ସରକାରୀ ଜମି ଦଖଲକୁ ନେଇ ଗୋଷ୍ଠୀ ସଂଘର୍ଷ: ୨ ମହିଳାଙ୍କ ସମେତ ୯ ଅଭିଯୁକ୍ତ ଗଲେ ଜେଲ, ଫୋର୍ସ ମୁତୟନ

ଦିଗପହଣ୍ଡି, ୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ଦିଗପହଣ୍ଡି ଥାନା ନୂଆ ଅନନ୍ତେଇ ଗ୍ରାମରେ ସରକାରୀ ଜମି ଦଖଲ ଏବଂ ଚାଷକୁ ନେଇ ଦୁଇ ପରିବାର ମଧ୍ୟରେ ଉଗ୍ର ଗୋଷ୍ଠୀ ସଂଘର୍ଷ ଘଟିଛି। ମାରଣାସ୍ତ୍ର ଧରି ପରସ୍ପରକୁ ଆକ୍ରମଣ କରିଥିବା ଏହି ଘଟଣାରେ ପୋଲିସ  ୨ ମହିଳାଙ୍କ ସମେତ ମୋଟ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

ପ୍ରାପ୍ତ ସୂଚନା ଅନୁଯାୟୀ, ଗ୍ରାମର ମଥୁରା ଗୌଡ଼ ଏବଂ ବିକ୍ରମ ଚୌଧୁରୀଙ୍କ ପରିବାର ଦୀର୍ଘବର୍ଷ ଧରି କିଛି ସରକାରୀ ଜମି ଦଖଲ କରି ଚାଷ କରିଆସୁଥିଲେ। ଉକ୍ତ ଜମିକୁ ନେଇ ଉଭୟ ପରିବାର ମଧ୍ୟରେ ପୂର୍ବରୁ ମଧ୍ୟ ବିବାଦ ଲାଗିରହିଥିବାରୁ ପ୍ରତିବର୍ଷ ଫସଲ ଅମଳ ସମୟରେ ଗଣ୍ଡଗୋଳ ଦେଖାଦେଇଥାଏ। ବୁଧବାର ଏହି ବିବାଦ ଚରମ ସୀମାରେ ପହଞ୍ଚିବାରୁ ଉଭୟ ପକ୍ଷ ମଧ୍ୟରେ ବଚସା ହୋଇ ମାର୍ଟପିଟ୍ ହୋଇଥିଲା। ଏଥିରେ ଆହତ ହୋଇଥିବା ବ୍ୟକ୍ତିମାନଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।

ଖବର ପାଇ ଦିଗପହଣ୍ଡି ଥାନା ଆଇଆଇସି କିଶୋର କୁମାର ସାମଲ ଏବଂ ଚିକିଟି ଏସ୍‌ଡିପିଓ ବିଶ୍ୱାମିତ୍ର ହରପାଲ ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ସ୍ଥିତିକୁ ନିୟନ୍ତ୍ରଣକୁ ଆଣିଥିଲେ। ପରେ ଉଭୟ ପକ୍ଷରୁ ହୋଇଥିବା ଏତଲା ଆଧାରରେ ପୋଲିସ ମାମଲା ରୁଜୁ କରି ମଥୁରା ଗୌଡ଼, ଅଜିତ ଗୌଡ଼, ରୋଷନ ଗୌଡ଼, ରିତାଞ୍ଜଳି ଗୌଡ଼, ତ୍ରିପତି ଗୌଡ଼ ଏବଂ ବିପକ୍ଷ ଗୋଷ୍ଠୀର ବିକ୍ରମ ଚୌଧୁରୀ, ମନ୍ମଥ ଚୌଧୁରୀ, ମିହିର ଚୌଧୁରୀ ଓ ସୌଦାମିନୀ ଚୌଧୁରୀଙ୍କୁ ଗିରଫ କରିଥିଲା। କୋର୍ଟରେ ଜାମିନ ଆବେଦନ ଖାରଜ ହେବାରୁ ସମସ୍ତଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଛି।

ଗ୍ରାମରେ ପୁନର୍ବାର ସଂଘର୍ଷ ଆଶଙ୍କାକୁ ଦୃଷ୍ଟିରେ ରଖି ସେଠାରେ ୧ ସେକ୍ସନ ସଶସ୍ତ୍ର ପୋଲିସ ଫୋର୍ସ ମୁତୟନ କରାଯାଇଛି। ଏହାଛଡ଼ା, ଉକ୍ତ ବିବାଦୀୟ ସ୍ଥାନରେ ଭାରତୀୟ ନାଗରିକ ସୁରକ୍ଷା ସଂହିତା (ବିଏନଏସଏସ)ର ୧୬୩ ଧାରା ଲାଗୁ କରାଯିବା ନିମନ୍ତେ ପୋଲିସ ପ୍ରଶାସନ ପକ୍ଷରୁ ବ୍ରହ୍ମପୁର ଉପଜିଲାପାଳଙ୍କ ନିକଟକୁ ସୁପାରିଶ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?