ଟ୍ୟୁଶନରୁ ଫେରିବାବେଳେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର: ୪ ବର୍ଷ ପରେ ରାୟ

ବ୍ରହ୍ମପୁର,୮ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ ପୋକ୍‌ସୋ ଜଜ୍‌ ଗଣେଶ୍ୱର ପତି ଶନିବାର ଜଣେ ନାବାଳିକା ଛତ୍ରୀ ଅପହରଣ ଓ ବଳାତ୍କାର ମାମଲାର ଦୋଷୀଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି । ସେ ହେଲେ କବିସୂର୍ଯ୍ୟନଗର ଅଞ୍ଚଳର ବିଭୀଷଣ ଗୌଡ(୫୪)। ଜେଲ ସହ ତାଙ୍କୁ ୯୫ ହଜାର ଟଙ୍କା ଜରିମାନା କରିଛନ୍ତି। ଏହା ଅନାଦାୟ ଅଧିକ ୭ ମାସ ସଶ୍ରମ ଜେଲ ଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି । ସେହିପରି ପୀଡିତା ନାବାଳିକାଙ୍କୁ ୫ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଦେବାକୁ ଜିଲା ଆଇନ ସେବା ପ୍ରାଧିକରଣ ସଚିବଙ୍କୁ ଜଜ୍‌ ନିର୍ଦ୍ଦେଶ ଦେଇଛନ୍ତି।

୨୦୨୦ ସେପ୍ଟେମ୍ବର ୨୪ ତାରିଖରେ ୭ମ ଶ୍ରେଣୀର ନାବାଳିକା ଛାତ୍ରୀ ଜଣକ ଟ୍ୟୁଶନ ଯାଉଥିବା ବେଳେ ବିଭୀଷଣ ତାଙ୍କୁ ଅପହରଣ କରି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ନିକଟ ବୁଦା ମୂଳକୁ ନେଇ ବଳାତ୍କାର କରିଥିଲେ। କାହାକୁ କହିଲେ ଜୀବନରେ ମାରି ଦେବାକୁ ଧମକ ଦେଇଥିଲେ। ଘଟଣାର ୨ଦିନ ପରେ ପୁଣି ୨୬ ତାରିଖରେ ବିଭୀଷଣ ପୁଣି ତାଙ୍କୁ ରାସ୍ତାରୁ ଉଠାଇ ନେଇ ସେହି ସ୍ଥାନରେ ବଳାତ୍କାର କରିଥିଲେ। ନାବଳିକା ଜଣକ କାନ୍ଦି କାନ୍ଦି ଘରକୁ ଫେରିଥିଲେ। ପରିବାର ଲୋକେ ତାଙ୍କୁ ପଚରାଉଚରା କରିବାରୁ ସବୁ କଥା ଜଣାପଡିଥିଲା। ଏ ନେଇ କବିସୂର୍ଯ୍ୟନଗର ଥାନାରେ ଅଭିଯୋଗ ପରେ ପୋଲିସ ନଂ. ୨୬୯/୨୦ରେ ଏକ ମାମଲା ରୁଜୁ କରିଥିଲା। ଅଭିଯୁକ୍ତ ବିଭୀଷଣଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଥିଲା। ୧୧ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ପ୍ରମାଣ ମିଳିଥିବାରୁ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ମୋହନ ସିଙ୍ଗାରୀ ମକଦ୍ଦମା ପରିଚାଳନା କରୁଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବିଶ୍ୱପ୍ରସିଦ୍ଧ ମାଘମେଳା: ସନ୍ଧ୍ୟା ୫ଟାରେ ଜଳିବ ଝାଡ଼ଦୀପ

ଢେଙ୍କାନାଳ,୩୧ା୧(ରତନ ନାୟାର):ବିଶ୍ୱପ୍ରସିଦ୍ଧ ମହିମା ଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ପ୍ରସିଦ୍ଧ ମାଘମେଳା ଶନିବାରଠାରୁ ଆରମ୍ଭ ହେଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ସନ୍ଧ୍ୟା…

ଅନ୍ତର୍ଜାତୀୟ କ୍ରୀଡ଼ାବିତ୍‌ ଭି. ରମେଶଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ, ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୩୧।୧(ଦିଲ୍ଲୀପ ସାମଲ): ଭିନ୍ନକ୍ଷମ ହେଲେବି ସେ ସକ୍ଷମ । କ୍ରୀଡା କ୍ଷେତ୍ରରେ ବେଶ ସଫଳତା ହାସଲ କରି ଦେଶ ବିଦେଶରେ ସୁନାମ ଅର୍ଜନ କରିଥିବା ଅନ୍ତର୍ଜାତୀୟ…

ପାନୀୟ ପ୍ରକଳ୍ପ ଗ୍ୟାଲେରି ସୀମାରୁ ବାଲି ଉଠାଣ ନେଇ ଅସନ୍ତୋଷ: ୩ ଶହ ବଦଳରେ ୬ ଶହ ଟଙ୍କା ରୟାଲ୍‌ଟି

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲସ୍ଥିତ ସୁକତେଲ ନଦୀ ବାଲିଘାଟ ନେଇଥିବା ଲିଜଧାରୀଙ୍କ ମନମାନୀ ଦେଖିବାକୁ ମିଳିଛି। ଗତ ବୁଧବାର ଠାରୁ ହଠାତ୍‌ ବାଲିଉଠାଣ…

ଧୂଳିରେ ରୁନ୍ଧି ହେଉଛି ସହର

ସହରୀ ସଭ୍ୟତାର ଅଭିବୃଦ୍ଧି ସହ ତାଳ ଦେଇ ବଢ଼ୁଛି ବାୟୁ ପ୍ରଦୂଷଣ। ବହୁ ସଂଖ୍ୟାରେ ଦୁଇଚକିଆ ଓ ଚାରିଚକିଆ ଯାନ ଚଳାଚଳ ଏହାର ପ୍ରମୁଖ କାରଣ ।…

ବିକାଶ: ସ୍ବପ୍ନ ଓ ବାସ୍ତବତା

ଖବରକାଗଜ ବା ଟିଭି ଚାନେଲ ଖୋଲିଲେ ବିକଶିତ ଭାରତ କଥା ଶୁଣିବାକୁ ବା ପଢ଼ିବାକୁ ମିଳେ, କିନ୍ତୁ ସେହି ବିକଶିତ ଭାରତର ସ୍ବରୂପ କ’ଣ ହେବ, କାହାର…

ତିନି ଘଣ୍ଟାର ଗସ୍ତ

ନୂଆଦିଲ୍ଲୀରେ ମଧ୍ୟାହ୍ନ ଭୋଜନ ସମୟରେ ଏକ ବିଜ୍‌ନେସ ସମ୍ପର୍କିତ ଆଲୋଚନା ପାଇଁ ତିନି ଘଣ୍ଟା ଯଥେଷ୍ଟ ସମୟ। ତେବେ ଗତ ସପ୍ତାହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିମନ୍ତ୍ରଣରେ…

ଯାତ୍ରା ଦେଖି ଫେରୁଥିବାବେଳେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ୱର,୩୧।୧: ରାଜଧାନୀରେ ବୁଲିଲା ଖଣ୍ଡା। ରକ୍ତରେ ଭିଜିଲା ଏମ୍ସ ରୋଡ। ବଡ଼ି ଭୋର୍‌ରୁ ଯାତ୍ରା ଦେଖି ଫେରୁଥିବାବେଳେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ପୂର୍ବ ଶତ୍ରୁତାକୁ…

ଟ୍ରମ୍ପ୍‌ଙ୍କ ଆପ୍ରବାସନ ନୀତି ବିରୋଧରେ ଦେଶବ୍ୟାପୀ ଧର୍ମଘଟ

ଓ୍ବାଶିଂଟନ,୩୧ା୧: ମିନିଆପଲିସ୍‌ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଆପ୍ରବାସନ ଚଢ଼ାଉ ବିରୋଧରେ ଦେଶବ୍ୟାପୀ ଧର୍ମଘଟ କରିବାକୁ ବିକ୍ଷୋଭକାରୀ ଆହ୍ବାନ ଦେଇଥିଲେ। ତଦନୁଯାୟୀ ଶୁକ୍ରବାରଠାରୁ ବିଭିନ୍ନ ଅଞ୍ଚଳରେ କାର୍ଯ୍ୟାଳୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri