ବାଲିପାଟଣା,୪ା୧୧(ଡି.ଏନ୍.ଏ.): ବାଲିପାଟଣା ଥାନା ଅଧୀନ ମାର୍ଥାପୁର ଗ୍ରାମରେ ସୋମବାର ରାତିରେ ପୋଲିସ ଉପସ୍ଥିତିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ଆହତ ୧୨ଜଣଙ୍କୁ ଚିକିତ୍ସା ପାଇଁ ବାଲିପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ତନ୍ମଧ୍ୟରୁ ୩ଜଣଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଏହି ଘଟଣାରେ ପୋଲିସ ମଙ୍ଗଳବାର ୯ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ପ୍ରସନ୍ନ କୁମାର ଭୋଇ, ନବଘନ ଭୋଇ, ଛବି ଭୋଇ, ହେମନ୍ତ ଭୋଇ, ଦିଜ ଭୋଇ, ସଞ୍ଜୟ ଭୋଇ, ଭରତ ଭୋଇ, ବୁଲୁ ଭୋଇ ଏବଂ ଲୁନା ଭୋଇ। ସୂଚନା ଅନୁଯାୟୀ, ମାର୍ଥାପୁର ଗ୍ରାମର ସଞ୍ଜୟ ଓ ହେମନ୍ତ ଭୋଇଙ୍କ ମଧ୍ୟରେ ଜମିବାଡିକୁ ନେଇ ବିବାଦ ରହିଥିଲା। ଅନେକ ସମୟରେ ସମାଧାନ ହୋଇଥିଲେ ମଧ୍ୟ ବିବାଦ ତୁଟି ନ ଥିଲା। କୌଣସି କାରଣରୁ ପୁନର୍ବାର ବିବାଦ ଉପୁଜିବାରୁ ପୋଲିସ ଉଭୟ ପକ୍ଷଙ୍କୁ ଥାନାକୁ ଡ଼କାଇଥିଲେ। ଅନ୍ୟପକ୍ଷେ ହେମନ୍ତ ସଞ୍ଜୟଙ୍କ ପରିବାରକୁ ଆକ୍ରମଣ କରିବାକୁ ନେଇ ଧମକ ଦେଉଥିଲେ। ଫଳରେ ସଞ୍ଜୟ ଗ୍ରାମ ନିକଟ ସମ୍ପର୍କୀୟଙ୍କ ଘରେ ଲୁଚି ରହିଥିବା ବେଳେ ପୋଲିସ ସହାୟତାରେ ଗ୍ରାମକୁ ଆସିଥିଲେ। ଏହି ସମୟରେ ପୋଲିସ ଉପସ୍ଥିତିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା। ଏନେଇ ଉଭୟ ପକ୍ଷଙ୍କ ଅଭିଯୋଗକ୍ରମେ ପୋଲିସ ଦୁଇଟି ମାମଲା (ନଂ.୩୩୬, ୩୩୭/୨୦)ରୁଜୁକରି ୯ଜଣଙ୍କୁ ଗିରଫ କରିଛି।
Posted inଅପରାଧ, ଆମ ଜିଲା ଖବର, କେନ୍ଦ୍ରାପଡ଼ା View All
ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ
ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…
ସୁନା ଭର୍ତ୍ତି ବ୍ୟାଗ୍ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..
ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…
କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି
ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…
ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍: ଉଜୁଡିଲା ଚାଷୀଙ୍କ ଅମଳ ଆଶା
ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…
ପୂର୍ବତନ ବିଧାୟକ, ପୂର୍ବତନ ଏମ୍ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ
ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…
ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ
ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…
ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ
ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…
ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ
ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…
Archives

