ବାଜି ମାରିଲେ ଷଷ୍ଠ ଶ୍ରେଣୀ ଛାତ୍ରୀ ଆରାଧ୍ୟା ଅଗ୍ରୱାଲ, ଅଣ୍ଡର୧୩ ମହିଳା ଚେସ ଚ୍ୟାମ୍ପିୟନଶିପରେ କଲେ କମାଲ

ବରଗଡ,୧୨।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଅବସ୍ଥିତ ସଂସ୍କାର ଇଣ୍ଟରନ୍ୟାଶନାଲ ସ୍କୁଲର ଷଷ୍ଠ ଶ୍ରେଣୀ ଛାତ୍ରୀ ଆରାଧ୍ୟା ଅଗ୍ରୱାଲଙ୍କୁ ଅଲ ଓଡ଼ିଶା ଅଣ୍ଡର୧୩ ବେଷ୍ଟ ବରଗଡ଼ ଚେସ ଚାମ୍ପିୟନଶିପ ପୁରସ୍କାର ପ୍ରଦାନ କରାଯାଇଛି। ଏହି ଅଲ ଓଡ଼ିଶା ଚେସ ଚାମ୍ପିୟନଶିପ ଫର୍‌ ୱିମେନ ଗତ ୧୦ତାରିଖରୁ ୧୧ତାରିଖ ପର୍ଯ୍ୟନ୍ତ ୨ଦିନ ଧରି ସ୍ଥାନୀୟ ଇମ୍ପିରିଆଲ କଲେଜରେ ଅନୁଷ୍ଠିତ ହୋଇଥିଲା। ଏଥିରେ ରାଜ୍ୟର ବଲାଙ୍ଗୀର, ସୁନ୍ଦରଗଡ଼, ବରଗଡ଼, ଗଞ୍ଜାମ, କଟକ, ଭୁବନେଶ୍ୱର, ଅନୁଗୋଳ ଆଦି ଜିଲାର ବିଭିନ୍ନ ବିଦ୍ୟାଳୟରୁ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। ସଂସ୍କାର ଇଣ୍ଟରନ୍ୟାଶନାଲ ସ୍କୁଲରୁ ଷଷ୍ଠ ଶ୍ରେଣୀର ଆରାଧ୍ୟା ଅଗ୍ରୱାଲ ଓ ସପ୍ତମ ଶ୍ରେଣୀର ଆରାଧ୍ୟା ଲାଠ ମଧ୍ୟ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ସଂସ୍କାର ଇଣ୍ଟରନ୍ୟାଶନାଲ ସ୍କୁଲର ଛାତ୍ରୀ ଆରାଧ୍ୟା ଅଗ୍ରୱାଲ ଅନେକ ରାଉଣ୍ଡରେ ନିଜ ପ୍ରତିଦ୍ୱନ୍ଦ୍ୱୀମାନଙ୍କୁ ପରାଜିତ କରି ବରଗଡ଼ ଜିଲାର ଅଣ୍ଡର୧୩ ମହିଳା ଚେସ ଚ୍ୟାମ୍ପିୟନଶିପ ପଦବୀ ଅଧିକାର କରିଥିଲେ। ଏହି ଅବସରରେ ଉପସ୍ଥିତ ଟୁର୍ନାମେଣ୍ଟ ଡାଇରେକ୍ଟର କେ.ଆର. ପ୍ରଧାନ (ସେକ୍ରେଟାରୀ, ବି.ସି.ଡି.ଏ), ଚିଫ୍‌ ଆର୍ବିଟର ଆଇ.ଏ. ଭାବେଶ ମହାନ୍ତି ଓ ଡେପୁଟି ଚିଫ ଆର୍ବିଟର ଏଫ.ଏ. ବିଘ୍ନେଶ୍ୱର ଯୋଶୀ ସ୍ମୃତିଫଳକ ଓ ପଦକ ପ୍ରଦାନ କରି ଚାମ୍ପିୟନ ଆରାଧ୍ୟା ଅଗ୍ରୱାଲଙ୍କୁ ଉତ୍ସାହିତ କରିଥିଲେ। ସେହିପରି ଅନ୍ୟତମ ଛାତ୍ରୀ ଆରାଧ୍ୟା ଲାଠଙ୍କୁ ମଧ୍ୟ ଅଂଶଗ୍ରହଣ ପାଇଁ ପଦକ ପ୍ରଦାନ କରାଯାଇଥିଲା। ବିଦ୍ୟାଳୟର ପରିଚାଳନା ସମିତି ଉଭୟ ଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri