ ଦର୍ଶାଯାଇଛି। ଏହି ଅଗ୍ନିକାଣ୍ଡରେ ଘରର ଲକ୍ଷାଧିକ ଟଙ୍କାର ଆସବାବପତ୍ର ସମ୍ପୂର୍ଣ୍ଣ ପୋଡ଼ି ପାଉଁଶ ହୋଇଯାଇଛି। ଏ ନେଇ ଗ୍ରାମର ୨୧ ଜଣଙ୍କ ବିରୋଧରେ କୁସୁମ ଅଭିଯୋଗ କରିଛନ୍ତି।ଅପରପକ୍ଷେ ଗ୍ରାମର ସୁବ୍ରତ ବଳଙ୍କ ସ୍ତ୍ରୀ ମୋନିକା ଥାନାରେ ଦେଇଥିବା ଅଭିଯୋଗ ଅନୁଯାୟୀ, ଗଣେଶ ଭସାଣି ଶୋଭାଯାତ୍ରା ସମୟରେ ତାଙ୍କ ସ୍ବାମୀ ସୁବ୍ରତ ଛିଡ଼ା ହୋଇଥିଲେ। ଗ୍ରାମର ଯୁବକ ଅନିରୁଦ୍ଧ ରାସ୍ତାରେ କାହିଁକି ଛିଡ଼ା ହୋଇଛ ବୋଲି ତାଙ୍କୁ କହି ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିଥିଲେ।ଉପସ୍ଥିତ ଗ୍ରାମବାସୀ ବୁଝାଶୁଝା କରିଥିଲେ। ମାତ୍ର ଅନିରୁଦ୍ଧ ଫୋନ୍‌ ଯୋଗେ ତାଙ୍କ ବାପା ଅନନ୍ତଙ୍କ ସମେତ ତାଙ୍କ ପରିବାରର ୩ଜଣଙ୍କୁ ଘଟଣାସ୍ଥଳକୁ ଡକାଇ ବିଭିନ୍ନ ମାରଣାସ୍ତ୍ରରେ ସୁବ୍ରତଙ୍କୁ ଆକ୍ରମଣ କରିଥିଲେ। ଏଥିସହିତ ଅନିରୁଦ୍ଧଙ୍କ ପରିବାରର ମହିଳାମାନେ ଛାତ ଉପରୁ ଟେକା ପଥର ତାଙ୍କ ଉପରକୁ ଫୋପାଡ଼ି ଥିଲେ ବୋଲି ସେ ଅଭିଯୋଗରେ ଉଲ୍ଲେଖ କରିଛନ୍ତି। ଏହି ଆକ୍ରମଣରେ ତାଙ୍କ ସ୍ବାମୀ ସୁବ୍ରତ ଓ ଗ୍ରାମର ସିଦ୍ଧାର୍ଥ ବଳ ରକ୍ତାକ୍ତ ହୋଇଥିଲେ। ଉଭୟ ଅଭିଯୋଗକୁ ଭିତ୍ତିକରି ଥାନାରେ ୨ଟି ମାମଲା(ନଂ.୬୯୨/୨୩ ଓ ୬୯୩/୨୩) ରୁଜୁ କରାଯାଇଛି। ଘଟଣାର ଅଧିକ ତଦନ୍ତ କରାଯାଉଥିବା ସଦର ଥାନା ଅଧିକାରୀ ସରୋଜ କୁମାର ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?