କଟକରେ ମା’ହେଲେ ଦଶମ ଶ୍ରେଣୀ ଛାତ୍ରୀ: ବଳାତ୍କାର ପରେ…

କଟକ,୧୯।୧୨: କଟକ ଜିଲା ମାଣିଆବନ୍ଧ ଥାନା ଅନ୍ତର୍ଗତ ଖୁଣ୍ଟକଟା ଅଞ୍ଚଳର ଜଣେ ୧୪ ବର୍ଷୀୟ ଦଶମ ଶ୍ରେଣୀ ଛାତ୍ରୀ ବଳାତ୍କାର ଶିକାର ହେବା ପରେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ଏହି ଘଟଣା ସାମ୍ନାକୁ ଆସିବା ପରେ କଟକର ଏକ ଘରୋଇ ହସ୍ପିଟାଲରେ ଜିଲା ଶିଶୁ ମଙ୍ଗଳ ସମିତି (CWC)ର ହସ୍ତକ୍ଷେପ କ୍ରମେ ପୁଲିସ ଚଢ଼ଉ କରି ଉଭୟ ମା’ ଓ ଶିଶୁଙ୍କୁ ଉଦ୍ଧାର କରିଛି।

ନାବାଳିକା ଜଣକ କିଛି ମାସ ତଳେ ସ୍କୁଲରୁ ଫେରୁଥିବା ବେଳେ ରେଙ୍ଗାଲି ପୋଲ ନିକଟରେ ଦୁଇଜଣ ବ୍ୟକ୍ତି ତାଙ୍କୁ ଟେକି ନେଇଥିଲେ ଏବଂ ସେଠାରେ ଜଣେ ତାଙ୍କ ସହ ବଳାତ୍କାର କରିଥିଲା। ଭୟରେ ନାବାଳିକା ଜଣକ ଏ ବିଷୟରେ କାହାକୁ କହିନଥିଲେ।

ଗର୍ଭବତୀ ହେବା ପରେ ପରିବାର ଲୋକେ ଜାଣି ପାରି କଟକ ସଦର ପ୍ରତାପନଗରୀସ୍ଥିତ ଏକ ଡାକ୍ତରଖାନାରେ ତାଙ୍କୁ ଭର୍ତ୍ତି କରିଥିଲେ। ଚଳିତ ମାସ ୧୪ ତାରିଖ ରାତିରେ ସେ ଏକ ପୁତ୍ରସନ୍ତାନ ଜନ୍ମ ଦେଇଥିଲେ।

ବିଶ୍ୱସ୍ତ ସୂତ୍ରରୁ ଖବର ପାଇବା ପରେ CWCର ନିର୍ଦ୍ଦେଶକ୍ରମେ ଜିଲା ପ୍ରଶାସନର ଏକ ଟିମ୍ ଓ ସଦର ଥାନା ପୁଲିସ ତୁରନ୍ତ ହସ୍ପିଟାଲରେ ଚଢ଼ଉ କରିଥିଲେ। ଗୁରୁତର ଅବସ୍ଥାରେ ଥିବା ଶିଶୁପୁତ୍ରକୁ ଶିଶୁଭବନରେ ଭର୍ତ୍ତି କରାଯାଇଥିବା ବେଳେ ପୀଡ଼ିତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ପରେ ବସୁନ୍ଧରା ମୁକ୍ତାଶ୍ରୟ କେନ୍ଦ୍ରରେ ଥଇଥାନ କରାଯାଇଛି।ପୋଲିସ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ଗାଜଲବାଡ଼ି ଘାଟିରେ ୨ ଟ୍ୟାଙ୍କର ଫସିବା ଯୋଗୁ ଯାତାୟାତ ଠପ୍: ରାତିସାରା ଘାଟି ରାସ୍ତାରେ ଅଟକି ରହିଲେ ଶହ ଶହ ଯାତ୍ରୀ

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନମ୍ବର ଗୋପାଳପୁର-ରାଇପୁର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶନିବାର ବିଳମ୍ବିତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?