ପୁରସ୍କାର ବିତରଣ ଉତ୍ସବରୁ ବାଦ୍‌ ପଡ଼ିଲେ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଟପ୍ପର ଛାତ୍ର

ଦାରିଙ୍ଗବାଡ଼ି,୧୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ବ୍ଲକ ଅଞ୍ଚଳରେ ରହିଥିବା ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ମହାବିଦ୍ୟାଳୟ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀଛାତ୍ର ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ଏଥିରେ କୃତୀ ଛାତ୍ରୀଛାତ୍ରଙ୍କୁ ଜାତୀୟ ଦିବସ ପାଳନ କମିଟି ପକ୍ଷରୁ ମାନପତ୍ର ସହ ପୁରସ୍କାର ବିତରଣ କରାଯାଇଥିଲା। ସେହିପରି ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ମଧ୍ୟ ପୁରସ୍କାର ବିତରଣ କରାଯାଇଥିଲା। ତେବେ ୨୦୨୫/୨୬ଶିକ୍ଷାବର୍ଷରେ ଦଶମଶ୍ରେଣୀରେ ବ୍ଲକ ଟପ୍ପର ହୋଇଥିବା ଜଣେ ଛାତ୍ରୀଙ୍କୁ ମାନପତ୍ର ଦିଆଯାଇଥିବା ବେଳେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଜଣେ ଛାତ୍ରଙ୍କୁ ଏଥିରୁ ବଞ୍ଚିତ କରାଯାଇଥିବା ଅଭିଯୋଗ ହୋଇଛି। ଉକ୍ତ ବ୍ଲକ ଶ୍ରାନିକେତା ପଞ୍ଚାୟତର ବିଜୟ ସାହୁ ଏବଂ ମା’ ବନ୍ଦିତା ପ୍ରଧାନଙ୍କ ପୁଅ ଏସ୍‌. ବ୍ରଜେଶ କୁମାର ଗତ ଦଶମ ପରୀକ୍ଷାରେ ସର୍ବାଧିକ ୫୦୦ ମାର୍କରୁ ୪୭୬ ମାର୍କ ତଥା ୯୫.୨ପ୍ରତିଶତ ମାର୍କ ରଖି ଉତ୍ତୀର୍ଣ୍ଣ ହୋଇଥିଲେ। ସେ ଜିଲାରେ ୧୦ ଜଣ ଟପ୍ପରଙ୍କ ମଧ୍ୟରେ ସ୍ଥାନ ପାଇଥିବାରୁ କନ୍ଧମାଳ ଜିଲାପାଳ ବେଦଭୂଷଣ ତାଙ୍କୁ ଏଥିପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟରେ ସମ୍ବର୍ଦ୍ଧିତ କରି ଉତ୍ସାହିତ କରିଥିଲେ।

ସେହିପରି ତାଙ୍କ ବିଦ୍ୟାଳୟରେ ମଧ୍ୟ ଏସ୍‌. ବ୍ରଜେଶ କୁମାରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। କିନ୍ତୁ ଯେଉଁ ଆଶା ରହିଥିଲା ଯେ, ବ୍ଲକସ୍ତରୀୟ ଜାତୀୟ ଦିବସରେ ତାଙ୍କୁ ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧିତ କରାଯିବ ତାହା କରାଗଲାନାହିଁ। ଫଳରେ ଛାତ୍ର ଦୁଃଖରେ ଭାଙ୍ଗିପଡ଼ିଛନ୍ତି।

ଏନେଇ ବ୍ଲକସ୍ତରୀୟ ଜାତୀୟ ଦିବସ ପାଳନ କମିଟିର ଚୟନ କମିଟିର ସଦସ୍ୟ ତଥା ବିଇଓ କାର୍ଯ୍ୟାଳୟର ଏବିଇଓ କୌଶିକ ନାୟକଙ୍କୁ ପଚାରିବାରୁ ସେ କହିଛନ୍ତି, କେବଳ ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡରେ ବ୍ଲକ ଟପ୍ପର ବା ସର୍ବାଧିକ ମାର୍କ ରଖି ଉତ୍ତୀର୍ଣ୍ଣ ଛାତ୍ରୀଛାତ୍ରଙ୍କୁ ମାନପତ୍ର ସହ ପୁରସ୍କାର ପ୍ରଦାନ କରାଯାଉଛି। ସେହି ଆଧାରରେ ଦାରିଙ୍ଗବାଡ଼ି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରୀ ରୀତିକା ପ୍ରଧାନ ସର୍ବାଧିକ ୪୮୦ମାର୍କ ରଖି ବ୍ଲକ ଟପ୍ପର ହୋଇଥିଲେ ତାଙ୍କୁ ଉତ୍ସାହିତ କରାଯାଇଛି। ଏହା କରିବା ଦ୍ୱାରା ଦ୍ୱାରା ଅନୁସୂଚିତ ଜାତି, ଜନଜାତି ଓ ପଛୁଆ ବର୍ଗର ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍ସାହ ବୃଦ୍ଧି ପାଇବ। ସିବିଏସ୍‌ଇରେ ଉତ୍ତୀର୍ଣ୍ଣ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ ବ୍ୟବସ୍ଥା କରାଯାଇ ନ ଥିବା ସେ କହିଛନ୍ତି। ତେବେ ଆଗକୁ ସମସ୍ତ ଓଡ଼ିଶା ବୋର୍ଡ ସମେତ ଓ କେନ୍ଦ୍ରୀୟ ବୋର୍ଡକୁ ମଧ୍ୟ ଗୁରୁତ୍ୱ ଦେବାକୁ ସାଧାରଣରେ ଦାବି ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ଫାଇନାଲରେ ଏହି ୩ ପାକିସ୍ତାନୀ ଖେଳାଳି ଭାରତ ପାଇଁ କାଳ! ମ୍ୟାଚର ମୋଡ଼ ପଲଟାଇବାରେ ମାହିର, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧।୧୦: ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ହେଲେ ରୋମାଞ୍ଚର କୌଣସି ଅଭାବ ରହେ ନାହିଁ। ଏବେ ଏସିଆନ ଗେମ୍ସ ୨୦୨୬ର ଫାଇନାଲରେ ଦୁଇ ଦଳ…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?