ପିଣ୍ଡାରେ ଚାଲିଛି ପାଠପଢ଼ା

ଚମ୍ପୁଆ, ୨୯।୫(ଡି.ଏନ.ଏ.): ୫-ଟି’ ବ୍ୟବସ୍ଥାରେ ବଦଳୁଛି ସ୍କୁଲର ରୂପରେଖ। ଚିକିମିକିଆ ସ୍ମାର୍ଟ କ୍ଲାସ୍‌ ରୁମ୍‌ର ଚିନ୍ତାମୁକ୍ତ ବାତାବରଣରେ ପାଠ ପଢୁଛନ୍ତି ପିଲା। ଏହାକୁ ନେଇ ରାଜ୍ୟ ସରକାର ସାଉଁଟୁଛନ୍ତି ପ୍ରଶଂସା। ଶିକ୍ଷା ଭିତ୍ତିଭୂମିର ଏଭଳି ପରିବର୍ତ୍ତନକୁ ସ୍ବାଗତ କରୁଛନ୍ତି ବୁଦ୍ଧିଜୀବୀ। କିନ୍ତୁ କେନ୍ଦୁଝର ଜିଲା ଚମ୍ପୁଆ ଏନଏସି ଅନ୍ତର୍ଗତ ୧ନଂ ୱାର୍ଡରେ ଥିବା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୋଧୂଳିରେ ଦେଖିବାକୁ ମିଳିଛି ଏହାର ବିପରୀତ ଚିତ୍ର। ପିଲାମାନେ ବସି ପାଠ ପଢ଼ିବାକୁ ଶ୍ରେଣୀ ଗୃହ ଖଣ୍ଡେ ନାହିଁ। ସେଥିପାଇଁ ପିଣ୍ଡାରେ ବସି ପାଠ ପଢୁଛନ୍ତି।
ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଗଢିବାରେ ମାଧ୍ୟମ ସାଜିଥିବା ବିଦ୍ୟାଳୟର ଅବସ୍ଥା ଶୋଚନୀୟ ହେବାରେ ଲାଗିଛି। ଏ ନେଇ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ରଞ୍ଜିତ ପ୍ରଧାନଙ୍କୁ ପଚାରିବାରୁ କହିଛନ୍ତି, ଯେ ଶ୍ରେଣୀଗୃହ ଅଭାବ ସମସ୍ୟା ଦୀର୍ଘଦିନ ଧରି ଲାଗି ରହିଛି। ବିଭାଗକୁ ଆମେ ଏ ସମ୍ବନ୍ଧରେ ସୂଚନା ଦେଇଛୁ ମାତ୍ର ବର୍ତ୍ତମାନ ସୁଦ୍ଧା ସମସ୍ୟାର ସମାଧାନ ହୋଇପାରି ନାହିଁ। ଫଳରେ ବାଧ୍ୟ ହୋଇ ଛାତ୍ରୀଛାତ୍ରଙ୍କୁ ପିଣ୍ଡାରେ ବସାଇ ପଢାଇବାକୁ ପଡୁଛି। ସୂଚନା ଅନୁସାରେ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ପରିଗଣିତ ଏହି ବିଦ୍ୟାଳୟରେ ୧୫୩ ଛାତ୍ରଛାତ୍ରୀ ଅଧ୍ୟୟନ କରୁଛନ୍ତି। ପ୍ରଥମେ ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ପିଣ୍ଡାରେ ବସାଇ ପଢା ଯାଉଥିବା ବେଳେ ବର୍ତ୍ତମାନ କେବଳ ତୃତୀୟ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ପିଣ୍ଡାରେ ବସାଇ ପାଠ ପଢାଯାଉଛି। ଗୋଟିଏ ଶ୍ରେଣୀଗୃହରେ ଏକରୁ ଅଧିକ ଶ୍ରେଣୀ ବସାଇ ପଢାଇବା ଅସମ୍ଭବ ହୋଇ ପଡ଼ୁଛି। ଏଥିପ୍ରତି ବିଭାଗ ଦୃଷ୍ଟି ଦେଇ ଏହାର ପ୍ରତିକାର ବ୍ୟବସ୍ଥା କରିବାକୁ ସ୍ଥାନୀୟ ବାସୀନ୍ଦା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର ଉପରେ ପଡ଼ିଲା ଗଛ: ଆଉ ତା’ପରେ ଘଟିଲା…

ପାଟଣା,୨୮।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମର କ୍ଷେତ୍ରବାସୀ ବାରିକଙ୍କ ଘର ବାହାରେ ଥିବା ଏକ କୋଳି ଗଛ କାର…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ପେନ୍‌ସନ୍‌ଭୋଗୀଙ୍କ ମୌଳିକ ଅଧିକାରକୁ କ୍ଷୁଣ୍ଣ କରୁଛି ଭ୍ୟାଲିଡେସନ ଆକ୍ଟ, ପ୍ରତ୍ୟାହାର ଦାବି ନେଇ…

କେନ୍ଦୁଝର,୨୫ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ସଂଘ ପକ୍ଷରୁ ଭାରତ ସରକାରଙ୍କ ଦ୍ୱାରା ୨୫ ମାର୍ଚ୍ଚ ୨୦୨୫ରେ ପାରିତ…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri