ରାମଲୀଳା ମହୋତ୍ସବ ଚାଲିଥିବାବେଳେ ତୁମୁଳକାଣ୍ଡ: ପୋଲିସ-ଦର୍ଶକଙ୍କ ମଧ୍ୟରେ ଧସ୍ତାଧସ୍ତି ବେଳେ ୬ଦର୍ଶକ…

ଭେଡେନ,୧୯।୧(ହୃଷିକେଶ ଖମାରୀ)- ବରଗଡ ଜିଲା ଭେଡେନରେ ରବିବାର ରାମଲୀଳା ମହୋତ୍ସବ ଚାଲିଥିବାବେଳେ ବିଳମ୍ବିତ ରାତିରେ ତୁମୁଳକାଣ୍ଡ ଘଟିଛିv। ଜଣେ ଗାୟକ ଗୀତ ପରିବେଷଣ କରୁଥିବା ସମୟରେ ମହୋତ୍ସବରେ ଜନ ସମୁଦ୍ର ହୋଇଥିଲା। ଏହି ସମୟରେ କୌଣସି କାରଣରୁ ବିଶୃଙ୍ଖଳା ସୃଷ୍ଟି ହୋଇଥିଲା ଏବଂ ପୋଲିସ-ଦର୍ଶକଙ୍କ ମଧ୍ୟରେ ଧସ୍ତାଧସ୍ତି, ଠେଲାପେଲା, ଢେଲା ପଥର ମାଡ ସହିତ ବାଡିଆପିଟା ହୋଇଥିବା ଅଭିଯୋଗ ହୋଇଛି ।

ଏହି ଅଘଟଣରେ ୬ଦର୍ଶକ ଆହତ ହୋଇଛନ୍ତି । ସେମାନେ ହେଲେ ଗଣ୍ଠିଆପାଲିର ଗହକି ସୁହୁଲା, ଭେଡେନର କଏରୁ ରୋହିଦାସ, ଜୟଦେବ ମେହେର, ଲଲିତ ବିଶ୍ବାଳ, ଅଛାଣ୍ଡପାଲିର ଲବ ବାଗ ଏବଂ ପାକେଲଦାଦର ଗ୍ରାମର ପ୍ରଫୁଲ୍ଲ ନାଗ । ଆହତ ମହିଳା ଗହକିଙ୍କୁ ବୁର୍ଲା ଡାକ୍ତରଖାନା ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ଘଟଣାକୁ ନେଇ ଉକ୍ତ ସ୍ଥାନରେ ଚାପା ଉତ୍ତେଜନା ଲାଗି ରହିଛି।

ପରିସ୍ଥିତି ନିୟନ୍ତ୍ରଣ ପାଇଁ ବ୍ୟାପକ ପୋଲିସ ମୁତୟନ ଅଛନ୍ତି । ତେବେ ଏ ସମ୍ପର୍କରେ ଭେଡେନ ଥାନା ଅଧିକାରୀ ଶଶୀଭୂଷଣ ମିଶ୍ରଙ୍କୁ ପଚାରିବାରୁ ସେ କହିଛନ୍ତି, ରାମଲୀଳା ମହୋତ୍ସବରେ ଅସମ୍ଭାଳ ଭିଡ ହୋଇଥିଲା । ଢେଲା ପଥର ମାଡ଼ ଯୋଗୁଁ ଜଣେ ମହିଳା ଆହତ ହୋଇଥିବା ଖବର ମିଳିଛି । ପୋଲିସ ପକ୍ଷରୁ ଲାଠିମାଡ ହୋଇ ନାହିଁ । ଏପର୍ଯ୍ୟନ୍ତ ଏ ନେଇ କେହି ଏତଲା ଦେଇ ନ ଥିବା ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

‘କୁତ୍ରିମ ବୁଦ୍ଧିମତା ଯୁଗରେ ପ୍ରତିଟି କ୍ଷେତ୍ରରେ ଯତ୍ନବାନ ରୁହନ୍ତୁ ଛାତ୍ରୀଛାତ୍ର’

ଦିଗପହଣ୍ଡି,୨୧|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସରାୟ ବିଜ୍ଞାନ କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ମେଜର୍ ଡ.…

ଭୋଜି ଖାଇ ଫେରୁଥିଲେ, ବାଟରେ ଜଗିଥିଲା ମୃତ୍ୟୁ: ଘାଟିରେ ବାଇକ୍ ଦୁର୍ଘଟଣାଗ୍ରସ୍ତ, ବଡ଼ ଭାଇ ମୃତ, ସାନ ଭାଇ…

ଗୁଡାରି,୨୧।୪(ପ୍ରମୋଦ କୁମାର ପତି): ଭୋଜି ଖାଇ ଝିଅ ଘରୁ ନାତୁଣୀକୁ ଧରି ଫେରୁଥିଲେ, ହେଲେ ବାଟରେ ଜଗିଥିଲା ମୃତ୍ୟୁ। ଚନ୍ଦ୍ରପୁର ବ୍ଲକ ବକାଗୁଡା ନିକଟସ୍ଥ ଘାଟିରେ ଏକ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ମଙ୍ଗଳବାର…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri