ଅସ୍ବାସ୍ଥ୍ୟକର ପରିବେଶ ମଧ୍ୟରେ ଚାଲିଛି ପାଠପଢ଼ା, ନାହିଁ ନଥିବା ଅସୁବିଧା ଭୋଗୁଛନ୍ତି ଛାତ୍ରୀଛାତ୍ର

ରିଷିଡା,୩୧।୧୦(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟ ଅନାବନା ଗଛ ଘାସ ଘେରରେ ରହିଛି। ଏହି ସମସ୍ୟା ପ୍ରତିବର୍ଷ ଦେଖାଦେଉଥିଲେ ମଧ୍ୟ ଏହାର ସମାଧାନ ହୋଇପାରିନାହିଁ। ଫଳରେ ଅସୁରକ୍ଷିତ ତଥା ଅସ୍ବାସ୍ଥ୍ୟକର ପରିବେଶ ମଧ୍ୟରେ ଚାଲିଛି ପାଠପଢ଼ା। ଏହି ସ୍କୁଲରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୯୧ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରନ୍ତି। ସ୍କୁଲ ପରିସରେ ଗ୍ରାମରେ ସାମାନ୍ୟ ବର୍ଷା ହେଲେ ବସ୍ତିଠାରୁ ଆସିଥିବା ଡ୍ରେନ ପାଣି ସମେତ ଓ ନିକଟସ୍ଥ କ୍ଷେତର ପାଣି ସ୍କୁଲ ସମ୍ମୁଖରେ ଜମି ରହୁଛି। ମାସ ମାସ ଧରି ଦୂଷିତ ପାଣି ଜମି ରହିବା ଯୋଗୁ ଦୁର୍ଗନ୍ଧ ସହ ମଶାମାଛିଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି । ଅନ୍ୟପଟେ ଛାତ୍ରୀଛାତ୍ରଙ୍କ ପାଇଁ ପାଇଖାନା ବ୍ୟବସ୍ଥା ରହିଥିଲେ ହେଁ ଅନାବନା ଗଛ ଘାସ ଯୋଗୁ ବ୍ୟବହାର ହୋଇପାରୁନାହିଁ। ଫଳରେ ସ୍କୁଲ ଛାତ୍ରଛାତ୍ରୀ ସ୍କୁଲ ସାମ୍ନା ଖେଳପଡିଆ ଘାସ ଲୁଟା ବୁଦା ଗଛ ଅନାବନା ହୋଇଥିବା ବେଳେ ସାପ ଭୟରେ ମଧ୍ୟ ଖେଳିବାକୁ ଭୟ କରୁଛନ୍ତି। ପରେ ଛାତ୍ରଛାତ୍ରୀ ପଢିବାକୁ ଆସୁଥିବା ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ନେଇ ସ୍କୁଲର କମିଟି ସଦସ୍ୟ ଏବଂ ରମେଶ ସାହୁ, ତ୍ରିନାଥ ସୁନା ,ସୁଭାଷ ଭୋଇ, ପ୍ରେମାନନ୍ଦ ମାଝୀ, ହରେ କୃଷ୍ଣ ଭୋଇ, ସ୍କୁଲ ପ୍ରଧାନ ଶିକ୍ଷକ ବୁଟା ସିଂ ଭୋଇ ସମେତ ପ୍ରମୁଖ ଗ୍ରାମବାସୀଙ୍କୁ ପଚାରିବାରୁ ଗତ ବର୍ଷଠାରୁ ଏହି ସମସ୍ୟା ସମ୍ପର୍କରେ ଗ୍ରାମର ଗ୍ରାମ୍ୟ ଉନ୍ନୟନ ସମିତି, ସରପଞ୍ଚ, ବ୍ଲକ ଅଧ୍ୟକ୍ଷା, ବିଡିଓଙ୍କୁ ଜଣେଇଥିବା ସତ୍ତ୍ୱେ କୌଣସି ସମାଧାନ ହୋଇ ପାରି ନ ଥିବା କହିଛନ୍ତି। ସ୍ଥାନୀୟ ସରପଞ୍ଚ ଶ୍ରୀମତୀ କୈଶଲ୍ୟା ରଣାଙ୍କୁ ପଚରାଯିବାରୁ ସମାଧାନ ପାଇଁ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ବୁଧ-ଗୁରୁଙ୍କ ଯୁତିରେ ୪ ରାଶିଙ୍କ ଫିଟିବ ଭାଗ୍ୟ, ଟଙ୍କାରେ ଭରିଯିବ ସିନ୍ଦୁକ, ଚାକିରିରେ ବଡ଼ ପଦବୀ…

ବୈଦିକ ଜ୍ୟୋତିଷରେ ବୁଧ ଏବଂ ବୃହସ୍ପତି (ଗୁରୁ) ଉଭୟ ଅତ୍ୟନ୍ତ ଶୁଭ ଗ୍ରହ, କାରଣ ଶୁକ୍ରଙ୍କ ତୁଳନାରେ ଏମାନଙ୍କ ମଧ୍ୟରେ ଦେବତ୍ୱ ରହିଛି। ଯେତେବେଳେ ବୁଧ-ଗୁରୁଙ୍କ ଯୁତି,…

ବିଫଳତାର ସ୍ମାରକୀ

ଚଳିତ ମାସରୁ ୱାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ୍‌ ଏକ ତୋରଣାକୃତି ବିଜୟ ସ୍ମାରକୀ କାମ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ୟାରିସ୍‌ର ‘ଆର୍କ ଡି ଟ୍ରାୟୋମ୍ଫ’ ଢାଞ୍ଚାରେ ଏହାକୁ…

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?