ଆଜିଠାରୁ ଦଶମ ଶ୍ରେଣୀ ଏସ୍‌ଏ-୧ ପରୀକ୍ଷା

କଟକ ଅଫିସ, ୨୩ା୧୧: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ପ୍ରଥମ ସମ୍ମେଟିଭ ଆସେସମେଣ୍ଟ (ଏସ୍‌ଏ-୧) ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେବ। ରାଜ୍ୟରେ ମୋଟ ୫ଲକ୍ଷ ୩୨ହଜାର ୭୧୨ ପରୀକ୍ଷାର୍ଥୀ ହାଇସ୍କୁଲ ସାର୍ଟିଫିକେଟ ନିମନ୍ତେ ଏହି ପରୀକ୍ଷା ଦେବାକୁ ଫର୍ମପୂରଣ କରିଛନ୍ତି। ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ଏଥିପାଇଁ ବୋର୍ଡ ପକ୍ଷରୁ ୩୦ଜିଲାରେ ୩ ହଜାର ୨୯ଟି ପରୀକ୍ଷା କେନ୍ଦ୍ରର ବ୍ୟବସ୍ଥା କରାଯାଇଛି। ସଂସ୍କୃତ ମଧ୍ୟମାରେ ଚଳିତବର୍ଷ ୨,୯୧୪ଜଣ ପରୀକ୍ଷାର୍ଥୀ ଫର୍ମପୂରଣ କରିଥିବାବେଳେ ସେମାନେ ୧୦୮ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବେ। ସେହିପରି ରାଜ୍ୟ ମୁକ୍ତ ବିଦ୍ୟାଳୟରେ ୭ ହଜାର ୧୮୧ଜଣ ପରୀକ୍ଷାର୍ଥୀଙ୍କ ନିମନ୍ତେ ବୋର୍ଡ ଦ୍ୱାରା ୧୪୬ ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ପ୍ରତିଦିନ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା କରାଯିବ। ପରୀକ୍ଷାର ପ୍ରଥମ ଦିନ ଅର୍ଥାତ ୨୩ ତାରିଖରେ ଇଂରାଜୀ ବିଷୟରୁ ପରୀକ୍ଷା ଆରମ୍ଭ ହେବ। ସେହିଭଳି ୨୫ରେ ଗଣିତ, ୨୬ରେ ପ୍ରଥମ ଭାଷା, ୨୮ରେ ସାଧାରଣ ବିଜ୍ଞାନ, ୨୯ରେ ସାମାଜିକ ବିଜ୍ଞାନ ଏବଂ ୩୦ରେ ତୃତୀୟ ଭାଷା ବିଷୟରେ ପରୀକ୍ଷା ହେବ। କପି ରୋକିବାକୁ ୩୬ଟି ସ୍କ୍ବାଡ୍‌ ବୋର୍ଡ ଦ୍ୱାରା ଗଠିତ ହୋଇଥିବାବେଳେ ଜିଲାସ୍ତରରେ ଜିଲା ଶିକ୍ଷା ଅଧିକାରୀଙ୍କ ଦ୍ୱାରା ୭୪ ସ୍କ୍ବାଡ୍‌ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri