Posted inଜାତୀୟ

ମଣିପୁରରେ ସାନି ସଂଘର୍ଷ: ୪ ମୃତ

ଇମ୍ଫାଲ, ୩ା୭ : ମଣିପୁରର ବିଷ୍ଣୁପୁର ଜିଲାରେ ଶନିବାର ବିଳମ୍ବିତ ରାତିରେ ସାନି ହିଂସାକାଣ୍ଡ ଘଟି ୪ ଜଣ ପ୍ରାଣ ହରାଇଛନ୍ତି। ଏହି ଘଟଣା ପରେ ମୁଖ୍ୟମନ୍ତ୍ରୀ ଏନ୍‌. ବୀରେନ୍‌ ସିଂ ଘଟଣାସ୍ଥଳକୁ ଯାଇଛନ୍ତି। ଅଜଣା ବନ୍ଧୁକଧାରୀଙ୍କ ସହ ଗୁଳି ବିନିମୟ ବେଳେ ୨ ଜଣ ଗ୍ରାମ ସ୍ବେଚ୍ଛାସେବୀ ନିହତ ହୋଇଛନ୍ତି। ଖୋଇଜୁମାଣ୍ଟାବି ଗ୍ରାମରେ ସ୍ବେଚ୍ଛାସେବୀମାନେ ଏକ ଅସ୍ଥାୟୀ ବଙ୍କରକୁ ଜଗିଥିବାବେଳେ ଦୁର୍ବୃତ୍ତମାନେ ତାଙ୍କ ଉପରକୁ ଗୁଳି ଚଳାଇଥିଲେ। ଶନିବାର ମଧ୍ୟରାତ୍ରରୁ ବିଷ୍ଣୁପୁର ଓ ଏହାର ଆଖପାଖ ଅଞ୍ଚଳରେ ଉତ୍ତେଜନା ଜାରି ରହିଛି। ଖବର ଅନୁଯାୟୀ ବିଷ୍ଣୁପୁର ଓ ଚୁରାଚାନ୍ଦପୁର ଜିଲା ସୀମାବର୍ତ୍ତୀ ଅଞ୍ଚଳରେ ଉଗ୍ରବାଦୀମାନେ ଆକ୍ରମଣ କରିଥିଲେ। ସେମାନେ ଅନେକ ଘର ଜାଳିଦେବା ସହ କେତେଜଣଙ୍କୁ ଅପହରଣ କରିନେଇଥିଲେ। ସଶସ୍ତ୍ର ଉଗ୍ରପନ୍ଥୀମାନେ ସଂଘର୍ଷ ବେଳେ ଜଣକ ମୁଣ୍ଡ କାଟିଦେଇଥିଲେ।
ଦୀର୍ଘ ୨ ମାସ ଧରି ମଣିପୁରର କଙ୍ଗପୋକ୍‌ପି ଜିଲାରେ ବନ୍ଦ ଥିବା ଜାତୀୟ ରାଜପଥକୁ ଅବରୋଧମୁକ୍ତ କରିବା ପାଇଁ କୁକି ବିଦ୍ରୋହୀ ଗୋଷ୍ଠୀ ରବିବାର ଘୋଷଣା କରିଛନ୍ତି। ଫଳରେ ରାଜ୍ୟରେ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣକ ନେଇ ଦେଖାଦେଇଥିବା ସମସ୍ୟାର ସମାଧାନ ହେବାକୁ ଯାଉଛି। ମେ’ ୩ରୁ ନାଗାଲାଣ୍ଡର ଦିମାପୁରକୁ ଇମ୍ଫାଲ ସହ ସଂଯୋଗ କରୁଥିବା ଜାତୀୟ ରାଜପଥ୦୨କୁ ଅବରୋଧ କରି ରଖାଯାଇଥିଲା। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅନୁରୋଧକ୍ରମେ ଏହାକୁ କିଛିଦିନ ପାଇଁ ଖୋଲାଯାଇଥିବାବେଳେ ଗତ ମାସ ୯ରେ କୁକି ସମ୍ପ୍ରଦାୟର ୩ ଜଣଙ୍କୁ ହତ୍ୟା ପରେ ପୁଣିଥରେ ଉକ୍ତ ରାଜପଥକୁ ଅବରୋଧ କରାଯାଇଥିଲା।
ମଣିପୁର ଜାତିଗତ ଦଙ୍ଗା ଘଟଣାରେ ଅନ୍ତର୍ଜାତୀୟ ଶକ୍ତିର ହାତ ଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ହିଂସାକାଣ୍ଡ ଯୋଜନାବଦ୍ଧ ଓ ଏହା ପଛର କାରଣ ସ୍ପଷ୍ଟ ହୋଇନାହିଁ। ମଣିପୁର ସୀମାକୁ ଲାଗି ମ୍ୟାନ୍‌ମାର ରହିଛି। ଚାଇନା ମଧ୍ୟ ଏହା ନିକଟରେ। ଏହି ୩୯୮ କିଲୋମିଟର ସୀମାରେ ପ୍ରହରା ଦିଆଯାଉ ନାହିଁ। କେବଳ ଫ୍ରଣ୍ଟିୟରରେ ଆମର ସୁରକ୍ଷା ବଳ ମୁତୟନ ହୋଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri