ସାଙ୍ଗମାନଙ୍କ ସହ ଶୋଇଥିଲେ, ସାପ କାମୁଡ଼ାରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ, ଅଞ୍ଚଳରେ…

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମପଞ୍ଚାୟତର ବାର୍ଷିକୋଣା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସାପ କାମୁଡ଼ାରେ ଜଣେ ଦଶମ ଶ୍ରେଣୀ ନାବାଳିକା ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରୀଜଣକ ହେଲେ ବାର୍ଷିକୋଣା ଗ୍ରାମର କାଲୁଆ ମାଝୀଙ୍କ ୧୫ ବର୍ଷୀୟା ଝିଅ ମାଧୁରୀ ମାଝୀ।

ମିଳିଥିବା ସୂଚନା ଅନୁଯାୟୀ, ଗୁରୁବାର ରାତି ପ୍ରାୟ ୭ଟା ସମୟରେ ମାଧୁରୀ ପାଖ ଘରେ ଅନ୍ୟ ସାଙ୍ଗମାନଙ୍କ ସହ ଶୋଇଥିବା ବେଳେ କୌଣସି ଏକ ବିଷାକ୍ତ ସାପ ତାଙ୍କର ବାମ ହାତ ଆଙ୍ଗୁଠିକୁ କାମୁଡ଼ି ଦେଇଥିଲା। ସାପ କାମୁଡ଼ିବା ଅନୁଭବ ହେବା ପରେ ଝିଅଟି ଚିତ୍କାର କରିଥିଲା ଏବଂ ପରିବାର ଲୋକେ ତଥା ଝିଅଟି ମିଶି ଖୋଜାଖୋଜି କରିଥିଲେ ମଧ୍ୟ ସାପକୁ ପାଇନଥିଲେ। ଏହା ପରେ ସେମାନେ ପୁଣି ଶୋଇପଡ଼ିଥିଲେ।

ତେବେ ଶୁକ୍ରବାର ଦିନ ଦ୍ୱିପ୍ରହର ପ୍ରାୟ ୧୨ଟା ବେଳେ ଗାଧୋଇ ସାରି ଫେରିବା ପରେ ମାଧୁରୀଙ୍କ ବାମ ହାତରେ ଅସହ୍ୟ ଯନ୍ତ୍ରଣା ହେବା ସହ ସେ ଗୁରୁତର ଅସୁସ୍ଥ ହୋଇ ଚେତା ହରାଇ ପଡ଼ିଥିଲେ। ପରିବାର ଲୋକେ ତୁରନ୍ତ ତାଙ୍କୁ ଚିକିତ୍ସା ନିମନ୍ତେ କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ, ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଏହି ଘଟଣା ନେଇ ମୃତକଙ୍କ ବାପା କାଲୁଆ ମାଝୀ ଥୁଆମୂଳ ରାମପୁର ଥାନାରେ ଏକ ଅପମୃତ୍ୟୁ ମାମଲା ଦାୟର କରିଛନ୍ତି। ପୋଲିସ କଲମପୁର ମେଡିକାଲରୁ ମୃତଦେହ ଜବତ କରି ଥୁଆମୂଳ ରାମପୁର ମେଡିକାଲରେ ଶବ ବ୍ୟବଚ୍ଛେଦ (ପୋଷ୍ଟମର୍ଟମ) କରାଇବା ପରେ ପରିବାରବର୍ଗଙ୍କୁ ହସ୍ତାନ୍ତର କରିବା ସହ ଘଟଣାର ଅଧିକ ତଦନ୍ତ ଜାରି ରଖିଛି। ଜଣେମେଧାବୀ ଛାତ୍ରୀଙ୍କ ଏପରି ଅକାଳ ବିୟୋଗରେ ସମଗ୍ର ସ୍ଥାନୀୟ ଅଞ୍ଚଳରେ ଶୋକର କାଳାୟ ଛାୟା ଖେଳିଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଜୁ ପଟ୍ଟନାୟକ ମାର୍ଗରେ ନିଆରା ଗଣେଶ ପୂଜା: ରାଧାକୃଷ୍ଣ ବେଶରେ ପୂଜା ପାଉଛନ୍ତି ଗଜାନନ

ଗଞ୍ଜାମ, ୧୬/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ଅଗ୍ରପୂଜ୍ୟ ଗଣେଶଙ୍କ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଥିବାବେଳେ ବିଜୁ ପଟ୍ଟନାୟକ ମାର୍ଗରେ ଆୟୋଜିତ ଗଣେଶ ପୂଜା…

ଶ୍ରୀମନ୍ଦିରରେ ଛୁଆଁ ମହାସ୍ନାନ ନୀତି: ରତ୍ନସିଂହାସନ ଉପରେ ଛୁଇଁ ଦେଲେ…

ପୁରୀ,୧୬।୯(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହଙ୍କ ‘ଛୁଆଁ ମହାସ୍ନାନ’ ନୀତି ଅନୁଷ୍ଠିତ ହୋଇଛି। ଏହି କାରଣରୁ ଶ୍ରୀଜିଉଙ୍କ ନୀତିକାନ୍ତିରେ ବିଳମ୍ବ ଦେଖିବାକୁ ମିଳିଛି। ମହାସ୍ନାନ ନୀତି…

ଦକ୍ଷିଣୀ ଷୌଣ୍ଡିକ ସମାଜ ସାହୁ ପରିବାରର ସାମୂହିକ ନୂଆଁଖାଇ: ସମାଜକୁ ଦେଲେ ଏକତାର ବାର୍ତ୍ତା

କେସିଙ୍ଗା,୧୬।୯(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ‘ନୂଆଁଖାଇ’ ଅବସରରେ କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମର ଦକ୍ଷିଣୀ ଷୌଣ୍ଡିକ ସମାଜର ସାହୁ ପରିବାର ପକ୍ଷରୁ ଭବ୍ୟ…

ପ୍ରଶାସନକୁ ହସ୍ତାନ୍ତର ହୋଇନାହିଁ ଅଙ୍ଗନୱାଡ଼ି କେନ୍ଦ୍ର: ବିପଦସଙ୍କୁଳ ସ୍କୁଲ ବାରଣ୍ଡାରେ ବସୁଛନ୍ତି ଶିଶୁ

ଲାଞ୍ଜିଗଡ଼,୧୬ା୯(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ଠାରେ ୨୦୧୫ରେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ଆରମ୍ଭ ହୋଇ ସମ୍ପୂର୍ଣ୍ଣ ହେବାର ୪ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ପ୍ରଶାସନକୁ…

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ…

ସେକ୍ସ ରାକେଟ ଠାବ: ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କ ଘରେ ଚାଲିଥିଲା…

ଅନୁଗୋଳ,୧୬ା୯ (ଜ୍ୟୋତିରଞ୍ଜନ ସାହୁ):ଘର ଆଗରେ ନେମପ୍ଲେଟ ଲାଗିଛି। ଅବସରପ୍ରାପ୍ତ ପୋଲିସ କର୍ମଚାରୀ ବୋଲି ସେଥିରେ ଉଲ୍ଲେଖ ରହିଛି। ହେଲେ ଉକ୍ତ ଘରେ ଦେହ ବ୍ୟବସାୟ ଚାଲିଥିବା ଭଳି…

ଗଣେଶ ପୂଜା ପାଇଁ ଚଳଚଞ୍ଚଳ ଭଞ୍ଜନଗର: ମଣ୍ଡପରେ ଜମୁଛି ଭକ୍ତଙ୍କ ଭିଡ଼, ଉତ୍ସବମୁଖର …

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ପବିତ୍ର ଗଣେଶ ପୂଜା ଅବସରରେ ଭଞ୍ଜନଗର ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ଏକ ଆନନ୍ଦଉଲ୍ଲାସ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ଗତ ଦୁଇଦିନ…

ପରିବାର ସହ ନୂଆଁଖାଇ ପାଳିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର; ନୂଆଁଖାଇ ଜୁହାର ଭେଟ ହୋଇ ଜଣାଇଲେ ଶୁଭେଚ୍ଛା

ବଲାଙ୍ଗୀର,୧୫ା୯ (ବୀରେନ୍ଦ୍ର କୁମାର ଝାଙ୍କର): ପବିତ୍ର ନୂଆଁଖାଇ ଅବସରରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ନିଜ ପରିବାର ସହ ନବାନ୍ନ ଭକ୍ଷଣ କରିବା ପରେ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?