ବାକ୍ସ ଭିତରୁ ଉଦ୍ଧାର ହେଲେ ତୃତୀୟ ଶ୍ରେଣୀ ଛାତ୍ର 

ବଣାଇଁ,୧୩।୯(ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ଼ ଜିଲା ଗୁରୁଣ୍ଡିଆ ବ୍ଲକ ଅନ୍ତର୍ଗତ ଜର୍ଡାର ଏକ ବିଦ୍ୟାଳୟ ଛାତ୍ରାବାସରେ ଶୁକ୍ରବାର ଏକ ଅଘଟଣ ଘଟିଛି । ଜଣେ ତୃତୀୟ ଶ୍ରେଣୀର ଛାତ୍ରଙ୍କ ଅନ୍ୟଜଣେ ସହପାଠୀ ସହ ଝଗଡା ହେବା କାରଣରୁ ସାଙ୍ଗତାଙ୍କୁ ଏକ ବାକ୍ସ ଭିତରେ ପୂରାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।

ଆହତ ଅବସ୍ଥାରେ ବାକ୍ସ ଭିତରୁ ଅଚେତ ଅବସ୍ଥାରେ ଉଦ୍ଧାର ଛାତ୍ର  ସ୍ବସ୍ତିକ କିଷାନ, ଓ ଘର ଜର୍ଡା ନିକଟସ୍ଥ ବ୍ରାହ୍ମଣଡିହି ଗ୍ରାମରେ। ବିଦ୍ୟାଳୟରେ ରୋଲ କଲ ସମୟରେ ଜଣେ ଛାତ୍ର ଅନୁପସ୍ଥିତ ଥିବା ଦେଖି ୱାର୍ଡେନ ପ୍ରଧାନଶିକ୍ଷକଙ୍କୁ ଜଣାଇ ସମସ୍ତେ ଖୋଜିଥିଲେ। କୌଣସି ସ୍ଥାନରେ ସ୍ବସ୍ତିଙ୍କୁ ନପାଇ ଶେଷରେ ସସ୍ତିକଙ୍କ ଘରକୁ ଫୋନ କରିଥିଲେ। ପରିବାର ଲୋକେ ମିଶି ଖୋଜିବା ସମୟରେ ଏକ ବାକ୍ସ ଭିତରୁ ଶବ୍ଦ ଶୁଣି ଖୋଲିବା ପରେ ସେଇଠି ଅଚେତ ଅବସ୍ଥାରେ ତାଙ୍କୁ ଉଦ୍ଧାର କରିଥିଲେ । ଏଥିରେ ଝଗଡ଼ା ଲାଗିଥିବା ସହପାଠୀ ବାକ୍ସ ଭିତରେ ପୁରାଇ ଥିବା ନେଇ ପରିବାର ଲୋକେ କହୁଛନ୍ତି। ମାତ୍ର ସାଙ୍ଗ ଜଣଙ୍କ ଏହା ମିଛ କଥା କହି ନିଜେ ସ୍ବସ୍ତିକ ବାକ୍ସ ଭିତରେ ଲୁଚିଥିବା କହୁଛି। ପ୍ରଧାନଶିକ୍ଷକଙ୍କ ହସ୍ତକ୍ଷେପ ପରେ ସ୍ବସ୍ତିକ ଏବେ ନିଜ ଘରକୁ ଯାଇଚି ଓ ସୁସ୍ଥ ଅଛି ବୋଲି ସୂଚନା ମିଳିଛି। ଏହି ଘଟଣା ପରେ ଅଭିଭାବକ ମହଲରେ ଆଲୋଡନ ସୃଷ୍ଟି କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ କର୍ମଶାଳା ଉଦଯାପିତ: ପ୍ରଭାବଶାଳୀ ଶିକ୍ଷାଦାନ ପାଇଁ…

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ…

ଚଷାନିମଖଣ୍ଡି ସରକାରୀ ହାଇସ୍କୁଲର ବାର୍ଷିକୋତ୍ସବ: ମନ ଜିଣିଲା ନାଟକ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଚଷାନିମଖଣ୍ଡି ଗ୍ରାମ ସରକାରୀ ହାଇସ୍କୁଲ ପରିସରରେ ବାର୍ଷିକୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର…

ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖ ମରଣଯନ୍ତା: ଗଳା ଫାଶ ସାଜିଛି ‘ଲୁହା ଜାଲି’, ପ୍ରଶାସନ ନିଦାବିଷ୍ଣୁ

ଥୁଆମୂଳ ରାମପୁର, ୧୯।୩ (ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ମୁଖ୍ୟ ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ସୁରେଶ ରେଡ୍ଡି ହେଲେ ଭାଜପା ଯୁବ ମୋର୍ଚ୍ଚାର ରାଜ୍ୟ ସଂଯୋଜକ: ଛତ୍ରପୁର ଅଞ୍ଚଳରେ ଉତ୍ସାହ

ଛତ୍ରପୁର, ୧୯।୩ (ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି (ଭାଜପା) ଯୁବ ମୋର୍ଚ୍ଚାର ସଂଗଠନକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଛତ୍ରପୁରର…

ଅକାଳରେ ଚାଲିଗଲା ସିଆର୍‌ପିଏଫ୍‌ ଯବାନଙ୍କ ଜୀବନ: ରାୟଗଡ଼ା ଚତୁର୍ଥ ବାଟାଲିୟନରେ ଶୋକର ଛାୟା

ରାୟଗଡ଼ା, ୧୯।୩ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ମ୍ୟାଲେରିଆର ପ୍ରାଦୁର୍ଭାବ ଜଣେ କର୍ତ୍ତବ୍ୟରତ ସିଆରପିଏଫ (CRPF) ଯବାନଙ୍କ ଜୀବନ ନେଇଛି। ମୃତ ଯବାନ ଜଣକ ହେଉଛନ୍ତି…

ତାରାତାରିଣୀ ପୀଠରେ ବାସନ୍ତିକ ନବରାତ୍ରୀ ଉତ୍ସବ ଆରମ୍ଭ: ବେଦମନ୍ତ୍ରରେ ପ୍ରକମ୍ପିତ ରତ୍ନଗିରି ପାହାଡ଼

ପୁରୁଷୋତ୍ତମପୁର,୧୯।୩(ସବିତା ମିଶ୍ର): ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ତଥା ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରୁବାର ରାତିରୁ ମହାସମାରୋହରେ ଆରମ୍ଭ ହୋଇଛି ବାସନ୍ତିକ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri