ବାଲିପାଟଣା,୪ା୧୧(ଡି.ଏନ୍.ଏ.): ବାଲିପାଟଣା ଥାନା ଅଧୀନ ମାର୍ଥାପୁର ଗ୍ରାମରେ ସୋମବାର ରାତିରେ ପୋଲିସ ଉପସ୍ଥିତିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ଆହତ ୧୨ଜଣଙ୍କୁ ଚିକିତ୍ସା ପାଇଁ ବାଲିପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ତନ୍ମଧ୍ୟରୁ ୩ଜଣଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଏହି ଘଟଣାରେ ପୋଲିସ ମଙ୍ଗଳବାର ୯ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ପ୍ରସନ୍ନ କୁମାର ଭୋଇ, ନବଘନ ଭୋଇ, ଛବି ଭୋଇ, ହେମନ୍ତ ଭୋଇ, ଦିଜ ଭୋଇ, ସଞ୍ଜୟ ଭୋଇ, ଭରତ ଭୋଇ, ବୁଲୁ ଭୋଇ ଏବଂ ଲୁନା ଭୋଇ। ସୂଚନା ଅନୁଯାୟୀ, ମାର୍ଥାପୁର ଗ୍ରାମର ସଞ୍ଜୟ ଓ ହେମନ୍ତ ଭୋଇଙ୍କ ମଧ୍ୟରେ ଜମିବାଡିକୁ ନେଇ ବିବାଦ ରହିଥିଲା। ଅନେକ ସମୟରେ ସମାଧାନ ହୋଇଥିଲେ ମଧ୍ୟ ବିବାଦ ତୁଟି ନ ଥିଲା। କୌଣସି କାରଣରୁ ପୁନର୍ବାର ବିବାଦ ଉପୁଜିବାରୁ ପୋଲିସ ଉଭୟ ପକ୍ଷଙ୍କୁ ଥାନାକୁ ଡ଼କାଇଥିଲେ। ଅନ୍ୟପକ୍ଷେ ହେମନ୍ତ ସଞ୍ଜୟଙ୍କ ପରିବାରକୁ ଆକ୍ରମଣ କରିବାକୁ ନେଇ ଧମକ ଦେଉଥିଲେ। ଫଳରେ ସଞ୍ଜୟ ଗ୍ରାମ ନିକଟ ସମ୍ପର୍କୀୟଙ୍କ ଘରେ ଲୁଚି ରହିଥିବା ବେଳେ ପୋଲିସ ସହାୟତାରେ ଗ୍ରାମକୁ ଆସିଥିଲେ। ଏହି ସମୟରେ ପୋଲିସ ଉପସ୍ଥିତିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା। ଏନେଇ ଉଭୟ ପକ୍ଷଙ୍କ ଅଭିଯୋଗକ୍ରମେ ପୋଲିସ ଦୁଇଟି ମାମଲା (ନଂ.୩୩୬, ୩୩୭/୨୦)ରୁଜୁକରି ୯ଜଣଙ୍କୁ ଗିରଫ କରିଛି।
Posted inଅପରାଧ, ଆମ ଜିଲା ଖବର, କେନ୍ଦ୍ରାପଡ଼ା View All
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

