ହଷ୍ଟେଲ ପରିସରରେ ଜୀବନ ହାରିଲେ ନବମ ଶ୍ରେଣୀ ଛାତ୍ର

କାଲିମେଳା,୪।୨(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅଧୀନ ଗୁମ୍ଫାକୋଣ୍ଡା ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀରେ ପଢୁଥିବା ଜଣେ ଛାତ୍ର ବିଦ୍ୟାଳୟ ପଛପଟେ ଥିବା ପାଚେରୀ ନିକଟ ଏକ ଗଛରେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଛନ୍ତି। ସୋମବାର ରାତିରେ ଏହି ଘଟଣା ହୋଇଥିବା କୁହାଯାଉଛି। ମୃତ ଛାତ୍ର ଜଣକ କାମବେଡା ପଞ୍ଚାୟତ ଅନ୍ତର୍ଗତ କାମବେଡା ଗ୍ରାମର ମୁକା ମାଡକାମିଙ୍କ ବଡ଼ ପୁଅ ରିଗେନ ମାଡକାମୀ (୧୪)।

ଖବର ପାଇ କାଲିମେଳା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି l ପରିବାର ଲୋକ ପହଞ୍ଚି ଥିବା ବେଳେ ସ୍କୁଲ କର୍ତ୍ତୃପକ୍ଷ କିମ୍ବା ଜିଲା ପ୍ରଶାସନର ଦେଖା ମିଳିନାହିଁ। ଅନୁସୂଚିତ ଜାତି ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଏହି ଆବାସିକ ଛାତ୍ର ବାସରେ ୨୭୫ ଜଣଛାତ୍ର ରହି ଅଧ୍ୟୟନ କରୁଥିବା ବେଳେ ୧୧୦ଜଣ ଛାତ୍ରୀ ପାଠ ପଢୁଛନ୍ତି। ବିଦ୍ୟାଳୟ ଓ ହଷ୍ଟେଲ ଦାୟିତ୍ୱରେ ଥିବା ଶିକ୍ଷୟିତ୍ରୀ, ଶିକ୍ଷକମାନେ ଠିକ ଭାବେ ବିଦ୍ୟାଳୟରେ ରହୁ ନ ଥିବା ଅଭିଯୋଗ ହୋଇଛି। ଅନ୍ୟପକ୍ଷେ ଛାତ୍ର ଜଣକ କାହିଁକି ଓ କେଉଁ ପରିସ୍ଥିତିରେ ଆତ୍ମହତ୍ୟା କରିଛନ୍ତି ତାହା ଜଣାପଡି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri