ରାସ୍ତା ନିର୍ମାଣକୁ ନେଇ ସଂଘର୍ଷ, ୭ ଆହତ

ବାସୁଦେବପୁର/ପଦ୍ମପୁର,୧୮।୭(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ନାୟକାଣିଡିହୀ ଥାନା ଅଧୀନ କାଶୀପୁର ଗ୍ରାମରେ ଏକ ରାସ୍ତା ନିର୍ମାଣକୁ ନେଇ ରବିବାର ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ଉଭୟ ପକ୍ଷରୁ ୭ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ରଞ୍ଜନ ବେହେରା, ସମୀର ଜେନା, କରୁଣାକର ବେହେରା, ରତିକାନ୍ତ ଜେନା, ସୁରେଶ ମିଶ୍ର, ଶଙ୍କର୍ଷଣ ରାଉଳ ଓ ତନୁଶ୍ରୀ ରାଉଳ। ସମସ୍ତଙ୍କୁ ବାସୁଦେବପୁର ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ତେଣ୍ଟା ଓ ଭୁଜାଲି ମାଡ଼ରେ ୨ ଗୁରୁତର ରଞ୍ଜନ ଓ ସମୀରଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସମୀରଙ୍କ ଗୋଡ଼ରେ ତେଣ୍ଟା ଲାଖି ରହିଛି।
ପ୍ରକାଶ ଯେ, କାଶୀପୁର ରାସ୍ତା ସଂଲଗ୍ନ ବିଲରେ ଶଙ୍କର୍ଷଣଙ୍କ ଥିବା ପକ୍କାଘରକୁ ସ୍ଥାୟୀ ରାସ୍ତା ନାହିଁ। ଏଣୁ ସେ ଓ ତାଙ୍କ ପରିବାର ଲୋକେ ଶନିବାର ବିଳମ୍ବିତ ରାତିରେ ସୁରେଶଙ୍କ ଜମିକୁ ଲଗାଇ ଏକ ଅସ୍ଥାୟୀ ରାସ୍ତା ତିଆରି କରିଥିଲେ। ରବିବାର ସକାଳେ ସୁରେଶ ଜାଣିବା ପରେ ତାଙ୍କ ଜମିରେ କାହିଁକି ରାସ୍ତା ତିଆରି କଲେ ବୋଲି ଶଙ୍କର୍ଷଣଙ୍କ ପରିବାରକୁ ପଚାରିଥିଲେ। ଏହାକୁ କେନ୍ଦ୍ରକରି ଉତ୍ତେଜନା ଦେଖାଦେଇଥିଲା। ଶଙ୍କର୍ଷଣଙ୍କ ପରିବାର ଲୋକେ ମାରଣାସ୍ତ୍ରରେ ସୁରେଶଙ୍କୁ ଆକ୍ରମଣ କରିଥିଲେ। ସୁରେଶଙ୍କୁ ବଞ୍ଚାଇବାକୁ ଯାଇ ରଞ୍ଜନ, ସମୀର, କରୁଣାକର, ରତିକାନ୍ତ ଆକ୍ରମଣର ଶିକାର ହୋଇଥିଲେ। ସେହିପରି ପାଲଟା ଆକ୍ରମଣରେ ଶଙ୍କର୍ଷଣ ଓ ତାଙ୍କ ସ୍ତ୍ରୀ ତନୁଶ୍ରୀ ଆହତ ହୋଇଥିଲେ। ଖବର ପାଇ ନାୟକାଣିଡିହୀ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ଦୁଇପକ୍ଷର ଅଭିଯୋଗକୁ ଭିତ୍ତିକରି ଥାନାରେ ୨ଟି ମାମଲା(ନଂ.୧୯୦/୨୧ ଓ ୧୯୧/୨୧) ରୁଜୁ ହୋଇଛି। ଅପରାହ୍ନରେ ଗୋଟିଏ ପକ୍ଷର ୪ ଜଣଙ୍କୁ ପୋଲିସ ଗିରଫ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?