ଆଜିଠାରୁ ଦଶମ ଶ୍ରେଣୀ ଏସ୍‌ଏ-୧ ପରୀକ୍ଷା

କଟକ ଅଫିସ, ୨୩ା୧୧: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ପ୍ରଥମ ସମ୍ମେଟିଭ ଆସେସମେଣ୍ଟ (ଏସ୍‌ଏ-୧) ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେବ। ରାଜ୍ୟରେ ମୋଟ ୫ଲକ୍ଷ ୩୨ହଜାର ୭୧୨ ପରୀକ୍ଷାର୍ଥୀ ହାଇସ୍କୁଲ ସାର୍ଟିଫିକେଟ ନିମନ୍ତେ ଏହି ପରୀକ୍ଷା ଦେବାକୁ ଫର୍ମପୂରଣ କରିଛନ୍ତି। ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ଏଥିପାଇଁ ବୋର୍ଡ ପକ୍ଷରୁ ୩୦ଜିଲାରେ ୩ ହଜାର ୨୯ଟି ପରୀକ୍ଷା କେନ୍ଦ୍ରର ବ୍ୟବସ୍ଥା କରାଯାଇଛି। ସଂସ୍କୃତ ମଧ୍ୟମାରେ ଚଳିତବର୍ଷ ୨,୯୧୪ଜଣ ପରୀକ୍ଷାର୍ଥୀ ଫର୍ମପୂରଣ କରିଥିବାବେଳେ ସେମାନେ ୧୦୮ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବେ। ସେହିପରି ରାଜ୍ୟ ମୁକ୍ତ ବିଦ୍ୟାଳୟରେ ୭ ହଜାର ୧୮୧ଜଣ ପରୀକ୍ଷାର୍ଥୀଙ୍କ ନିମନ୍ତେ ବୋର୍ଡ ଦ୍ୱାରା ୧୪୬ ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ପ୍ରତିଦିନ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା କରାଯିବ। ପରୀକ୍ଷାର ପ୍ରଥମ ଦିନ ଅର୍ଥାତ ୨୩ ତାରିଖରେ ଇଂରାଜୀ ବିଷୟରୁ ପରୀକ୍ଷା ଆରମ୍ଭ ହେବ। ସେହିଭଳି ୨୫ରେ ଗଣିତ, ୨୬ରେ ପ୍ରଥମ ଭାଷା, ୨୮ରେ ସାଧାରଣ ବିଜ୍ଞାନ, ୨୯ରେ ସାମାଜିକ ବିଜ୍ଞାନ ଏବଂ ୩୦ରେ ତୃତୀୟ ଭାଷା ବିଷୟରେ ପରୀକ୍ଷା ହେବ। କପି ରୋକିବାକୁ ୩୬ଟି ସ୍କ୍ବାଡ୍‌ ବୋର୍ଡ ଦ୍ୱାରା ଗଠିତ ହୋଇଥିବାବେଳେ ଜିଲାସ୍ତରରେ ଜିଲା ଶିକ୍ଷା ଅଧିକାରୀଙ୍କ ଦ୍ୱାରା ୭୪ ସ୍କ୍ବାଡ୍‌ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?