ଏପ୍ରିଲରୁ ରବିବାର କ୍ଲାସ ବନ୍ଦ

ଭୁବନେଶ୍ୱର, ୧୦।୩(ବ୍ୟୁରୋ): ଆସନ୍ତା ଏପ୍ରିଲରୁ ସ୍କୁଲରେ ଆଉ ରବିବାର ପାଠପଢ଼ା ହେବ ନାହିଁ। ଏ ନେଇ ବୁଧବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି।
ମନ୍ତ୍ରୀ ଦାସ କହିଛନ୍ତି ଯେ, ଏପ୍ରଲରୁ ରିଭିଜନ କ୍ଲାସ ଚାଲିବ। ତେଣୁ ରବିବାର ଆଉ ପାଠପଢ଼ା ହେବ ନାହିଁ। ପାଠପଢ଼ା ଶେଷ ହୋଇ ଆସିଲାଣି। ତେଣୁ ଆଉ ନିତିଦିନ ପାଠପଢ଼ାର ଆବଶ୍ୟକତା ନାହିଁ। ପିଲାଙ୍କ ସଂଖ୍ୟା ମଧ୍ୟ ଧିରେ ଧିରେ କମିବାକୁ ଲାଗିଲାଣି। ପିଲାମାନେ ଏବେ ସେଲ୍ଫ ଷ୍ଟଡି ଉପରେ ଗୁରୁତ୍ୱାରୋପ କରୁଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି।
ପ୍ରକାଶ ଯେ, କରୋନା ଯୋଗୁ ଚଳିତ ଶିକ୍ଷାବର୍ଷରେ ପାଠପଢ଼ା ହୋଇପାରି ନଥିଲା । ତେବେ କଟକଣା ହଟିବା ପରେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କର ପାଠ ପଢ଼ା ଜୋର ଧରିଥିଲା । ଏପରିକି ରବିବାର ବି କ୍ଲାସ କରାଯାଉଥିଲା । ଅତି କମ୍‌ରେ ପିଲାଙ୍କୁ ଶହେଦିନ ପାଠ ପଢ଼ାଇବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri