କୁଆଁରମୁଣ୍ଡା,୨୦ା୧୨ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅଞ୍ଚଳର ଜଣେ ନାବାଳିକା ୫ ମାସର ଗର୍ଭବତୀ ହେବା ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ବୀରମିତ୍ରପୁର ପୋଲିସ ଗୁରୁବାର ଗିରଫ କରି ଶୁକ୍ରବାର ସୁନ୍ଦରଗଡ଼ ପୋକ୍ସୋ କୋର୍ଟକୁ ଚାଲାଣ କରିଛି। ଅଭିଯୁକ୍ତ ହେଲେ କୁଲଦୀପ ହାସଦା(୨୩)। ଏନେଇ ପୋଲିସ ଏକ ମାମଲା ନଂ.୬୧୬/୨୫ ରୁଜୁ କରି ତଦନ୍ତ କରୁଛି। ସୂଚନା ଅନୁଯାୟୀ, ନାବାଳିକା ଜଣଙ୍କ ୧୦ମ ଶ୍ରେଣୀର ଛାତ୍ରୀ। ଗତ ଜୁନରେ ନାବାଳିକାଙ୍କୁ କୁଲଦୀପ ବଳାତ୍କାର କରିବା ସହ ଏ ବିଷୟରେ କାହାରିକୁ ନ ଜଣାଇବା ପାଇଁ ଧମକ ଚମକ ଦେଇ ତାଙ୍କୁ ଚୁପ କରାଇ ଦେଇଥିଲେ। ହେଲେ ଗତ ୨ ଦିନ ତଳେ ନାବାଳିକାଙ୍କ ପେଟ ଯନ୍ତ୍ରଣା ହେବାରୁ ପରିବାର ଲୋକେ ତାଙ୍କୁ ଡାକ୍ତରଖାନା ନେଇଥିଲେ। ଡାକ୍ତରୀ ପରୀକ୍ଷାରୁ ସେ ୫ ମାସର ଗର୍ଭବତୀ ଥିବା ଜଣାପଡ଼ିଥିଲା। ଏନେଇ ପରିବାର ଲୋକେ ଗୁରୁବାର ବୀରମିତ୍ରପୁର ଥାନାରେ ଏତଲା ଦେଇଥିଲେ। ପୋଲିସ କୁଲଦୀପଙ୍କ ଡାକ୍ତରୀ ମାଇନା କରି ଶୁକ୍ରବାର ସୁନ୍ଦରଗଡ଼ ପୋକ୍ସୋ କୋର୍ଟକୁ ଚାଲାଣ କରିଛି।


