ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ପୋଷାକ ଭତ୍ତା ମିଳୁନାହିଁ , ଅବସର ବୟସକୁ ନେଇ ରଖିଲେ ଦାବି

ଭଞ୍ଜନଗର,୧୯।୧(ବାବୁଲା ପ୍ରଧାନ)-ନିଖିଳ ଉତ୍କଳ ଚତୁର୍ଥ ଶ୍ରେଣୀ ସରକାରୀ କର୍ମଚାରୀ ସଙ୍ଘର ବାର୍ଷିକ ଉତ୍ସବ ରବିବାର ସ୍ଥାନୀୟ ବନ ବିହାର ପରିସରରେ ଅନୁଷ୍ଟିତ ହୋଇଯାଇଛି। ବୈଠକରେ ସଙ୍ଘର ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା ହୋଇଥିଲା। ବିଶେଷ କରି ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଅବସର ବୟସ ୬୨ କରିବା ପାଇଁ ଦାବି କରିଥିଲେ। ଏଥିସହ ଭଞ୍ଜନଗର ସହରର ଅନେକ କାର୍ଯ୍ୟାଳୟରେ ଚତୁର୍ଥ ଶ୍ରେଣୀ କର୍ମଚାରୀମାନଙ୍କୁ ପୋଷାକ ଭତ୍ତା ମିଳୁଥିବା ବେଳେ ଆଉ କିଛି କାର୍ଯ୍ୟାଳୟରେ ପୋଷାକ ଭତ୍ତା ମିଳୁନାହିଁ। ଏନେଇ ଆବଶ୍ୟକ ଚିଠି ଦେଖାଇଲେ ମଧ୍ୟ ଉକ୍ତ କାର୍ଯ୍ୟାଳୟର ଅଧିକାରୀମାନେ ପୋଷାକ ଭତ୍ତା ଦେଉନାହାନ୍ତି। ଯାହାକୁ ନେଇ ବୈଠକରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଏନେଇ ଆବଶ୍ୟକ ପଦକ୍ଷେପ ନେବାକୁ ସଙ୍ଘର ସଭାପତି କାହ୍ନୁ ଚରଣ ଦିଗାଲ ନିବେଦନ କରିଛନ୍ତି। ଏଥିସହ ସଂଘର ସ୍ଥାୟୀ ଗୃହ ନିର୍ମାଣ ସମେତ ପ୍ରମୁଖ ବିଷୟରେ ବୈଠକରେ ଆଲୋଚନା ହୋଇଥିଲା। ସଭାପତି ଦିଗାଲ ବୈଠକରେ
ଅଧ୍ୟକ୍ଷତା କରିଥିଲେ । ସାଧାରଣ ସମ୍ପାଦକ ରଞ୍ଜନ ପାତ୍ର, ଉପ ସଭାପତି ରବିନ୍ଦ୍ର କୁମାର ପରିଡ଼ା, କୋଷାଧକ୍ଷ ବିଜୟ କୁମାର ସ୍ବାଇଁ, ସଂଗଠନ ସଂପାଦକ ବିଜୟ ଶତପଥି, ଉପଦେଷ୍ଟା ବିଜୟ ଗୌଡ, ବିପ୍ର ଚରଣ ଗୌଡ, ଦିଲ୍ଲୀପ ପଟ୍ଟନାୟକ ପ୍ରମୁଖ ଆଲୋଚନାରେ ଭାଗ ନେଇଥିଲେ। ସୂଚନାଯୋଗ୍ୟ ଯେ ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ, କ୍ଷୁଦ୍ର ଜଳସେଚନ, ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତରାଜ ସମେତ ଆଉ କିଛି ବିଭାଗରେ ମଧ୍ୟ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ପୋଷାକ ଭତ୍ତା ମିଳୁ ନ ଥିବା ବୈଠକରେ ଆଲୋଚନା ହୋଇଥିଲା।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri