ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ: ରକ୍ତସ୍ରାବ ପରେ ଜଣାପଡ଼ିଲା ସବୁକିଛି, କାଉଡିଆଙ୍କୁ ଉଠାଇନେଲା ପୋଲିସ

କୁଜଙ୍ଗ, ୨୮।୭(ମନୋଜ ପ୍ରଧାନ): କୁଜଙ୍ଗ ଥାନା ଅଞ୍ଚଳରୁ ପୁଣି ଏକ ଲୋମଟାଙ୍କୁରା ଘଟଣା ଅଞ୍ଚଳକୁ ଦୋହଲାଇଦେଇଛି। ନିକଟରେ ଏଠାରେ ଜଣେ ନାବାଳିକା ୭ ମାସର ଗର୍ଭବତୀ ହେବା ଘଟଣା ମନରୁ ନ ଲିଭୁଣୁ ଆଉ ଏକ ଲଜ୍ଜାଜନକ ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏଠାରେ ଜଣେ ନାବାଳିକା ନବମ ଶ୍ରେଣୀ ଛାତ୍ରୀ ୪ ମାସର ଗର୍ଭବତୀ ହୋଇ ମାତୃତ୍ୱ ଲାଭ କରିବା ଭଳି ଘଟଣା ଘଟିଛି।
ପ୍ରକାଶ ଯେ, କୁଜଙ୍ଗ ଥାନା ଅନ୍ତର୍ଗତ ଗଣ୍ଡକିପୁର ଅଞ୍ଚଳର ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କ ଯୌନାଙ୍ଗରୁ ଭୀଷଣ ରକ୍ତସ୍ରାବ ହୋଇଥିଲା । ସଙ୍ଗେ ସଙ୍ଗେ ପରିବାର ଲୋକେ କୁଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଚିକିତ୍ସା ନିମନ୍ତେ ନେଇଆସିଥିଲେ। ଡାକ୍ତରୀ ପରୀକ୍ଷା ପରେ ଛାତ୍ରୀ ଜଣକ ଗର୍ଭବତୀ ଥିବା ଜଣାପଡିଥିଲା। ସେଠାରୁ ସଙ୍ଗେ ସଙ୍ଗେ ଜଗତସିଂହପୁର ଜିଲା ଡାକ୍ତରଖାନାକୁ ପଠାଇଥିଲେ । ସେଠାରେ ନାବାଳିକା ଏକ ମୃତ ଅସମ୍ପୂର୍ଣ୍ଣ ଶିଶୁ ପୁତ୍ର ଜନ୍ମ ଦେଇଥିଲେ। ଘଟଣା ସମ୍ପର୍କରେ କୁଜଙ୍ଗ ପୋଲିସ ଖବର ପାଇ ନାବାଳିକା ସହିତ ଅନୈତିକ ସମ୍ପର୍କ ରଖିଥିବା ସନ୍ଦେହରେ ୨ ଜଣକୁ ଉଠାଇ ଆଣିଥିବା ଜଣାପଡ଼ିଛି ।
ବିଶେଷ ସୂତ୍ରରୁ ଜଣାପଡ଼ିଛି,ଏହି ନବମ ଶ୍ରେଣୀ ଛାତ୍ରୀଜଣକ ସହିତ ଦେଢ଼ ବର୍ଷ ପୂର୍ବେ ଉପର ଶ୍ରେଣୀରେ ପଢୁଥିବା ପଡୋଶୀ ଘର ଜଣେ ନାବାଳକ ସହିତ ଅନୈତିକ ସମ୍ପର୍କ ରଖିଥିବା ଅଭିଯୋଗରେ ଯୁଭେନାଇଲି ଏକ୍ଟରେ କେସ ହୋଇଥିଲା। ଏହି ଘଟଣାରେ ସମ୍ପୃକ୍ତ ନାବାଳକଙ୍କୁ ଅଟକ ରଖାଯାଇଥିଲା। ପରେ ଛାଡାଯାଇଥିଲା। ରବିବାର ରାତିରେ ପୂର୍ବ ଅଭିଯୁକ୍ତ ଜଣକ ମହାନଦୀର ଭଣ୍ଡୁଆ ତୁଠରୁ ପାଣି ଉଠାଇ ଏରସମା ପଞ୍ଚପଲ୍ଲିସ୍ଥିତ ଗ୍ରାମେଶ୍ୱରଙ୍କ ପୀଠରେ ପାଣି ଢାଳିବା ପାଇଁ କାଉଡ଼ିଆ ଦଳରେ ଯାଉଥିବାବେଳେ କୁଜଙ୍ଗ ପୋଲିସ ଏରସମା ଅଞ୍ଚଳରୁ ଉଠାଇ ଆଣିଥିଲା। ଫଳରେ ମାନସିକଧାରୀ ନାବାଳକଙ୍କ ପାଣି ଢାଳିବାର ସ୍ବପ୍ନ ଅଧାରେ ରହିଯାଇଛି। ଅନ୍ୟପଟେ କୁଜଙ୍ଗ ଥାନା ଅନ୍ତର୍ଗତ ଦୁଆଡିଆ ବାଲି ସାହି ଅଞ୍ଚଳର ପିଣ୍ଟୁ ବେହେରାଙ୍କୁ ମଧ୍ୟ ଉଠାଇ ଆଣି ଥାନାରେ ଅଟକ ରଖିଥିବା ଜଣାପଡ଼ିଛି। ଉକ୍ତ ଘଟଣାର
ଉକ୍ତ ଘଟଣାରେ ଆହୁରି ଅନେକ ବ୍ୟକ୍ତି ସଂପୃକ୍ତ ଥିବା ସନ୍ଦେହ କରାଯାଉଥିବା ବେଳେ ପୋଲିସ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀର CNG ପମ୍ପରେ ବଡ଼ ଧରଣର ବିସ୍ଫୋରଣ, ୩ମୃତ

ନୂଆଦିଲ୍ଲୀ,୧୯।୮: ରାଜଧାନୀ ଦିଲ୍ଲୀର ଟିକରୀ କଲାଁ ଅଞ୍ଚଳରେ ଥିବା ଏକ CNG ପମ୍ପରେ ଭୟଙ୍କର ବିସ୍ଫୋରଣ ହୋଇଛି । ଗ୍ୟାସ୍‌ ରିଫିଲିଂ ସମୟରେ ଏହି ଅଘଟଣ ହୋଇଥିବା…

କାଉନସିଲ୍‌ ନିର୍ବାଚନରେ ଜିତିଲେ ମମତା ବାର୍ନାଜୀ; ଭାଜପାକୁ କଲେ ଚିତ୍‌ପଟାଙ୍ଗ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୧୯।୮: ପ୍ରଥମେ ବିଧାନସଭା ନିର୍ବାଚନରେ ​​ପରାଜୟ, ପରେ ବିଧାୟକମାନଙ୍କ ବିଦ୍ରୋହ ଏବଂ ଶେଷରେ କିଛି ସାଂସଦ ମଧ୍ୟ ସାଥ୍ ଛାଡ଼ିବା ଏସବୁ ପରିସ୍ଥିତିର ସାମ୍ନା କରିଛି ମମତା…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

ତୁମୁଡିବନ୍ଧ BJDରେ ନୂଆ ନେତୃତ୍ୱ: ମଙ୍ଗ ଧରିଲେ କୁନା ଦଣ୍ଡସେନା ଓ ଯୋହନ ବାରିକ

ତୁମୁଡିବନ୍ଧ,୧୯ା୮(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବିଜୁ ଜନତା ଦଳର ବ୍ଲକ ସ୍ତରୀୟ ଏକ ବୈଠକ ବୁଧବାର ପୂର୍ବାହ୍ନ ୧୦ଘଣ୍ଟା ସମୟରେ ମୁଣ୍ଡିଗଡ଼ ସେବା…

ଶ୍ରାବଣ ଶେଷ ସୋମବାରରେ ୩ଟି ଶୁଭ ଯୋଗ, ଏହି ରାଶିର ବ୍ୟକ୍ତିମାନଙ୍କୁ ମିଳିବ ପ୍ରଚୁର ଧନ-ସମ୍ପତ୍ତି

ଶ୍ରାବଣ ମାସର ଶେଷ ସୋମବାର ବ୍ରତ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ମନେକରାଯାଏ। ଏହି ଦିନ ଭଗବାନ ଶିବଙ୍କର ବିଶେଷ ପୂଜାର୍ଚ୍ଚନା କରାଯାଏ। ଚଳିତ ଶ୍ରାବଣର…

ବାରମ୍ବାର ପୋଷ୍ଟ ଅଫିସ୍ ଯିବା ଦରକାର ନାହିଁ! ୨ ମିନିଟ୍‌ରେ ଜମା ହେବ ସୁକନ୍ୟା ଟଙ୍କା, ଜାଣନ୍ତୁ ପ୍ରୋସେସ୍…

ନୂଆଦିଲ୍ଲୀ,୧୯।୮: ଯଦି ଆପଣ ଆପଣଙ୍କ ଝିଅର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ସୁକନ୍ୟା ସମୃଦ୍ଧି ଯୋଜନା (SSY) ଅଧୀନରେ ଏକ ଆକାଉଣ୍ଟ ଖୋଲିଛନ୍ତି, ତେବେ ଆପଣଙ୍କୁ ଆଉ…

ଭାରତକୁ ପୁଣି ସାହାଯ୍ୟ ମାଗିଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୧୯।୮: ଗତ କିଛି ମାସ ଧରି ବାଂଲାଦେଶ ଏବଂ ଭାରତ ମଧ୍ୟରେ ଦେଖାଦେଇଥିବା ଉତ୍ତେଜନା ପ୍ରାରମ୍ଭରେ ତାରିକ ରହମାନ ସରକାରଙ୍କୁ ପଛକୁ ପକାଇ ଦେଇଥିଲା। ତଥାପି, ବାଂଲାଦେଶ…

ଗିରଫ ହେବେ ଟିଏମପି ଏମପି ମହୁଆ ମୋଇତ୍ରା? ହେଟ ସ୍ପିଚ ମାମଲାରେ…

ନୂଆଦିଲ୍ଲୀ,୧୯।୮: ପଶ୍ଚିମବଙ୍ଗର ରାଜନୈତିକ ଦୃଶ୍ୟପଟରୁ ଏକ ପ୍ରମୁଖ ଖବର ସାମ୍ନାକୁ ଆସିଛି। ନାଦିଆ ଜିଲାର ଏକ କୋର୍ଟ ହେଟ୍‌ ସ୍ପିଚ ମାମଲା ସମ୍ପର୍କରେ ଜାରି କରିଥିବା ସମନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri