ରାସ୍ତା ନିର୍ମାଣକୁ ନେଇ ସଂଘର୍ଷ, ୭ ଆହତ

ବାସୁଦେବପୁର/ପଦ୍ମପୁର,୧୮।୭(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ନାୟକାଣିଡିହୀ ଥାନା ଅଧୀନ କାଶୀପୁର ଗ୍ରାମରେ ଏକ ରାସ୍ତା ନିର୍ମାଣକୁ ନେଇ ରବିବାର ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ଉଭୟ ପକ୍ଷରୁ ୭ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ରଞ୍ଜନ ବେହେରା, ସମୀର ଜେନା, କରୁଣାକର ବେହେରା, ରତିକାନ୍ତ ଜେନା, ସୁରେଶ ମିଶ୍ର, ଶଙ୍କର୍ଷଣ ରାଉଳ ଓ ତନୁଶ୍ରୀ ରାଉଳ। ସମସ୍ତଙ୍କୁ ବାସୁଦେବପୁର ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ତେଣ୍ଟା ଓ ଭୁଜାଲି ମାଡ଼ରେ ୨ ଗୁରୁତର ରଞ୍ଜନ ଓ ସମୀରଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସମୀରଙ୍କ ଗୋଡ଼ରେ ତେଣ୍ଟା ଲାଖି ରହିଛି।
ପ୍ରକାଶ ଯେ, କାଶୀପୁର ରାସ୍ତା ସଂଲଗ୍ନ ବିଲରେ ଶଙ୍କର୍ଷଣଙ୍କ ଥିବା ପକ୍କାଘରକୁ ସ୍ଥାୟୀ ରାସ୍ତା ନାହିଁ। ଏଣୁ ସେ ଓ ତାଙ୍କ ପରିବାର ଲୋକେ ଶନିବାର ବିଳମ୍ବିତ ରାତିରେ ସୁରେଶଙ୍କ ଜମିକୁ ଲଗାଇ ଏକ ଅସ୍ଥାୟୀ ରାସ୍ତା ତିଆରି କରିଥିଲେ। ରବିବାର ସକାଳେ ସୁରେଶ ଜାଣିବା ପରେ ତାଙ୍କ ଜମିରେ କାହିଁକି ରାସ୍ତା ତିଆରି କଲେ ବୋଲି ଶଙ୍କର୍ଷଣଙ୍କ ପରିବାରକୁ ପଚାରିଥିଲେ। ଏହାକୁ କେନ୍ଦ୍ରକରି ଉତ୍ତେଜନା ଦେଖାଦେଇଥିଲା। ଶଙ୍କର୍ଷଣଙ୍କ ପରିବାର ଲୋକେ ମାରଣାସ୍ତ୍ରରେ ସୁରେଶଙ୍କୁ ଆକ୍ରମଣ କରିଥିଲେ। ସୁରେଶଙ୍କୁ ବଞ୍ଚାଇବାକୁ ଯାଇ ରଞ୍ଜନ, ସମୀର, କରୁଣାକର, ରତିକାନ୍ତ ଆକ୍ରମଣର ଶିକାର ହୋଇଥିଲେ। ସେହିପରି ପାଲଟା ଆକ୍ରମଣରେ ଶଙ୍କର୍ଷଣ ଓ ତାଙ୍କ ସ୍ତ୍ରୀ ତନୁଶ୍ରୀ ଆହତ ହୋଇଥିଲେ। ଖବର ପାଇ ନାୟକାଣିଡିହୀ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ଦୁଇପକ୍ଷର ଅଭିଯୋଗକୁ ଭିତ୍ତିକରି ଥାନାରେ ୨ଟି ମାମଲା(ନଂ.୧୯୦/୨୧ ଓ ୧୯୧/୨୧) ରୁଜୁ ହୋଇଛି। ଅପରାହ୍ନରେ ଗୋଟିଏ ପକ୍ଷର ୪ ଜଣଙ୍କୁ ପୋଲିସ ଗିରଫ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri