ସ୍କୁଲ ପରିସରରେ ମୂଷା ମରା ଔଷଧ ଖାଇ ଆତ୍ମହତ୍ୟା ଉଦ୍ୟମ କଲେ ନବମ ଶ୍ରେଣୀ ଛାତ୍ରୀ, ମା’ କହିଲେ ଏହି କାରଣ ପାଇଁ…

ଗଜପତି, ୧୦।୧୨(ଗିରିଧାରୀ ପରିଛା): ଗଜପତି ଜିଲା କାଶୀନାଗର ବ୍ଲକ କାଶୀନାଗର ବାରଣାସୀ ହାଇ ସ୍କୁଲରେ ଜଣେ ନବମ ଶ୍ରେଣୀ ଛାତ୍ରୀ ସ୍କୁଲ ପରିସରରେ ମୂଷା ମରା ଔଷଧ ଖାଇ ଆତ୍ମହତ୍ୟା କରିବା ପାଇଁ ଉଦ୍ୟମ କରିଛନ୍ତି। ଘଟଣାଟି ସ୍କୁଲରେ ପାଠ ପଢା ଚାଲିଥିବା ସମୟରେ ଛାତ୍ରୀଜଣଙ୍କ ବାନ୍ତି ଲାଗୁଥିବା କଥା ଶିକ୍ଷକଙ୍କୁ ଜଣାଇଥିଲେ। ପରବର୍ତ୍ତୀ ସମୟରେ ପଚରାଉଚରା କରିବା ସମୟରେ ସେ ମୂଷା ଔଷଧ ଖାଇ ଆତ୍ମହତ୍ୟା ଉଦ୍ୟମ କରିଥିବା ସ୍କୁଲ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ। ଏହାପରେ ସ୍କୁଲ କର୍ତ୍ତୃପକ୍ଷ ପ୍ରଥମେ ଛାତ୍ରୀଙ୍କୁ କାଶୀନାଗର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଚିକିତ୍ସା ପାଇଁ ନିଆଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ପରିସ୍ଥିତି ଗୁରୁତର ହେବାରୁ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇ ଚିକିତ୍ସା କରାଯାଉଛି। ତେବେ ଆତ୍ମହତ୍ୟା ଉଦ୍ୟମର ପଛରେ କାରଣ ବୁଝିବା ବେଳକୁ ଛାତ୍ରୀଙ୍କ ମା’ ଙ୍କ କହିବା ହେଲା ରବିବାର ରାତିରେ କୌଣସି କାରଣରୁ ମା’ ଝିଅଙ୍କ ମଧ୍ୟରେ ବଚସା ହୋଇଥିଲା। ଯେଉଁଥିରେ ଛାତ୍ରୀଜଣଙ୍କୁ ମାନସିକ ଆଘାତ ଲାଗିଥିଲା। ତେଣୁ ଆଜି ସକାଳୁ ଘରୁ ପଇସା ମାଗି ଘରେ ନଖାଇ ଛାତ୍ରୀ ଜଣଙ୍କ ସ୍କୁଲକୁ ଆସିଥିଲେ । ଆସିବା ସମୟରେ କୌଣସି ଏକ ଦୋକାନରୁ ମୂଷା ମରା ଔଷଧ କିଣି ଆଣି ସ୍କୁଲରେ ଖାଇଦେଇଥିବା ଛାତ୍ରୀଙ୍କ ମା’ କହିଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା, ଷ୍ଟ୍ରିଟ୍‌ ଲାଇଟ୍‌ ସମସ୍ୟା ସମାଧାନ ଦାବି

ନନ୍ଦପୁର,୧୭ା୩(ତୁଷାର କାନ୍ତ ମହାନ୍ତି)-ନନ୍ଦପୁର ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ ସଦର ମହକୁମା ପଞ୍ଚାୟତରେ ଜନଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଦୁର୍ଗାପ୍ରସାଦ ଦୋରା, ସରପଞ୍ଚ…

ସିରିଜ୍‌କୁ ୧-୧ରେ ବରାବର କଲା ନ୍ୟୁଜିଲାଣ୍ଡ

ହାମିଲଟନ,୧୭ା୩: ଡେଭନ କନଓ୍ବେଙ୍କ ଅର୍ଦ୍ଧଶତକୀୟ ପାଳି ବଳରେ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ୬୮ ରନରେ ପରାସ୍ତ କରିଛି। ଏହି ବିଜୟ ସହିତ ନ୍ୟୁଜିଲାଣ୍ଡ…

ବଟେଶ୍ୱରକୁ ସଂଯୋଗ ରାସ୍ତା ନିର୍ମାଣ କାର୍ଯ୍ୟ ବିଳମ୍ବ

ଗଞ୍ଜାମ,୧୭ା୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ବଟେଶ୍ୱର ପୀଠରୁ ୧୬ନଂ. ଜାତୀୟ ରାଜପଥକୁ ସଂଯୋଗ ନିମନ୍ତେ ନିର୍ମାଣଧୀନ ରାସ୍ତା କାର୍ଯ୍ୟ…

ରୋହିତଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସର ସ୍ବତନ୍ତ୍ର ପ୍ଲାନ! କେମିତି ଖେଳିବେ ସେ ନେଇ ସ୍ପଷ୍ଟ କଲେ ହେଡ୍‌ କୋଚ୍‌

ମୁମ୍ବାଇ,୧୭।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ ପାଇଁ ପ୍ରସ୍ତୁତି ଏବେ ଜୋରଦାର ଚାଲିଛି। ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଅଧିନାୟକ ତଥା ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା…

ଚାଷୀ ଆଣିଲେ ବଡ଼ ଅଭିଯୋଗ

ବଞ୍ଚୋ,୧୭ା୩(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର କ୍ଷୁଦ୍ରଜଳସେଚନ ଅଧୀନ ପାଇକଚାଟ୍ରା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ନେଇ ଗୁରୁତର ଅନିୟମିତତା ଅଭିଯୋଗ ସାମ୍ନାକୁ ଆସିଛି। ପାଣି ପଞ୍ଚାୟତ ଗଠନରେ ଅଣଚାଷୀମାନଙ୍କୁ…

ପାକିସ୍ତାନର ଏୟାରଷ୍ଟ୍ରାଇକ୍‌କୁ ନେଇ ଚାଇନାର ବଡ଼ ବୟାନ, ଯୁଦ୍ଧ ଭିତରେ ଚମକି ପଡିଲା ବିଶ୍ୱ!

ବେଜିଂ,୧୭।୩: ଆଫଗାନିସ୍ତାନର କାବୁଲରେ ପାକିସ୍ତାନୀ ସାମରିକ ଆକ୍ରମଣ ପରେ ପରିସ୍ଥିତି ଏତେ ଗମ୍ଭୀର ହୋଇଯାଇଛି। ଯାହାଯୋଗୁ ପାକ୍‌ର ଘନିଷ୍ଠ ସହଯୋଗୀ ଚାଇନା ମଧ୍ୟ ଚୁପ ରହିପାରି ନାହିଁ।…

ବିଦ୍ୟାଳୟ ପାଠାଗାର ବହିକିଣା ଅନିୟମିତତା ପ୍ରସଙ୍ଗ: ଆର୍‌ଟିଆଇ ଆବେଦନ ପରେ …

ନନ୍ଦପୁର,୧୭ା୩ (ତୁଷାର କାନ୍ତ ମହାନ୍ତି)-ଏକ ନିର୍ଦ୍ଦିଷ୍ଟ ପ୍ରକାଶନ ସଂସ୍ଥାରୁ ସ୍କୁଲ ପରିଚାଳନା କମିଟିର ଅଜାଣତରେ ବିଦ୍ୟାଳୟ କମ୍ପୋଜିଟ ପାଣ୍ଠିରେ ପାଠାଗାର ବହି କିଣାରେ ଅନିୟମିତତା ପ୍ରସଙ୍ଗ ନେଇ…

ଦାରିଙ୍ଗବାଡ଼ିରେ ପ୍ରବଳ କୁଆପଥର ବର୍ଷା, କଳା ମିଚିମିଚି ପିଚୁ ରାସ୍ତାରେ କୁଆପଥର

ଦାରିଙ୍ଗବାଡି,୧୭।୩(ଅରୁଣ ସାହୁ ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ମଙ୍ଗଳବାର ସମ୍ପୂର୍ଣ୍ଣ କଶ୍ମୀରର ଭ୍ରମ ସୃଷ୍ଟି କରିଛି। କାଳ ବୈଶାଖୀ ପ୍ରଭାବରେ ମଙ୍ଗଳବାର ଅପରାହ୍ନରେ ପ୍ରବଳ ମାତ୍ରାରେ କୁଆପଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri