ଆଜି ଖୋଲିବ ପ୍ରଥମରୁ ସପ୍ତମ ଶ୍ରେଣୀ: ୨୮ରୁ ସ୍କୁଲ ଯିବେ ପିଲା

ଭୁବନେଶ୍ୱର, ୧୪।୨(ବ୍ୟୁରୋ): ସାରା ରାଜ୍ୟରେ ସୋମବାରଠାରୁ ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବ। ହେଲେ ଏବେ ଛାତ୍ରୀଛାତ୍ରମାନେ ସ୍କୁଲ ଯିବେ ନାହିଁ। କେବଳ ଶିକ୍ଷକ ଓ କର୍ମଚାରୀ ସ୍କୁଲକୁ ଯାଇ ଶ୍ରେଣୀକକ୍ଷ, ପରିସର ସଫେଇ ସହ ଅନ୍ୟାନ୍ୟ କାର୍ଯ୍ୟ ତଦାରଖ କରିବେ। ତେବେ ଆସନ୍ତା ୨୮ ତାରିଖରୁ ପିଲାମାନେ ସ୍କୁଲ୍‌ ଯାଇ ଶ୍ରେଣୀ ଗୃହରେ ବସି ପାଠପଢ଼ିବେ।
କରୋନା ଯୋଗୁ ଦୀର୍ଘ ଦୁଇବର୍ଷ ହେବ ପ୍ରାଥମିକ ପିଲାମାନେ ସ୍କୁଲ ମାଟି ମାଡ଼ି ନାହାନ୍ତି। ଜାନୁୟାରୀ ୩ରୁ ସେମାନଙ୍କ ପାଇଁ ସ୍କୁଲ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଥିଲେ। କିନ୍ତୁ କରୋନାର ତୃତୀୟ ଲହର ପ୍ରଭାବ ଯୋଗୁ ନିଷ୍ପତ୍ତିକୁ ସ୍ଥଗିତ ରଖାଯାଇଥିଲା। ଏଥିସହ ଏହା ପୂର୍ବରୁ ଚାଲିଥିବା ବାକି ସବୁ ଶ୍ରେଣୀ ପାଠପଢ଼ାକୁ ବି ବନ୍ଦ କରି ଦିଆଯାଇଥିଲା। ତେବେ ତୃତୀୟ ଲହର ପ୍ରଭାବ କମିବା ପରେ ସରକାର ଶିକ୍ଷାନୁଷ୍ଠାନ ଖୋଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ଏହି କ୍ରମରେ ଗତ ୭ ତାରିଖରୁ ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବା ସହିତ କଲେଜ ଓ ବିଶ୍ୱବିଦ୍ୟାଳୟ ମଧ୍ୟ ଖୋଲିସାରିଛି। ସେହିଭଳି ୧୪ ତାରିଖରୁ ପ୍ରଥମରୁ ସପ୍ତମ ଶ୍ରେଣୀ ଖୋଲିବ ବୋଲି ମଧ୍ୟ ଘୋଷଣା ହୋଇଥିଲା। କିନ୍ତୁ ଦୀର୍ଘଦିନ ଧରି ସ୍କୁଲଗୁଡ଼ିକ ବନ୍ଦ ଥିବାରୁ ଏହାକୁ ସଫାସୁତୁରା କରିବା ପାଇଁ ସମୟ ଦରକାର। ସ୍କୁଲ ପରିସର ସ୍ବଚ୍ଛ ଓ ମରାମତି ପାଇଁ ଜିଲାପାଳମାନେ ସମୟ ମାଗିଛନ୍ତି। ଏଥିସହିତ ଭୋଟ୍‌ ପାଇଁ ଶିକ୍ଷକ ଓ ସ୍କୁଲ କର୍ମଚାରୀଙ୍କ ନିର୍ବାଚନ ଡ୍ୟୁଟି ପଡ଼ିଛି। ସେମାନେ ପ୍ରଶିକ୍ଷଣ ନେବା ପାଇଁ ଯିବେ। ଅଧିକାଂଶ ସ୍କୁଲ୍‌ରେ ମଧ୍ୟ ବୁଥ୍‌ ହେବାକୁ ଯାଉଛି। ତେଣୁ ପିଲାଙ୍କ ଅଫ୍‌ଲାଇନ୍‌ କ୍ଲାସ୍‌ ଘୁଞ୍ଚାଇବାକୁ ଜିଲାପାଳମାନେ ଅନୁରୋଧ କରିଥିଲେ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ଶ୍ରେଣୀଗୃହ ପାଠପଢ଼ା ୨୮ରୁ ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ଅନ୍‌ଲାଇନ୍‌ କ୍ଲାସ୍‌ ଜାରି ରହିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri