ସୁରକ୍ଷାବଳର ଗୁଳି ମାଡ଼ରେ ଛତ୍ରଭଙ୍ଗ ଦେଲେ ମାଓବାଦୀ

ନୂଆପଡ଼ା ଅଫିସ,୧୭।୧୨: ଓଡ଼ିଶା-ଛତିଶଗଡ଼ ସୀମାନ୍ତ ନୂଆପଡ଼ା ଜିଲା ସିନାପାଲି ଥାନା ଝୋଲାପଡ଼ା ଗାଁ ପାଟଦର୍ହା ସଂରକ୍ଷିତ ଜଙ୍ଗଲରେ ମାଓବାଦୀଙ୍କ ଏବଂ ଯବାନ ମଧ୍ୟରେ ଗୁଳି ବିନିମୟ ହୋଇଛି। ଯବାନଙ୍କ ପାଲଟା ଗୁଳିରେ ମାଓବାଦୀମାନେ ଘଟଣା ସ୍ଥଳରୁ ଛତ୍ରଭଙ୍ଗ ଦେଇଛନ୍ତି। ନୂଆପଡ଼ା ଏସ୍‌ପିଙ୍କ ସମ୍ମିଳନୀ କକ୍ଷରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଏସ୍‌ପି ପ୍ରତ୍ୟୁଷ ଦିବାକର ଏହି ସୂଚନା ଦେଇଛନ୍ତି। ଘଟଣା ପରେ ଛତିଶଗଡ଼ ସୀମାନ୍ତରେ କୋମ୍ବିଂ ଅପରେଶନ ଜାରି ରହିଛି ବୋଲି ଏସ୍‌ପି କହିଛନ୍ତି।

ସୂଚନା ମୁତାବକ, ସିନାପାଲି ଥାନା ଝୋଲାପଡ଼ା ଗାଁ ପାଟଦର୍ହା ସଂରକ୍ଷିତ ଜଙ୍ଗଲରେ ଗତ ୧୪ ତାରିଖରୁ ସିଆରପିଏଫ୍‌, ଏସ୍‌ଓଜି ଓ ଡିଭିଏଫ୍‌ ଯବାନ ମିଳିତ ଭାବେ କୋମ୍ବିଂ ଅପରେଶନ କରୁଥିଲେ। ଗୁରୁବାର ଝୋଲାପଡ଼ା ଗାଁ ପାଟଦର୍ହା ସଂରକ୍ଷିତ ଜଙ୍ଗଲରେ ମାଓବାଦୀମାନେ ଏସ୍‌ଓଜି ଯବାନଙ୍କ ଉପରକୁ ଗୁଳି ଚଳାଇଥିଲେ। ଯବାନ ଏହାର ଯବାବ ଦେଇଥିଲେ। ଯବାନଙ୍କ ଗୁଳିକୁ ସାମ୍‌ନା କରି ନ ପାରି ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିଲେ। ଯବାନଙ୍କ ପକ୍ଷରୁ ଏକ କ୍ୟାମ୍ପ ଠାବ କରାଯାଇଛି। କ୍ୟାମ୍ପରୁ ମାଓବାଦୀଙ୍କ ବିଭିନ୍ନ ସାମଗ୍ରୀ ଜବତ କରାଯାଇଛି। ଖବରଦାତା ସମ୍ମିଳନୀରେ ସିଆର୍‌ପିଏଫ୍‌ କମାଣ୍ଡାଣ୍ଟ ରାଜେଶ ବାସ୍ତବ, ସେକେଣ୍ଡ କମାଣ୍ଡାଣ୍ଟ ଧୀରଜ କୁମାର ସିଂ, ଡେପୁଟି କମାଣ୍ଡାଣ୍ଟ ଦନାରାମ ୟାଦବ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri