Posted inଜାତୀୟ

ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ପଥରରେ ଛେଚି ହତ୍ୟା

ନୂଆଦିଲ୍ଲୀ,୨୮।୪: ଦକ୍ଷିଣ-ପୂର୍ବ ଦିଲ୍ଲୀ ବଦରପୁର ଅଞ୍ଚଳର ଏକ ଡ୍ରେନ୍‌ରୁ ଜଣେ ଛାତ୍ରଙ୍କ ମୃତଦେହ ପୋଲିସ ଜବତ କରିଛି। ସେ ହେଲେ ଦିଲ୍ଲୀର ମୋଲାରବନ୍ଦ ଗାଁର ବିଲାସପୁରର ସୌରଭ। ମିଳିଥିବା ସୂଚନା ମୁତାବକ, ସୌରଭ ତାଜପୁର ପହରୀସ୍ଥିତ ଦିଲ୍ଲୀ ମ୍ୟୁନିସିପାଲିଟି କର୍ପୋରେଶନ (ଏମ୍‌ସିଡି) ଦ୍ୱାରା ପରିଚାଳିତ ଏକ ବିଦ୍ୟାଳୟର ଛାତ୍ର ବୋଲି ଜଣାପଡିଛି।

ଗୁରୁବାର ରାତିରେ ବଦରପୁର ଥାନାକୁ ଏକ କଲ୍‌ ଆସିଥିଲା। ଜଣେ ସ୍କୁଲ ଛାତ୍ରଙ୍କୁ ହତ୍ୟା କରି ଫିଙ୍ଗି ଦିଆଯାଇଥିବା ପୋଲିସକୁ ସୂଚନା ମିଳିଥିଲା। ଖବର ପାଇ ପୋଲିସର ଏକ ଟିମ୍‌ ଖଟୁସିୟମ ପାର୍କ ଏବଂ ତାଜପୁର ରୋଡ ଗାଁ ମଧ୍ୟରେ ପହଞ୍ଚି ସ୍କୁଲ ୟୁନିଫର୍ମରେ ଥିବା ଜଣେ ଛାତ୍ରଙ୍କ ମୃତଦେହ ଡ୍ରେନ୍‌ରେ ପଡିଥିବା ଦେଖିବାକୁ ପାଇଥିଲା। ଏପରି କି ପୋଲିସ ଘଟଣାସ୍ଥଳରୁ ପାଠ୍ୟପୁସ୍ତକ ଏବଂ ଅନ୍ୟାନ୍ୟ ଅଧ୍ୟୟନ ସାମଗ୍ରୀ ଥିବା ଏକ ସ୍କୁଲ ବ୍ୟାଗ ମଧ୍ୟ ଜବତ କରିଛି। ଡେପୁଟି କମିଶନର(ଦକ୍ଷିଣ ପୂର୍ବ) ରାଜେଶ ଦେଓ କହିଛନ୍ତି, ସ୍କୁଲ ବ୍ୟାଗ୍‌ଠାରୁ ପ୍ରାୟ କିଛି ମିଟର ଦୂରରେ ୪ରୁ ୫ଟି ରକ୍ତଲଗା ପଥର ଏବଂ ରକ୍ତଭିଜା ସୂତା ଏକ ଟାୱେଲକୁ ପୋଲିସ ଜବତ କରିଛି। ଅନ୍ୟପକ୍ଷେ ଛାତ୍ରଙ୍କୁ ପଥରରେ ଛେଚି ଛେଚିି ହତ୍ୟା କରିବା ପରେ ଡ୍ରେନ୍‌ରେ ଫିଙ୍ଗି ଦେଇଥିବା ଜଣାପଡିଛି। ହେଲେ କେଉଁ ପରିସ୍ଥିତିରେ ଛାତ୍ରଙ୍କୁ ହତ୍ୟା କରାଗଲା ତାହା ଜଣାପଡିନାହିଁ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ଲାଗି ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri