ବ୍ରହ୍ମପୁର ଅଫିସ,୮ା୯-ବ୍ରହ୍ମପୁର ସ୍ବତନ୍ତ୍ର ଫାଷ୍ଟଟ୍ରାକ୍ ପୋକ୍ସୋ କୋର୍ଟ ଜଜ୍ ଗୁରୁବାର ଜଣେ ୧୦ ଶ୍ରେଣୀ ନାବାଳିକା ଛାତ୍ରୀଙ୍କୁ ହୋଇଥିବା ବଳାତ୍କାର ମାମଲାର ଶୁଣାଣି କରିଥିଲେ। ପ୍ରମାଣ ମିଳିବାରୁ ସେ ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲଦଣ୍ଡରେ ଦଣ୍ଡିତ ପାଇଁ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ଜଣଙ୍କ ଆସିକା ଥାନା ଅଞ୍ଚଳର କର୍ଣ୍ଣ ନାହାକ (୩୨)। ଏହା ସହିତ ଅଭିଯୁକ୍ତ ଜଣଙ୍କ ୫୦ ହଜାର ଟଙ୍କା ଜରିମାନା ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟେ ଅତିରିକ୍ତ ୧ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ ପାଇଁ ନିର୍ଦ୍ଦେଶ ରହିଛି। ସେହିପରି ଜଜ୍ ପୀଡ଼ିତାଙ୍କୁ ୫ଲକ୍ଷ ଟଙ୍କା ଆର୍ଥିକ ସହାୟତା ଦେବା ପାଇଁ ଜିଲା ଆଇନ ସେବା ପ୍ରାଧିକରଣ ସଚିବ(ଡିଏଲ୍ଏସ୍ଓ)ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ସ୍ବତନ୍ତ୍ର ପୋକ୍ସୋ ପିପି ମୋହନ ସିଙ୍ଗାରି ସୂଚନା ଦେଇଛନ୍ତି। ଅନ୍ୟପଟେ ଏହି ମାମଲାରେ ମୁଖ୍ୟ ଅଭିଯୁକ୍ତ କଣ୍ଣର୍ର୍ ନାହାକଙ୍କ ସହ ଘଟଣା ବେଳେ ଗିରଫ ହୋଇଥିବା ତାଙ୍କର ଦୁଇ ସହଯୋଗୀ କମ୍ଭୁ ନାହାକ ଓ ପୂର୍ଣ୍ଣଚନ୍ଦ୍ର ନାହାକଙ୍କୁ ଜଜ୍ ପ୍ରମାଣ ଅଭାବରୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି।
ପ୍ରକାଶ ଯେ, ୨୦୧୬ ଡିସେମ୍ବର ୨୨ ରାତି ପ୍ରାୟ ସାଢ଼େ ୮ଟା ବେଳେ ଜଣେ ଛାତ୍ରୀ ସାଙ୍ଗମାନଙ୍କ ସହ ଘରକୁ ଫେରୁଥିଲେ। ରାସ୍ତାରେ ଉକ୍ତ ଗ୍ରାମର କର୍ଣ୍ଣ ନାହାକ ଓ ତାଙ୍କର ଦୁଇ ସହଯୋଗୀ ସେମାନଙ୍କୁ ଛୁରି ଦେଖାଇଥିଲେ। ସମ୍ପୃକ୍ତ ଛାତ୍ରୀଙ୍କୁ କର୍ଣ୍ଣ ସେଠାରୁ ବଳପୂର୍ବକ ଅପହରଣ କରି ବଳାତ୍କାର କରିଥିଲେ। ପରେ ଏକ କାର (ନଂ ଓଡ଼ି-୩୩ ସି ୨୮୮୭) ଯୋଗେ ଆନ୍ଧ୍ରପ୍ରଦେଶ ନେବାକୁ ଯୋଜନା କରିଥିଲେ। ଆସ୍କା ନିକଟ ଏକ ରାସ୍ତାରେ ଛାତ୍ରୀଙ୍କୁ ଗାଡ଼ିରୁ କର୍ଣ୍ଣ ଆଣି ନିକଟସ୍ଥ ଏକ ବୁଦା ମୂଳକୁ ନେଉଥିଲା ବେଳେ କୌଶଳକ୍ରମେ ସେ ସେଠାରୁ ଖସି ଆସି ନିକଟସ୍ଥ ଜଣେ ଲୋକଙ୍କ ଘରେ ଆଶ୍ରୟ ନେଇଥିଲେ। ପରେ ପୀଡ଼ିତା ଜଣଙ୍କ ତାଙ୍କ ବାପାଙ୍କୁ ଫୋନ କରି କହିଥିଲେ। ପୋଲିସ ସେଠାରୁ ପୀଡ଼ିତାଙ୍କୁ ଉଦ୍ଧାର କରିଥିଲା। ପୀଡ଼ିତାଙ୍କ ଅଭିଯୋଗ ଅନୁସାରେ ୨୦୧୬ ଡିସେମ୍ବର ୨୩ରେ ପୋଲିସ ୩୧୬/୧୬ରେ ଏକ ମାମଲା ରୁଜୁ କରିଥିଲା। ପରେ ୨୪ ତାରିଖରେ ବଳାତ୍କାରୀ କର୍ଣ୍ଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ସେହିପରି ୨୦୧୭ ଏପ୍ରିଲ ୭ରେ ଏହି ମାମଲାରେ ମୁଖ୍ୟ ଅଭିଯୁକ୍ତ କର୍ଣ୍ଣଙ୍କୁ ସହଯୋଗ କରିଥିବା ଅଭିଯୋଗରେ କମ୍ଭୁ ନାହାକ ଓ ପୂର୍ଣ୍ଣଚନ୍ଦ୍ର ନାହାକଙ୍କୁ ମଧ୍ୟ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲା। ତତ୍କାଳୀନ ଆସିକା ଥାନାଧିକାରୀ ତଥା ମାମଲାର ତଦନ୍ତକାରୀ ଅଧିକାରୀ ନିରଞ୍ଜନ ଦାସ କୋର୍ଟରେ ଚାର୍ଜଶିଟ ଦାଖଲ କରିଥିଲେ। ୨୦୧୭ ଜୁଲାଇ ୧୨ରେ କମ୍ଭୁ ଓ ପୂର୍ଣ୍ଣଙ୍କୁ ଜାମିନ ମିଳିଥିଲା। ଗୁରୁବାର ଏହି ମାମଲାର ବିଚାର ବେଳେ ମଣ୍ଡଳ କାରାଗାରରେ ବିଚାରାଧୀନ ବନ୍ଦୀ ଭାବେ ଥିବା କର୍ଣ୍ଣଙ୍କୁ କୋର୍ଟରେ ହାଜର କରାଯାଇଥିଲା। ୨୦ ଜଣ ସାକ୍ଷୀ ଓ ଚାର୍ଜଶିଟ୍କୁ ଆଧାର କରି କର୍ଣ୍ଣଙ୍କୁ ଜଜ୍ ଉପରୋକ୍ତ ଦଣ୍ଡରେ ଦଣ୍ଡିତ କରିଛନ୍ତି।
୧୦ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ମାମଲା:ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ ସହ ଜରିମାନା
Posted inHome Left, ଆମ ଜିଲା ଖବର, ଗଞ୍ଜାମ View All
ଦିଲ୍ଲୀ-ଏନ୍ସିଆର୍ରେ ଭୂକମ୍ପ ଝଟ୍କା: ଭୟରେ ଘରୁ ବାହାରି ଆସିଲେ ଲୋକେ
ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍ସିଆର୍ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍ରେ…
BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ
ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…
ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ
ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…
ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ
ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…
ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍ରେ
ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…
ଭିଏଚ୍ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ
ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍ଘାଟନୀ…
ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ
ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…
ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ
ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

