Posted inଜାତୀୟ

ସୁରକ୍ଷାକର୍ମୀଙ୍କ ସହ ଧସ୍ତାଧସ୍ତି, ୨୫ ଆହତ

ଇମ୍ଫାଲ,୭।୯: ମଣିପୁରର ବିଷ୍ଣୁପୁର ଜିଲା ଫୌଗାକଚୋ ଅଞ୍ଚଳରେ ବୁଧବାର ବିକ୍ଷୋଭକାରୀମାନେ ସୁରକ୍ଷା ବ୍ୟାରିକେଡ୍‌ ହଟାଇବାକୁ ଉଦ୍ୟମ କରିଥିଲେ। ଏହାକୁ ନେଇ ସୁରକ୍ଷା କର୍ମୀ ଓ ବିକ୍ଷୋଭକାରୀମାନଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା। ସୁରକ୍ଷାକର୍ମୀଙ୍କ ଲୁହବୁହା ଗ୍ୟାସ ପ୍ରୟୋଗ ଫଳରେ ୨୫ ଜଣ ଆହତ ହୋଇଥିଲେ। ଆହତଙ୍କ ମଧ୍ୟରେ ଅଧିକ ସଂଖ୍ୟକ ମହିଳା ଅଛନ୍ତି। ଆହତଙ୍କୁ ବିଷ୍ଣୁପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୋଲିସର ସୂଚନାନୁସାରେ ବୁଧବାର ସ୍ଥାନୀୟ ଅଞ୍ଚଳବାସୀ ରାସ୍ତା ଅବରୋଧ କରିବା ସହ ପୋଲିସ ଓ କେନ୍ଦ୍ରୀୟ ଫୋର୍ସର ବ୍ୟାରିକେଡ୍‌ ହଟାଇବାକୁ ଉଦ୍ୟମ କରିଥିଲେ।

ଅପୁନ୍ବ ମଣିପୁର କାନବା ଇମାଲୁପ୍‌(ଏଏମ୍‌କେଆଇଏଲ୍‌) ସଭାପତି ଲୌରେମ୍ବାମ ନଗାନବୀ କହିଛନ୍ତି, ମେ ୩ ହିଂସାକାଣ୍ଡ ପରେ ମେତେଇ ସମ୍ପ୍ରଦାୟର ଶତାଧିକ ଲୋକ ସେମାନଙ୍କ ଘର ଛାଡ଼ି ପଳାଇଥିଲେ। ତେବେ ସୁରକ୍ଷକର୍ମୀଙ୍କ ବ୍ୟାରିକେଡ ଯୋଗୁ ସେମାନେ ଘରକୁ ଫେରିପାରୁ ନ ଥିଲେ। ପୂର୍ବରୁ ଅଗଷ୍ଟ ୩୦ରେ ବ୍ୟାରିକେଡ ହଟାଇବା ଲାଗି ସରକାରଙ୍କୁ ନିବେଦନ କରାଯାଇଥିଲା। ତେବେ ସରକାର ଶୁଣି ନ ଥିଲେ। ତେଣୁ ଏହି ବ୍ୟାରିକେଡ୍‌କୁ ମାତ୍ର କିଛି ଦୂର ଘୁଞ୍ଚାଇବା ଲାଗି ଆମେ ଦାବି କରିଥିଲୁ। କିନ୍ତୁ ସୁରକ୍ଷାକର୍ମୀ ତାହା କରି ନ ଥିଲେ। ରାଜ୍ୟର ବିଷ୍ଣୁପୁର, କାକଚିଂ, ଥୌବାଲ, ପଶ୍ଚିମ ଇମ୍ଫାଲ ଏବଂ ପୂର୍ବ ଇମ୍ଫାଲ ଜିଲାରେ କର୍ଫ୍ୟୁ ଜାରି କରାଯାଇଛି। ତେବେ ସକାଳ ୫ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତୁ କର୍ଫ୍ୟୁ କୋହଳ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ମୃତ୍ୟୁ ସମାଜରେ ବଡ଼ କଳଙ୍କ: ସୁପ୍ରିମକୋଟ

ନୂଆଦିଲ୍ଲୀ,୨୭।୩(ପି.ଟି.):  ଯୌତୁକ ମୃତ୍ୟୁ ସମାଜରେ ଏକ ବଡ଼ କଳଙ୍କ ବୋଲି ସୁପ୍ରିମକୋର୍ଟ ଟିପ୍ପଣୀ ଦେବା ସହ ଆଇନଗତ ପ୍ରତିକାର ସତ୍ତ୍ୱେ ଉକ୍ତ ପ୍ରଥା ଜାରି ରହିଥିବା କହିଛନ୍ତି…

ପୁଣିଥରେ ପଛଘୁଞ୍ଚା ଦେଲେ ଟ୍ରମ୍ପ, ୧୦ ଦିନ ଯୁଦ୍ଧବିରତି ଅବଧି ବଢ଼ାଇଲେ

ନୂଆଦିଲ୍ଲୀ,୨୭।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି । ବିଶେଷକରି, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ…

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri