ପାଣିଘେରରେ ତେରେସିଂହା ବସ୍ତି ସ୍କୁଲ

କର୍ଲାମୁଣ୍ଡା,୧ା୮(ପ୍ରଦୀପ କୁମାର ସାହୁ/ସୁଶାନ୍ତ ମଲ୍ଲିକ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ର ତେରେସିଂହା ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟ ପଣିଘେରରେ ରହିଛି। ଏହି ସମସ୍ୟା ପ୍ରତିବର୍ଷ ଦେଖାଦେଉଥିଲେ ମଧ୍ୟ ଏହାର ସମାଧାନ ହୋଇପାରିନାହିଁ। ଫଳରେ ଅସୁରକ୍ଷିତ ତଥା ଅସ୍ବାସ୍ଥ୍ୟକର ପରିବେଶ ମଧ୍ୟରେ ଚାଲିଛି ପାଠପଢ଼ା। ଏହି ସ୍କୁଲରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୧୦୮ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରନ୍ତି I ସ୍କୁଲ ପରିସରରେ ଏକ ଅଙ୍ଗନଓ୍ବାଡ଼ି କେନ୍ଦ୍ର ମଧ୍ୟ ରହିଛି I ଗ୍ରାମରେ ସାମାନ୍ୟ ବର୍ଷା ହେଲେ ଗାଁ ବସ୍ତିଠାରୁ ଆସିଥିବା ଡ୍ରେନ୍‌ ପାଣି ସମେତ ପୋଖରୀ ଓ ନିକଟସ୍ଥ କ୍ଷେତର ପାଣି ସ୍କୁଲ ସମ୍ମୁଖରେ ଜମି ରହୁଛି। ମାସ ମାସ ଧରି ଦୂଷିତ ପାଣି ଜମି ରହିବା ଯୋଗୁ ଦୁର୍ଗନ୍ଧ ସହ ମଶାମାଛିଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି I ଅନ୍ୟପଟେ ଛାତ୍ରୀଛାତ୍ରଙ୍କ ପାଇଁ ପାଇଖାନା ବ୍ୟବସ୍ଥା ରହିଥିଲେ ହେଁ ଜଳମଗ୍ନ ଯୋଗୁ ବ୍ୟବହାର ହୋଇ ପାରୁ ନାହିଁ। ଫଳରେ ସ୍କୁଲ ଛାତ୍ରୀଛାତ୍ର ଓ ଅଙ୍ଗନଓ୍ବାଡି କେନ୍ଦ୍ରକୁ ଆସୁଥିବା ଶିଶୁ ସମେତ ଗର୍ବବତୀ ମହିଳା ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ନେଇ ସ୍କୁଲର ପ୍ରଧାନ ଶିକ୍ଷକ ବିଭୂତି ଭୂଷଣ ସେଠଙ୍କୁ ପଚାରିବାରୁ ଗତ ବର୍ଷଠାରୁ ଏହି ସମସ୍ୟା ସମ୍ପର୍କରେ ଗ୍ରାମର ଗ୍ରାମ୍ୟ ଉନ୍ନୟନ ସମିତି, ସରପଞ୍ଚ, ବ୍ଲକ ଅଧ୍ୟକ୍ଷା, ବିଡ଼ିଓଙ୍କୁ ଜଣେଇଥିବା ସତ୍ତ୍ୱେ କୌଣସି ସମାଧାନ ହୋଇ ପାରି ନ ଥିବା କହିଛନ୍ତି।ସ୍ଥାନୀୟ ସରପଞ୍ଚ ପ୍ରମୋଦ କୁମାର ସୁନାଙ୍କୁ ପଚରାଯିବାରୁ ସମାଧାନ ପାଇଁ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ଶୌଚ ପାଇଁ ପୋଖରୀକୁ ଯାଇ ବୁଡ଼ି ଯାଇଥିଲେ, ପାଣିରେ ଭାସିବା ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଗ୍ରାମର ବଡ଼ବନ୍ଧ ପୋଖରୀରେ ବୁଡ଼ି ଜଣେ…

ବିକାଶ ଧାରା ଓଡ଼ିଶା କାର୍ଯ୍ୟକ୍ରମ: ସମ୍ମାନୀତ ହେଲେ କଳାକାର, ସମାଜସେବୀ

ରିଷିଡା,୧୮।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଓ ଜିଲାର ବିଭିନ୍ନ ଅଞ୍ଚଳରେ ବିକାଶର ବାର୍ତ୍ତା ପହଞ୍ଚାଇବା ସହ ସରକାରଙ୍କ ସଫଳତା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri