ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତ ଛାତ୍ର ଜଣକ ବାଲିପାଟଣା ଆଦର୍ଶ ବିଦ୍ୟାଳୟର ଛାତ୍ର ଅର୍ଣ୍ଣବ ସାହୁ।

ସୂଚନା ଅନୁସାରେ, ଛାତ୍ର ଅର୍ଣ୍ଣବ ସାହୁ ଅନ୍ୟମାନଙ୍କ ସହ ଜିଲାସ୍ତରୀୟ ଖେଳ ପ୍ରତିଯୋଗିତାରେ ସାମିଲ ହେବାକୁ ଆସିଥିଲେ । ଆଜି ସକାଳ ସମୟରେ ସେ ପୋଖରୀରେ ଗାଧୋଇବା ସମୟରେ ହଠାତ୍ ତାଙ୍କ ଗୋଡ଼ ଖସିଯିବାରୁ ସେ ଗଭୀର ପାଣିରେ ବୁଡ଼ି ଯାଇଥିଲେ। ଉଦ୍ଧାର କରି ତାଙ୍କୁ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରାଯାଇଥିଲେ ମଧ୍ୟ ଡାକ୍ତର ମୃତ ଘୋଷଣା କରିଥିଲେ।

ଏହି ଘଟଣାରେ ଶିକ୍ଷକଙ୍କ ଅବହେଳା ନେଇ ଅଭିଯୋଗ ଉଠିଛି। ଘଟଣାର ସଠିକ୍ କାରଣ ଓ କାହାର ଅବହେଳା ଥିଲା, ସେନେଇ ତଦନ୍ତ ଦାବି ହୋଇଛି । ଛାତ୍ରଙ୍କ ମୃତଦେହ ଖୋର୍ଦ୍ଧା ମେଡିକାଲରେ ବ୍ୟବଚ୍ଛେଦ ପାଇଁ ରଖାଯାଇଛି । ଛାତ୍ରଙ୍କ ଅକାଳ ମୃତ୍ୟୁରେ ବାଲିପାଟଣା ବାଳିକା ବିଦ୍ୟାଳୟ ଖେଳ ଶିକ୍ଷକ ତଥା ବାଲିପାଟଣା ବ୍ଲକ ଖେଳବିଭାଗ ଇନଚାର୍ଜ ସୁନିଲ ପଣ୍ଡାଙ୍କୁ କାର୍ଯ୍ୟରୁ ନିଳମ୍ବିତ ପାଇଁ ଜିଲା ଶିକ୍ଷା ଅଧିକାରୀ ସୁପାରିଶ କରିଛନ୍ତି। ଏଥିସହିତ ସଂପୃକ୍ତ ବିଦ୍ୟାଳୟ ପ୍ରଧାନଶିକ୍ଷକ ଓ ଜିଲା କ୍ରୀଡାଧିକାରୀ ଦିଲୀପ ମୋଦିଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି ଜିଲା ଶିକ୍ଷାଧିକାରୀ।

ଘଟଣାସ୍ଥଳରେ ଜିଲା ଶିକ୍ଷା ଅଧିକାରୀ ସୋନାମିକା ରାୟ, ଅତିରିକ୍ତ ଶିକ୍ଷା ଅଧିକାରୀ ପରମିତା ଜେନ, ଜିଲା କ୍ରୀଡ଼ା ଅଧିକାରୀ ଦୀପକ କୁମାର ବୁଦୁଲି, ଖୋର୍ଦ୍ଧା ବ୍ଲକ ଶିକ୍ଷା ଅଧିକାରୀ ମନାଙ୍କି ସାହାନାୟକ, ତହସିଲଦାର ବିବାସ ପାଣିଗ୍ରାହୀ ପ୍ରମୁଖ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିଛନ୍ତି। ଏହାସହ ପୋଲିସ ପ୍ରଶାସନର ଅଧିକାରୀମାନେ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛନ୍ତି। ଧାନାଧିକାରୀ ନୃସିଂହ ଓ ଖୋର୍ଦ୍ଧା ଅଧିକାରୀ ରମେଶ କୁମାର ଦେବତାଙ୍କ ସମେତ ଅନ୍ୟ ଅଧିକାରୀମାନେ ଲୋକଙ୍କ ସହ ଆଲୋଚନା କରି ପରିସ୍ଥିତି ଶାନ୍ତ କରିବାକୁ ଉଦ୍ୟମ କରୁଛନ୍ତି। ତେବେ ପ୍ରଶାସନ ଓ ପୋଲିସ ପକ୍ଷରୁ ବାରମ୍ବାର ବୁଝାସୁଝା କରାଯାଉଥିଲେ ମଧ୍ୟ ଘଟଣାସ୍ଥଳରେ ଲୋକଙ୍କ ଅସନ୍ତୋଷ ଜାରି ରହିଛି । ସମାଧାନ ଦାବିରେ ସେମାନେ ନିଜ ଜିଦ୍‌ରେ ଅଟଳ ରହିଥିବା ଜଣାପଡ଼ିଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?