୧୦ମ ଶ୍ରେଣୀ ଛାତ୍ରୀ ପ୍ରସବ କରିବା ଘଟଣା: ଅଭିଯୁକ୍ତ ଅଟକ

ବରୀ,୨୭।୨(ମହେନ୍ଦ୍ର କୁମାର ସ୍ବାଇଁ): ଯାଜପୁର ଜିଲା ବରୀ ଶିକ୍ଷା ମଣ୍ଡଳ ଅଧିନସ୍ଥ ସରକାରୀ ପଞ୍ଚାୟତ ହାଇସ୍କୁଲ ରାମପୁରର ଜନୈକ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ପ୍ରସବ କରିଛନ୍ତି। ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସେ ଏକ କନ୍ୟା ସନ୍ତାନ ଜନ୍ମ ଦେବା ଘଟଣା ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ଅଟକ ରଖି ବରୀ ପୋଲିସ ପଚରାଉଚରା ଚଳାଇଛି।
ସୂଚନା ମୁତାବକ, ଛାତ୍ରୀଜଣଙ୍କ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଉଥିଲେ। ସେ ଦୁଇଟି ବିଷୟରେ ପରୀକ୍ଷା ଦେବା ପରେ ବୁଧବାର ବିଳମ୍ବିତ ରାତିରେ ନିଜ ପେଟରେ ଯନ୍ତ୍ରଣା ହେଉଛି ବୋଲି ନିଜ ପରିବାର ଲୋକଙ୍କୁ କହିଥିଲେ। ଏଣୁ ତାଙ୍କୁ ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। ମାତ୍ର ଦାୟିତ୍ୱରେ ଥିବା ଡ଼ାକ୍ତର ସେ ଗର୍ଭବତୀ ଥିବା ଏବଂ ଏହା ପ୍ରସବ ଜନିତ ଯନ୍ତ୍ରଣା ବୋଲି ଅନୁଭବ କରି ପ୍ରସବ କରାଇଥିଲେ। ସମ୍ପୃକ୍ତ ଛାତ୍ରୀଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଅଧିକ ଚିକିତ୍ସା ନିମନ୍ତେ ଯାଜପୁର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଦିଆଯାଇଥିବା ସୂଚନା ମିଳିଛି। ଖବର ପାଇ ବରୀ ପୋଲିସ ଓ ଉଚ୍ଚ ପଦସ୍ଥ ଅଧିକାରୀମାନେ ସ୍ଥାନୀୟ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ତେବେ ସମ୍ପୃକ୍ତ ଛାତ୍ରୀଜଣଙ୍କ ବିଦ୍ୟାଳୟକୁ ଯିବା ସମୟରେ ବିଦ୍ୟାଳୟର କର୍ତ୍ତୃପକ୍ଷ କିମ୍ବା ସେହି ଗ୍ରାମର ଦାୟିତ୍ୱରେ ଥିବା ସ୍ବାସ୍ଥ୍ୟକର୍ମୀ କିଭଳି ଭାବରେ ଏଭଳି ଘଟଣା ଉପରେ ଅବଗତ ହୋଇ ପାରିଲେ ନାହିଁ ତାହାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ସୂଚନାଯୋଗ୍ୟ, ଦୁଇ ଦିନ ତଳେ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଅନୁସୂଚିତ ଜାତି ଓ ଜନଜାତି ଆବାସିକ ବିଦ୍ୟାଳୟ ପରିସରରେ ଜଣେ ଦଶମ ଶ୍ରେଣୀ ଛାତ୍ରୀ ଏକ ଶିଶୁକୁ ଜନ୍ମ ଦେଇଥିବା ଜଣାପଡ଼ିଥିଲା। ଦଶମ ଶ୍ରେଣୀର ଛାତ୍ରୀ ଜଣକ ସୋମବାର ସକାଳେ ପରୀକ୍ଷା ଦେଇ ସ୍କୁଲ ହଷ୍ଟେଲକୁ ଫେରିଥିଲେ। ତେବେ ସା ସମୟରେ ସ୍କୁଲ ହଷ୍ଟେଲରୁ ଝିଅଙ୍କ ବାପାଙ୍କୁ ଝିଅ ହଷ୍ଟେଲରେ ନ ଥିବା ନେଇ ଫୋନ ଯାଇଥିଲା। ସ୍କୁଲରେ ଝିଅଙ୍କ ମା-ବାପା ପହଞ୍ଚିବା ପରେ ହଷ୍ଟେଲରେ ଛାତ୍ରୀ ଜଣକ ଏକ ଶିଶୁ ଜନ୍ମ ଦେଇଥିବା ଜାଣିବାକୁ ପାଇଥିଲେ। ତେବେ ସ୍କୁଲ ଚାରି କାନ୍ଥ ଭିତରେ ଏତେ ବଡ଼ ଘଟଣା କିପରି ଘଟିଲା ତାକୁ ନେଇ ମା’ବାପା ଚିନ୍ତା ପ୍ରକଟ କରିବା ସହ ଏଥିପାଇଁ ସ୍କୁଲ କର୍ତ୍ତୃପକ୍ଷଙ୍କୁ ଦାୟୀ କରିଥିଲେ। ଚିତ୍ରକୋଣ୍ଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାତ୍ରୀଙ୍କୁ ଉଦ୍ଧାର କରିବା ସହ ହସ୍ପିଟାଲକୁ ଆଣି ଅଧିକ ଚିକିତ୍ସା ଯୋଗାଇ ତଦନ୍ତ ଆରମ୍ଭ କରିଥିଲେ। ଏହି ଘଟଣାରେ ମାଟ୍ରନ ସୁଚିତ୍ରା ଚର୍ଚ୍ଚି ବହିଷ୍କୃତ ହୋଇଥିବା ବେଳେ ଏଏନ୍‌ଏମ୍‌ କବିତା କୁମାରୀ ପାତ୍ର ନିଲମ୍ବିତ ହୋଇଥିଲେ। ଏହାଛଡ଼ା ସମ୍ପୃକ୍ତ ଜଣେ ଯୁବକଙ୍କୁ ଚିତ୍ରକୋଣ୍ଡା ପୋଲିସ ଗିରଫ କରିବା ପରେ କୋର୍ଟ ଚାଲାଣ କରିଥିଲା।

Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପଙ୍କ ଦ୍ୱିତୀୟ ଇନିଂସ: ପିଲାଦିନର ବନ୍ଧୁ ବଂଶିକାଙ୍କ ସହ ବିବାହ ସମ୍ପନ୍ନ, ଧୁମ୍‌ ନାଚିଲେ…

ମସୁରୀ, ୧୪।୩: ଟିମ୍‌ ଇଣ୍ଡିଆର ଷ୍ଟାର୍‌ ସ୍ପିନର୍‌ କୁଲଦୀପ ଯାଦବଙ୍କ ପାଇଁ ମାର୍ଚ୍ଚ ୨୦୨୬ ସାରା ଜୀବନ ପାଇଁ ସ୍ମରଣୀୟ ହୋଇ ରହିବ। ଗତ ରବିବାର (୯…

୧୬ରେ କଂଗ୍ରେସର ସଂସଦ ଘେରାଉ ଆନ୍ଦୋଳନ

ନୂଆଦିଲ୍ଲୀ,୧୪ା୩: କେନ୍ଦ୍ର ସରକାର ନିକଟରେ କରିଥିବା ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା ଦେଶ ପାଇଁ କ୍ଷତିକାରକ ହେବ ବୋଲି କଂଗ୍ରେସ ଅଭିଯୋଗ କରିଛି। ଏହାର ପ୍ରତିବାଦ ସ୍ବରୁପ…

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା! ଲିଗ୍‌ ଆରମ୍ଭର ୧୪ ଦିନ ପୂର୍ବରୁ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ, ୧୪।୩: ଆଇପିଏଲ ୨୦୨୬ ପାଇଁ ସମସ୍ତ ଦଳ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି। କେଉଁଠି ନୂଆ ଜର୍ସି ଲଞ୍ଚ ହେଉଛି ତ କେଉଁଠି ଖେଳାଳିମାନେ ଅଭ୍ୟାସ…

ଚାଷୀଙ୍କ ଦୁଃଖ: ଅମଳ ବେଳେ କଲରା କିଆରୀ ଉଜାଡ଼ିଲେ ଦୁର୍ବୃତ୍ତ, ଜମୁର୍ଡା ଗ୍ରାମରେ ଉତ୍ତେଜନା!

ବରଗଡ଼, ୧୪/୦୩ (ପ୍ରେମାନନ୍ଦ ଖମାରୀ): ଜଣେ ଚାଷୀ ରକ୍ତକୁ ପାଣି କରି ଫସଲ ଉଜେଇଥିବା ବେଳେ, ଅମଳ ସମୟରେ ଦୁର୍ବୃତ୍ତଙ୍କ କଳା ପାହାର ଚାଷୀର ମେରୁଦଣ୍ଡ ଭାଙ୍ଗି…

ଛାତ୍ରୀଙ୍କ ଅସଦାଚରଣ ଭିଡିଓ ଭାଇରାଲ ମାମଲା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ

କାକଟପୁର/ଅସ୍ତରଙ୍ଗ,୧୪ା୩(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା): ପୁରୀ ଜିଲା କାକଟପୁର ଥାନା ଅଞ୍ଚଳର ଏକ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ସ୍କୁଲର ଅବସରପ୍ରାପ୍ତ କର୍ମଚାରୀ ଅସଦାଚରଣ କରିଥିବା ଭିଡିଓ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ LPG ସିଲିଣ୍ଡର, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ, ୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଦେଶରେ ଗ୍ୟାସ ଯୋଗାଣକୁ ନେଇ ସାଧାରଣ ଜନତାଙ୍କ ମଧ୍ୟରେ ଚିନ୍ତା ବଢ଼ିବାରେ…

ଗ୍ୟାସ, ପେଟ୍ରୋଲ କଳାବଜାର କରୁଥିଲେ ସାବଧାନ: ନିୟମିତ ଯାଞ୍ଚ କରିବ କମିଟି

ନନ୍ଦପୁର,୧୪ା୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକ ଅଞ୍ଚଳର ପେଟ୍ରୋଲ ଟାଙ୍କି, ଗ୍ୟାସ ବିତରଣ କେନ୍ଦ୍ରଗୁଡ଼ିକ ନିୟମିତ ଯାଞ୍ଚ କରିବାକୁ କମିଟି ଗଠନ ପାଇଁ…

ବଡ଼ ଧରଣର ପୋଲିସ ଚଢ଼ାଉ: ବିପୁଳ ପରିମାଣର ବିସ୍ଫୋରକ ସହ ୨ ଗିରଫ

ବେଲଗୁଣ୍ଠା,୧୪।୩(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବେଲଗୁଣ୍ଠା ଥାନା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri