ଷଷ୍ଠ ଶ୍ରେଣୀ ଛାତ୍ରୀ ୬ ମାସର ଗର୍ଭବତୀ, ରାୟଗଡ଼ା ଶିଶୁ ମଙ୍ଗଳ କମିଟିର ତନାଘନା

ରାୟଗଡା,୧୯।୪(ଆଶିଷ ରଞ୍ଜନ ପଣ୍ଡା) – ରାୟଗଡ଼ା ଜିଲାରେ ଆଉ ଏକ ଚାଞ୍ଚଲ୍ୟକର ଘଟଣା ନଜରକୁ ଆସିଛି। ଜଣେ ୧୪ ବର୍ଷ ତଥା ଷଷ୍ଠ ଶ୍ରେଣୀର ଛାତ୍ରୀ ୬ ମାସର ଗର୍ଭବତୀ ହୋଇଛନ୍ତି। ଏହା ଜଣାପଡିବା ପରେ ଶନିବାର ଆଶା ଓ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ସହଯୋଗରେ ରାୟଗଡା ଶିଶୁ ମଙ୍ଗଳ କମିଟି ନିକଟରେ ନାବାଳିକାଙ୍କୁ ହାଜର କରାଯାଇଛି। କମିଟି ତଦନ୍ତ ଓ ତନାଘନା ଆରମ୍ଭ କରିଛି। କମିଟି ସଦସ୍ୟାମାନେ ଦୀର୍ଘ ସମୟ ଧରି ଉକ୍ତ ନାବାଳିକାଙ୍କୁ ସମସ୍ତ ବିଷୟରେ ପଚରାଉଚରା କରିଛନ୍ତି। ଏହି ଘଟଣା କଲ୍ୟାଣସିଂହପୁର ବ୍ଲକରେ ଘଟିଥିବା ଜଣାପଡିଛି।

ରାୟଗଡା ସଦର ବ୍ଲକ ଜୋଡି ଗ୍ରାମର ଜଣେ ୧୭ ବର୍ଷର ନାବାଳକ କଲ୍ୟାଣସିଂହପୁରରେ ସ୍ଥିତ ଦେବଗିରୀ ମହାବିଦ୍ୟାଳୟର ଯୁକ୍ତ ଦୁଇ ପ୍ରଥମ ବର୍ଷର ଛାତ୍ର ଅଟନ୍ତି। ଉକ୍ତ ନାବାଳିକା ସହ ନାବାଳକର ପ୍ରେମ ସଂପର୍କ ରହିବା ପରେ ଶାରିରୀକ ସଂପର୍କ ଗଢି ଉଠିଥିଲା। ଫଳରେ ସେ ଗର୍ଭବତୀ ହୋଇଥିଲେ। ଏହାପରେ ନାବାଳିକାର ପରିବାର ଲୋକେ ଝିଅକୁ ନାବାଳକ ଘର ଜୋଡିରେ ଛାଡି ଦେଇଥିଲେ। ଏହି ଘଟଣା ଗତକାଲି ଜଣାପଡିବା ପରେ ରାୟଗଡା ମହିଳା ଓ ଶିଶୁ କଲ୍ୟାଣ ବିଭାଗ କର୍ମଚାରୀ ନାବାଳିକାକୁ ଉଦ୍ଧାର କରି ଶିଶୁ ମଙ୍ଗଳ କମିଟି ନିକଟରେ ଆଜି ହାଜର କରିଛି। ଅପରପକ୍ଷେ ଘଟଣାର ତଦନ୍ତ ଚାଲିଛି ବୋଲି ଶିଶୁ ମଙ୍ଗଳ କମିଟି ଅଧ୍ୟକ୍ଷା ବିଦୁଲତା ହୁଇକା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?