ଦଶମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର, ଏବେ ସେ ୫ ମାସର ଗର୍ଭବତୀ

ଦାରିଙ୍ଗବାଡ଼ି,୧୨ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଜଣେ ଦଶମଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ହୋଇଥିବା ଥାନାରେ ଲିଖିତ ଅଭିଯୋଗ ହୋଇଛି। ଛାତ୍ରୀ ଜଣକ ଏବେ ୫ ମାସର ଗର୍ଭବତୀ ବୋଲି ଅଭିଯୋଗରେ ଦର୍ଶାଯାଇଛି। ଏନେଇ ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ ଏକ ପୋକ୍ସୋ ଆଇନରେ ମାମଲା (୮/୨୪)ରୁଜୁ କରି ତଦନ୍ତ ଆରମ୍ଭ ହୋଇଥିବା ଥାନା ଅଧିକାରୀ ଆନନ୍ଦ ଚନ୍ଦ୍ର ପାତ୍ର କହିଛନ୍ତି।

ପ୍ରକାଶ ଯେ, ଛାତ୍ରୀ ଜଣଙ୍କୁ ତାଙ୍କ ସହପାଠୀ ବଳାତ୍କାର କରିଥିବା ଓ ଏନେଇ କାହାରିକୁ ନ କହିବା ପାଇଁ ବିଭିନ୍ନ ପ୍ରକାର ଧମକ ଦେଇଥିଲେ। ଫଳରେ ଛାତ୍ରୀ ଜଣକ ଘରେ କିମ୍ବା ଅନ୍ୟ ସହପାଠୀଙ୍କୁ କହିବାକୁ ଭୟ କରିଥିଲେ। ପରେ ତାଙ୍କ ସ୍ବାସ୍ଥ୍ୟରେ ଅବନତି ଘଟିବାରୁ ପରିବାର ଲୋକ ସ୍ବାସ୍ଥ୍ୟକେନ୍ଦ୍ର ଆଣି ଚିକିତ୍ସା କରିବାରୁ ସେ ଗର୍ଭବତୀ ଥିବା ଜଣାପଡ଼ିଥିଲା ବୋଲି ପୋଲିସ କହିଛି। ଅଧିକ ତଦନ୍ତ ପରେ ଘଟଣା ସମ୍ପର୍କରେ ଜଣାପଡ଼ିବ ବୋଲି କହିଛି। ଛାତ୍ରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା ଚାଲିଛି ବୋଲି ପୋଲିସ ପକ୍ଷରୁ କୁହାଯାଇଛି। ଏନେଇ ସିଡିପିଓ ଅଞ୍ଜଳି ମହାପାତ୍ର କହିଛନ୍ତି, ପରିବାର ଓ ସେ ମିଶି ଦାରିଙ୍ଗବାଡ଼ି ଥାନାରେ ଘଟଣା ସମ୍ପର୍କରେ ଏତଲା ଦେଇଛନ୍ତି। ସେ ମଧ୍ୟ ଘଟଣା ସମ୍ପର୍କରେ ଜିଲା ପ୍ରଶାସନକୁ ଜଣାଇବା ସହ ନିଜେ ମଧ୍ୟ ଘଟଣାର ତଦନ୍ତ କରୁଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?