କ୍ରିକେଟ ଖେଳିବାବେଳେ ବଜ୍ରପାତ, ପଡିଆରେ ଟଳି ପଡିଲେ ୧୦ମ ଶ୍ରେଣୀ ଛାତ୍ର

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ବଜ୍ରାଘାତରେ ଚାଲିଗଲା ୧୦ମ ଶ୍ରେଣୀ ଛାତ୍ରଙ୍କ ଜୀବନ। ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ନାରାୟଣପୁର ଗ୍ରାମର ୧୦ମ ଶ୍ରେଣୀ ଛାତ୍ର ରାଜେଶ ଗୌଡ଼ ଶନିବାର ମଧ୍ୟାହ୍ନ ପ୍ରାୟ ୧୨ ଟାରେ ବଜ୍ରପାତ ପ୍ରଭାବରେ ମୃତ୍ୟୁବରଣ କରିଛନ୍ତି। ରାଜେଶ ଗ୍ରାମ ନିକଟସ୍ଥ ବୋମକେଇ ଗ୍ରାମ ଶିବାନନ୍ଦ ନୋଡାଲ ହାଇସ୍କୁଲରେ ପାଠ ପଢୁଥିଲେ। ଚଳିତବର୍ଷ ସେ ପଦ୍ମନାଭପୁର ଗ୍ରାମ ରାଧା ଦାମୋଦର ଗାଲର୍‌ସ ହାଇସ୍କୁଲ ପରୀକ୍ଷା କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଦେଇଛନ୍ତି।

ସୂଚନାଥାଉ କି, ସକାଳେ ସାଙ୍ଗମାନଙ୍କ ସହ ନିକଟସ୍ଥ କୁମରଡ଼ା ଗ୍ରାମରେ ଅନୁଷ୍ଠିତ କ୍ରିକେଟ ଟୁର୍ନାମେଣ୍ଟରେ ମ୍ୟାଚ ଖେଳିବାକୁ ଯାଇଥିଲେ। ରାସ୍ତାକଡର ଏକ ଚାଷଜମିକୁ ସମତୁଲ କରି ଗାଁର ଯୁବକମାନେ ଟୁର୍ନାମେଣ୍ଟର ଆୟୋଜନ କରିଥିଲେ। ମ୍ୟାଚ ଚାଲିଥିବା ବେଳେ ମଧ୍ୟାହ୍ନ ପ୍ରାୟ ୧୨ ଟାରେ ଆକସ୍ମିକ କାଳ ବୈଶାଖୀ ସହ ବଜ୍ରପାତ ହୋଇଥିଲା। ବଜ୍ରପାତ ପ୍ରଭାବରେ ରାଜେଶ ହଠାତ୍‌ ସେଠାରେ ଟଳି ପଡ଼ିଥିଲେ। ସମସ୍ତେ ଖେଳ ଛାଡ଼ି ଦୌଡ଼ି ପଳାଇଥିଲେ। ଗ୍ରାମବାସୀ ଖବର ପାଇ ରାଜେଶଙ୍କୁ ଉଦ୍ଧାର କରି ବମୋକେଇ ଗ୍ରାମ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଉପସ୍ଥିତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ପରିବାର ଲୋକେ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଥିଲେ।

ଏନେଇ ସୂଚନା ପାଇବା ପରେ କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଏସ.ଆଇ ଜଗବନ୍ଧୁ ବାର୍ଲା ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ଛାତ୍ରଙ୍କ ମୃତଦେହ ଜବତ କରି କେ.ନୂଆଗାଁ ଥାନା ଅପମୃତ୍ୟୁ ମାମଲା ନଂ.୩/୨୫ ଅନୁଯାୟୀ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନା କୁ ପଠାଇଥିଲେ। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ଅପରାହ୍ନରେ ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନ ରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?