୧୦ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ମାମଲା:ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ ସହ ଜରିମାନା

ବ୍ରହ୍ମପୁର ଅଫିସ,୮ା୯-ବ୍ରହ୍ମପୁର ସ୍ବତନ୍ତ୍ର ଫାଷ୍ଟଟ୍ରାକ୍‌ ପୋକ୍‌ସୋ କୋର୍ଟ ଜଜ୍‌ ଗୁରୁବାର ଜଣେ ୧୦ ଶ୍ରେଣୀ ନାବାଳିକା ଛାତ୍ରୀଙ୍କୁ ହୋଇଥିବା ବଳାତ୍କାର ମାମଲାର ଶୁଣାଣି କରିଥିଲେ। ପ୍ରମାଣ ମିଳିବାରୁ ସେ ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲଦଣ୍ଡରେ ଦଣ୍ଡିତ ପାଇଁ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ଜଣଙ୍କ ଆସିକା ଥାନା ଅଞ୍ଚଳର କର୍ଣ୍ଣ ନାହାକ (୩୨)। ଏହା ସହିତ ଅଭିଯୁକ୍ତ ଜଣଙ୍କ ୫୦ ହଜାର ଟଙ୍କା ଜରିମାନା ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟେ ଅତିରିକ୍ତ ୧ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ ପାଇଁ ନିର୍ଦ୍ଦେଶ ରହିଛି। ସେହିପରି ଜଜ୍‌ ପୀଡ଼ିତାଙ୍କୁ ୫ଲକ୍ଷ ଟଙ୍କା ଆର୍ଥିକ ସହାୟତା ଦେବା ପାଇଁ ଜିଲା ଆଇନ ସେବା ପ୍ରାଧିକରଣ ସଚିବ(ଡିଏଲ୍‌ଏସ୍‌ଓ)ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ସ୍ବତନ୍ତ୍ର ପୋକ୍‌ସୋ ପିପି ମୋହନ ସିଙ୍ଗାରି ସୂଚନା ଦେଇଛନ୍ତି। ଅନ୍ୟପଟେ ଏହି ମାମଲାରେ ମୁଖ୍ୟ ଅଭିଯୁକ୍ତ କଣ୍ଣର୍ର୍ ନାହାକଙ୍କ ସହ ଘଟଣା ବେଳେ ଗିରଫ ହୋଇଥିବା ତାଙ୍କର ଦୁଇ ସହଯୋଗୀ କମ୍ଭୁ ନାହାକ ଓ ପୂର୍ଣ୍ଣଚନ୍ଦ୍ର ନାହାକଙ୍କୁ ଜଜ୍‌ ପ୍ରମାଣ ଅଭାବରୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି।
ପ୍ରକାଶ ଯେ, ୨୦୧୬ ଡିସେମ୍ବର ୨୨ ରାତି ପ୍ରାୟ ସାଢ଼େ ୮ଟା ବେଳେ ଜଣେ ଛାତ୍ରୀ ସାଙ୍ଗମାନଙ୍କ ସହ ଘରକୁ ଫେରୁଥିଲେ। ରାସ୍ତାରେ ଉକ୍ତ ଗ୍ରାମର କର୍ଣ୍ଣ ନାହାକ ଓ ତାଙ୍କର ଦୁଇ ସହଯୋଗୀ ସେମାନଙ୍କୁ ଛୁରି ଦେଖାଇଥିଲେ। ସମ୍ପୃକ୍ତ ଛାତ୍ରୀଙ୍କୁ କର୍ଣ୍ଣ ସେଠାରୁ ବଳପୂର୍ବକ ଅପହରଣ କରି ବଳାତ୍କାର କରିଥିଲେ। ପରେ ଏକ କାର (ନଂ ଓଡ଼ି-୩୩ ସି ୨୮୮୭) ଯୋଗେ ଆନ୍ଧ୍ରପ୍ରଦେଶ ନେବାକୁ ଯୋଜନା କରିଥିଲେ। ଆସ୍କା ନିକଟ ଏକ ରାସ୍ତାରେ ଛାତ୍ରୀଙ୍କୁ ଗାଡ଼ିରୁ କର୍ଣ୍ଣ ଆଣି ନିକଟସ୍ଥ ଏକ ବୁଦା ମୂଳକୁ ନେଉଥିଲା ବେଳେ କୌଶଳକ୍ରମେ ସେ ସେଠାରୁ ଖସି ଆସି ନିକଟସ୍ଥ ଜଣେ ଲୋକଙ୍କ ଘରେ ଆଶ୍ରୟ ନେଇଥିଲେ। ପରେ ପୀଡ଼ିତା ଜଣଙ୍କ ତାଙ୍କ ବାପାଙ୍କୁ ଫୋନ କରି କହିଥିଲେ। ପୋଲିସ ସେଠାରୁ ପୀଡ଼ିତାଙ୍କୁ ଉଦ୍ଧାର କରିଥିଲା। ପୀଡ଼ିତାଙ୍କ ଅଭିଯୋଗ ଅନୁସାରେ ୨୦୧୬ ଡିସେମ୍ବର ୨୩ରେ ପୋଲିସ ୩୧୬/୧୬ରେ ଏକ ମାମଲା ରୁଜୁ କରିଥିଲା। ପରେ ୨୪ ତାରିଖରେ ବଳାତ୍କାରୀ କର୍ଣ୍ଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ସେହିପରି ୨୦୧୭ ଏପ୍ରିଲ ୭ରେ ଏହି ମାମଲାରେ ମୁଖ୍ୟ ଅଭିଯୁକ୍ତ କର୍ଣ୍ଣଙ୍କୁ ସହଯୋଗ କରିଥିବା ଅଭିଯୋଗରେ କମ୍ଭୁ ନାହାକ ଓ ପୂର୍ଣ୍ଣଚନ୍ଦ୍ର ନାହାକଙ୍କୁ ମଧ୍ୟ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲା। ତତ୍କାଳୀନ ଆସିକା ଥାନାଧିକାରୀ ତଥା ମାମଲାର ତଦନ୍ତକାରୀ ଅଧିକାରୀ ନିରଞ୍ଜନ ଦାସ କୋର୍ଟରେ ଚାର୍ଜଶିଟ ଦାଖଲ କରିଥିଲେ। ୨୦୧୭ ଜୁଲାଇ ୧୨ରେ କମ୍ଭୁ ଓ ପୂର୍ଣ୍ଣଙ୍କୁ ଜାମିନ ମିଳିଥିଲା। ଗୁରୁବାର ଏହି ମାମଲାର ବିଚାର ବେଳେ ମଣ୍ଡଳ କାରାଗାରରେ ବିଚାରାଧୀନ ବନ୍ଦୀ ଭାବେ ଥିବା କର୍ଣ୍ଣଙ୍କୁ କୋର୍ଟରେ ହାଜର କରାଯାଇଥିଲା। ୨୦ ଜଣ ସାକ୍ଷୀ ଓ ଚାର୍ଜଶିଟ୍‌କୁ ଆଧାର କରି କର୍ଣ୍ଣଙ୍କୁ ଜଜ୍‌ ଉପରୋକ୍ତ ଦଣ୍ଡରେ ଦଣ୍ଡିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri