ଭାଜପା ବିଜୟ ଉତ୍ସବ ପାଳନରେ ବାଣଫୁଟାକୁ ନେଇ ଖଣ୍ଡଯୁଦ୍ଧ: ବାପ-ପୁଅ ସମେତ ୬ ଆହତ, ଗାଁରେ ଉତ୍ତେଜନା

ହାଟଡିହୀ,୧୩ା୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ବାଣଫୁଟାକୁ ନେଇ ମହାଭାରତ ସୃଷ୍ଟି ହୋଇଛି। ବାଣଫୁଟାରେ ବାପ, ପୁଅଙ୍କ ସମେତ ୬ ଜଣ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଆନନ୍ଦପୁର ଡିଏସ୍‌ପି ପ୍ରଶାନ୍ତ ବେହେରା ଏବଂ ସୋସୋ ଥାନା ଅଧିକାରୀ ବିଜୟ ବିହାରୀ ପହଞ୍ଚି ତଦନ୍ତ ଚଳାଇଥିବା ବେଳେ ଜଣକୁ ଅଟକ ରଖାଯାଇଛି। କିନ୍ତୁ ଅଦ୍ୟାବଧି ଥାନାରେ କୌଣସି ଅଭିଯୋଗ ହୋଇନି।

ସୂଚନାନୁସାରେ, ଧନୁର୍ଜୟପୁରରେ କିଛି ହାତଗଣତି ଲୋକ ଭାଜପା ସରକାର ଗଢ଼ୁଥିବା ଖୁସିରେ ଗାଁରେ ବାଣ ଫୁଟାଇ ଖୁସି ମନାଉଥିଲେ। ଧନଜୀବନକୁ ଲକ୍ଷ୍ୟ ରଖି ଗ୍ରାମର ସୁଲେଇ ହୋ ତାଙ୍କ ଘର ପାଖରେ ରାତିରେ ବାଣ ଫୁଟାଇବାକୁ ବାରଣ କରିଥିଲେ। କିନ୍ତୁ ସୁଲେଇଙ୍କ ଘର ଆଗରେ ଜବରଦସ୍ତ ବାଣ ଫୁଟାଇଥିଲେ। ଫଳରେ ମହାଭାରତ ଘଟିଥିଲା। ସୁଲେଇ ଏବଂ ତାଙ୍କ ପୁଅ ସହ ବାଣ ଫୁଟାଉଥିବା ଲୋକଙ୍କ ଗଣ୍ଡଗୋଳ ଘଟିଥିଲା। ତୀରମାଡ଼ ସହ ହଣାକଟା ହେବାରୁ ସୁଲେଇ ହୋ ଏବଂ ତାଙ୍କ ପୁଅ, ଧନୁର୍ଜୟପୁର ପଞ୍ଚାୟତ ପୂର୍ବତନ ସରପଞ୍ଚ ନିରୁପମା ରାଉତଙ୍କ ସ୍ବାମୀ ବିଶ୍ୱଜିତ(ନଣ୍ଡା)ରାଉତ, ନାରାୟଣ ସାମଲ, ଅଶୋକ ଜେନା, ଗାଙ୍ଗୁଲି ବିରୁଆ ପ୍ରମୁଖ ଆହତ ହୋଇଥିବା ସୂଚନା ମିଳିଛି। ନାରାୟଣ ଜେନା କଟକ ସ୍ଥାନାନ୍ତର ହୋଇଥିବା ବେଳେ ଅନ୍ୟମାନେ ଆଗରପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ରାଜନୈତିକ ଦଳର ହସ୍ତକ୍ଷେପ ଯୋଗୁ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଏବଂ ଅସନ୍ତୋଷ ବଢୁଥିବା ଖବର ମିଳିଛି। କୌଣସି ମୁହୂର୍ତ୍ତରେ ଭୟାନକ ଆଇନଶୃଙ୍ଖଳା ପରିସ୍ଥିତି ଉପୁଜିପାରେ। ତେଣୁ ଘଟଣାକୁ ଉସୁକାଉଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି ହୋଇଛି। ପୋଲିସ ମଧ୍ୟ ଘଟଣା ଉପରେ ତୀକ୍ଷ୍ଣ ନଜର ରଖିଛି।

ସରକାରୀ ନିୟମ ଏବଂ କଟକଣାକୁ ବେଖାତିର କରି ରାତିରେ ଗାଁ ଭିତରେ ବାଣ ଫୁଟାଇବା ବେଆଇନ ଏବଂ ବାଣ ଫୁଟାଇଥିବା ବ୍ୟକ୍ତିଙ୍କ ବିରୋଧରେ ମାମଲା ରୁଜୁ ସହ ସେମାନଙ୍କୁ ଗିରଫ ଦାବି ହୋଇଛି। ରାତିରେ ଗାଁ ଭିତରେ ଏପରି ବାଣଫୁଟାକୁ ବିଭିନ୍ନ ମହଲରେ ତୀବ୍ର ନିନ୍ଦା କରାଯାଇଥିବା ବେଳେ ସୋସୋ ପଞ୍ଚାୟତର ପୂର୍ବତନ ସରପଞ୍ଚ ବୈଲୋଚନ ନାୟକ ଏବଂ ଆଇନଜୀବୀ ଭଗବାନ ମଲିକ ନିନ୍ଦା ପ୍ରକାଶ କରି ଆଇନଗତ କାର୍ଯ୍ୟାନୁଷ୍ଠାନ ମଧ୍ୟ ଦାବି କରିଛନ୍ତି।

ଏ ବାବଦରେ ଆନନ୍ଦପୁର ଡିଏସ୍‌ପି ପ୍ରଶାନ୍ତ ବେହେରା ଏବଂ ସୋସୋ ଥାନା ଅଧିକାରୀ ବିଜୟ ବିହାରୀଙ୍କୁ ପଚାରିବାରୁ ରାତିରେ ଗାଁଁ ଭିତରେ ବାଣଫୁଟାକୁ କେନ୍ଦ୍ର କରି ଗଣ୍ଡଗୋଳ ଘଟିଛି। ଆହତମାନେ ଚିକିତ୍ସିତ ହେଉଛନ୍ତି। ଅଦ୍ୟାବଧି କେହି ଲିଖିତ ଅଭିଯୋଗ କରିନାହାନ୍ତି। ଜଣଙ୍କୁ ଅଟକ ରଖାଯାଇଛି। ବିଭିନ୍ନ ଲୋକଙ୍କ ବୟାନ ରେକର୍ଡିଂ କରାଯାଇଛି। ଲିଖିତ ଅଭିଯୋଗ ହେଲେ ରାତିରେ ବାଣ ଫୁଟାଇଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri