ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର ମିହିର ପ୍ରଧାନ । ସେ ଶିକ୍ଷାକେନ୍ଦ୍ରର ହଷ୍ଟେଲରେ ରହି ପଢ଼ୁଥିବା ବେଳେ ଆଉ କିଛି ଦିନ ପରେ ପରୀକ୍ଷା ଦେଇଥାନ୍ତେ । ହେଲେ ଵିଧିର ବିଧାନ ଥିଲା ଅଲଗା। ସ୍ଥାନୀୟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ହଷ୍ଟେଲରେ ରହି ପଢ଼ୁଥିବା ଛାତ୍ରୀଛାତ୍ରମାନେ ପ୍ରତି ଛୁଟି ଦିନ ମାନଙ୍କରେ ସକାଳୁ ମର୍ଣ୍ଣିଂଓ୍ୱାକ୍ ପାଇଁ ଯାଆନ୍ତି । ରବିବାର ମଧ୍ୟ ଯାଇ ଫେରୁଥିବା ବେଳେ ହଠାତ ମିହିର ତଳେ ପଡି ଯାଇଥିଲେ । ସାଙ୍ଗରେ ଯାଇଥିବା ଶିକ୍ଷକ ଅନେକ ଥର ଡାକିବା ପରେ ମଧ୍ୟ ସେ ଉଠି ପାରିନଥିଲେ ।

ତୁରନ୍ତ ଏକ ଅଟୋ ଯୋଗେ ଚିକିତ୍ସା ପାଇଁ ମିହିରଙ୍କୁ ଖଲ୍ଲିକୋଟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆ ଯାଇଥିଲା। କିନ୍ତୁ ଡାକ୍ତର ସେଠାରେ ମିହିରଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ବାଗଲପୁରରୁ ବାପା ସନ୍ତୋଷ ପ୍ରଧାନ ଓ ପରିବାର ବର୍ଗ ପହଞ୍ଚିବା ପରେ ମେଡିକାଲରେ ଏକ ଉତ୍ତେଜନା ମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଖବର ପାଇ ଖଲ୍ଲିକୋଟ ଥାନା ଅଧିକାରୀ ରମେଶ କୁମାର ପ୍ରଧାନ, ଭେଜିପୁଟ ଫାଣ୍ଡି ଅଧିକାରୀ ଦେବାଶିଷ ମିଶ୍ର, ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସେଠି ଓ ତହସିଲଦାର ଡି. ମାଲେଶ୍ୱର ପାତ୍ର ପ୍ରମୁଖ ମେଡିକାଲରେ ପହଞ୍ଚି ଉତ୍ତ୍ୟକ୍ତ ପରିବାର ଲୋକଙ୍କୁ ବୁଝାସୁଝା କରି ସ୍ଥିତି ନିୟନ୍ତ୍ରଣକୁ ଆଣିଥିଲେ ।

ଏ ସମ୍ପର୍କରେ ଖଲ୍ଲିକୋଟ ଥାନା କେସ ନମ୍ବର ୯/୨୦୨୬ ଅନୁଯାୟୀ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହକୁ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ପଠା ଯାଇଥିବା ଆଇଆଇସି ରମେଶ କୁମାର ପ୍ରଧାନ ସୂଚନା ଦେଇଛନ୍ତି । ତେବେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri