ଅଷ୍ଟମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ଜଣେ ଅଟକ

ବଲାଙ୍ଗୀର ଅଫିସ, ୨୮ା୨:ବଲାଙ୍ଗୀର ଜିଲା ଅନୁସୂଚିତ ବିଭାଗ ଅଧିନ ଏକ ସ୍କୁଲ ହଷ୍ଟେଲରେ ରହୁଥିବା ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଥିବା ଜଣାପଡିଛି। ସୋମବାର ଏହି ଘଟଣା ଜଣାପଡିବା ପରେ ତାଙ୍କୁ ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲ ନିଆଯାଇ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଛି। ସ୍ବାସ୍ଥ୍ୟ ପରୀକ୍ଷା ପରେ ଛାତ୍ରୀ ଜଣକ ୩ ମାସର ଗର୍ଭବତୀ ଥିବା ସୂଚନା ମିଳିଛି। ଏହି ଘଟଣା ସଂକ୍ରାନ୍ତରେ ବିଭାଗୀୟ କୌଣସି ଅଧିକାରୀ ମୁହଁ ଖୋଲୁ ନ ଥିବାବେଳେ ସଦର ଥାନାରେ କିନ୍ତୁ ଏନେଇ ରିପୋର୍ଟ ହୋଇଛି। ଅଭିଯୋଗ ପରେ ପୋଲିସ ପୀଡିତା ଛାତ୍ରୀଙ୍କ ଗଁାର ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି। ଜିଲା ମଙ୍ଗଳ ଅଧିକାରୀ ଅଲେଖ ବିଶ୍ୱାଳଙ୍କୁ ପଚାରିବାରୁ ଘଟଣା ସମ୍ପର୍କରେ ତାଙ୍କ ପାଖରେ କୌଣସି ସୂଚନା ନାହିଁ ବୋଲି କହିଛନ୍ତି। କିଭଳି ପରିସ୍ଥିତିରେ ଛାତ୍ରୀ ଜଣକ ଗର୍ଭବତୀ ହେଲେ ତାହା ସ୍ପଷ୍ଟ ହୋଇନାହିଁ। ତେବେ ମିଳିଥିବା ସୂଚନା ମୁତାବକ କିଛି ମାସ ତଳେ ଛାତ୍ରୀ ଜଣକ ଛୁଟିରେ ତାଙ୍କ ଘରକୁ ଯାଇଥିଲେ। ସେଠାରେ ଏଭଳି ଘଟଣା ଘଟିଥିବା ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଶେହର ପରମାଣୁ କେନ୍ଦ୍ର ଉପରେ ଆକ୍ରମଣ ପରେ ଇରାନର ବଡ଼ ଚେତାବନୀ, କହିଲା ଧ୍ୱଂସ ହୋଇଯିବ ଉପସାଗରୀୟ ରାଷ୍ଟ୍ର

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ଉଭୟ ପକ୍ଷରୁ ପରସ୍ପରର ସ୍ଥିତି ଉପରେ ନିରନ୍ତର ଆକ୍ରମଣ ଜାରି ରହିଛି।…

ଧରିତ୍ରୀର ବଡ଼ ପ୍ରଭାବ: ୭୭ ବର୍ଷର ଅନ୍ଧାର ଚିରି ପହଞ୍ଚିଲା ପ୍ରଶାସନ, ବିକାଶ ଆଶାରେ କେନ୍ଦୁଗୁଡ଼ା-କନ୍ଦାଗୁଡ଼ା

ଥୁଆମୁଳ ରାମପୁର,୫।୪(ଦୁର୍ଗା କୀର୍ତ୍ତି): ସାମ୍ବାଦିକତା ଯେତେବେଳେ ସମାଜର ଅନ୍ତିମ ପାହାଚରେ ଥିବା ମଣିଷର ସ୍ୱର ସାଜେ, ସେତେବେଳେ ପ୍ରଶାସନ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୁଏ। ଏହାର ଏକ…

ସମ୍ବଲପୁରର ଗୌରବକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ

ସମ୍ବଲପୁର,୫।୪(ପ୍ରମୋଦ ବହିଦାର): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଚାଲିଥିବା ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ଏକ…

ଯୁଦ୍ଧ ମଧ୍ୟରେ ଭିଡ଼ିଓ ଜାରି କରି ବଡ଼ ଦାବି କଲେ ଟ୍ରମ୍ପ, କହିଲେ ‘ଜୀବିତ ନାହାଁନ୍ତି ଇରାନର ଟପ କମାଣ୍ଡର’

ଓ୍ବାଶିଂଟନ,୫।୪: ମଧ୍ୟପ୍ରାଚ୍ୟରେ ବଢୁଥିବା ସଂଘର୍ଷ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ତେହରାନ ବିରୁଦ୍ଧରେ କରାଯାଇଥିବା ଏକ ବଡ଼ ଆକ୍ରମଣରେ ଇରାନର ଅନେକ…

ଦ୍ୱିତୀୟ F-15E ପାଇଲଟଙ୍କୁ ଉଦ୍ଧାର କଲା ଆମେରିକା, ଟ୍ରମ୍ପ କହିଲେ ଆମେ ଆମର ଯୋଦ୍ଧାଙ୍କୁ…

ଓ୍ବାଶିଂଟନ,୫।୪: ଗ୍ରାଉଣ୍ଡ ଅପରେଶନ ସମୟରେ ଆମେରିକା ଏହାର ଦ୍ୱିତୀୟ ପାଇଲଟଙ୍କୁ ଠାବ କରିଛି । ଦେଶରେ ସାମରିକ ଅଭିଯାନ ସମୟରେ ଇରାନ ଦ୍ୱାରା ଏକ ଆମେରିକୀୟ F-15E…

କେନ୍ଦୁଘାଟିରେ ଓଲଟିଲା କୋଳଥ ବୋଝେଇ ଟ୍ରକ୍‌: ଡ୍ରାଇଭର ଗୁରୁତର 

ମୋହନା,୫।୪(ମନ୍ମଥ ମିଶ୍ର):ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ନିକଟ କେନ୍ଦୁଘାଟି ବୁଲାଣିରେ ଦୁର୍ଘଟଣା ଘଟିଛି। ସୂଚନା ପ୍ରକାରେ ବ୍ରହ୍ମପୁରଠାରୁ ଏକ କୋଳଥ ବୋଝେଇ ଟ୍ରକ ଜୟପୁର…

ପ୍ରକୃତ ଉଦ୍ୟୋଗୀ କେବଳ ନିଜ ପାଇଁ ସମ୍ପତ୍ତି ସୃଷ୍ଟି କରନ୍ତି ନାହିଁ

ଭାଲଚନ୍ଦ୍ର ମହାନ୍ତି ଜଣେ ପ୍ରଥମ ପିଢିର ଓଡ଼ିଆ ଉଦ୍ୟୋଗୀ ଏବଂ ଓରିକ୍ଲିନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ। ୧୯୯୦ ମସିହାରେ କମ୍ପାନୀ ପ୍ରତିଷ୍ଠା ହେବା ପରଠାରୁ ସେ…

ବଢ଼ୁଛି ନର୍ଲା ବିଧାୟିକା,ବ୍ଲକ ୟଧ୍ୟକ୍ଷଙ୍କ କ୍ରେଜ୍‌: ଓ୍ବାରେଣ୍ଟି ପରେବି ମିଳୁଛି ଲୋକଙ୍କ ସମର୍ଥନ

କେସିଙ୍ଗାତା,୫।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମବାସୀ ଏକତ୍ରିତ ହୋଇଛନ୍ତି। ନର୍ଲା ବିଧାୟିକା ମନୋରମ ମହାନ୍ତି ଓ ଭାରପ୍ରାପ୍ତ ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri